Posted inଜାତୀୟ

ଏପ୍ରିଲରୁ ଜୁନ୍‌ ଅଧିକ ଗ୍ରୀଷ୍ମ ଲହର

ନୂଆଦିଲ୍ଲୀ, ୨।୪ (ପି.ଟି.): ଭାରତର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ଏପ୍ରିଲରୁ ଜୁନ୍‌ ମଧ୍ୟରେ ସ୍ବାଭାବିକଠାରୁ ଅଧିକ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଶନିବାର କୁହାଯାଇଛି। ବିଶେଷ କରି କେନ୍ଦ୍ରୀୟ, ପୂର୍ବ ଓ ଉତ୍ତରପଶ୍ଚିମ ଭାରତର ଅଧିକାଂଶ ଅଞ୍ଚଳରେ ଅଧିକ ଗ୍ରୀଷ୍ମ ଅନୁଭୂତ ହେବ। ଉପଦ୍ୱୀପାଞ୍ଚଳ ଏବଂ ଉତ୍ତରପଶ୍ଚିମାଞ୍ଚଳର କିଛି ଅଂଶରେ ତାପପାତ୍ରା ସ୍ବାଭାବିକଠାରୁ କମ୍‌ ରହିବ ବୋଲି ଆଇଏମ୍‌ଡି କହିଛି। ଓଡ଼ିଶା ସମେତ ବିହାର, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ଼, ମହାରାଷ୍ଟ୍ର, ଗୁଜରାଟ, ପଞ୍ଜାବ ଓ ହରିୟାଣାରେ ଅଧିକ ଗ୍ରୀଷ୍ମ ଲହର ପ୍ରବାହିତ ହେବ ବୋଲି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏକ ଭର୍ଚୁଆଲ ଖବରଦାତା ସମ୍ମିଳନୀରେ କହିଛନ୍ତି। ସମତଳ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ୍‌, ଉପକୂଳ ଅଞ୍ଚଳରେ ୩୭ ଡିଗ୍ରୀ ସେଲ୍‌ସିୟସ ଏବଂ ପାର୍ବତ୍ୟାଞ୍ଚଳରେ ୩୦ ଡିଗ୍ରୀ ସେଲ୍‌ସିୟସ ଟପିଲେ ଏହାକୁ ଗ୍ରୀଷ୍ମ ଲହର କୁହାଯାଇଥାଏ। ଚଳିତ ବର୍ଷର ଫେବୃୟାରୀ ସବୁଠୁ ଉତ୍ତପ୍ତ ଥିଲା ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି। ତେବେ ପଶ୍ଚିମା ଝଡ଼ ଯୋଗୁ ମାର୍ଚ୍ଚରେ ତାପମାତ୍ରା କମ୍‌ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri