Posted inଜାତୀୟ

ଏପ୍ରିଲରୁ ଜୁନ୍‌ ଅଧିକ ଗ୍ରୀଷ୍ମ ଲହର

ନୂଆଦିଲ୍ଲୀ, ୨।୪ (ପି.ଟି.): ଭାରତର ଅଧିକାଂଶ ଅଞ୍ଚଳରେ ତାପମାତ୍ରା ଏପ୍ରିଲରୁ ଜୁନ୍‌ ମଧ୍ୟରେ ସ୍ବାଭାବିକଠାରୁ ଅଧିକ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଶନିବାର କୁହାଯାଇଛି। ବିଶେଷ କରି କେନ୍ଦ୍ରୀୟ, ପୂର୍ବ ଓ ଉତ୍ତରପଶ୍ଚିମ ଭାରତର ଅଧିକାଂଶ ଅଞ୍ଚଳରେ ଅଧିକ ଗ୍ରୀଷ୍ମ ଅନୁଭୂତ ହେବ। ଉପଦ୍ୱୀପାଞ୍ଚଳ ଏବଂ ଉତ୍ତରପଶ୍ଚିମାଞ୍ଚଳର କିଛି ଅଂଶରେ ତାପପାତ୍ରା ସ୍ବାଭାବିକଠାରୁ କମ୍‌ ରହିବ ବୋଲି ଆଇଏମ୍‌ଡି କହିଛି। ଓଡ଼ିଶା ସମେତ ବିହାର, ଝାଡ଼ଖଣ୍ଡ, ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ଼, ମହାରାଷ୍ଟ୍ର, ଗୁଜରାଟ, ପଞ୍ଜାବ ଓ ହରିୟାଣାରେ ଅଧିକ ଗ୍ରୀଷ୍ମ ଲହର ପ୍ରବାହିତ ହେବ ବୋଲି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏକ ଭର୍ଚୁଆଲ ଖବରଦାତା ସମ୍ମିଳନୀରେ କହିଛନ୍ତି। ସମତଳ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ୍‌, ଉପକୂଳ ଅଞ୍ଚଳରେ ୩୭ ଡିଗ୍ରୀ ସେଲ୍‌ସିୟସ ଏବଂ ପାର୍ବତ୍ୟାଞ୍ଚଳରେ ୩୦ ଡିଗ୍ରୀ ସେଲ୍‌ସିୟସ ଟପିଲେ ଏହାକୁ ଗ୍ରୀଷ୍ମ ଲହର କୁହାଯାଇଥାଏ। ଚଳିତ ବର୍ଷର ଫେବୃୟାରୀ ସବୁଠୁ ଉତ୍ତପ୍ତ ଥିଲା ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି। ତେବେ ପଶ୍ଚିମା ଝଡ଼ ଯୋଗୁ ମାର୍ଚ୍ଚରେ ତାପମାତ୍ରା କମ୍‌ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ଆମେ ହରାଇ ପାରିବୁ ନାହିଁ ସେ ନିଶ୍ଚିତ ଜିତିବେ, କାହିଁକି ଏମିତି କହିଲେ ହିମନ୍ତ ବିଶ୍ୱ ଶର୍ମା

ନୂଆଦିଲ୍ଲୀ,୩।୫: ବର୍ତ୍ତମାନ ପାକିସ୍ତାନ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରବେଶ କରିଛି। ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା...

ଦେବଗୌଡାଙ୍କ ପୁଅଙ୍କ ଉପରେ ଆସିଲା ଆଉ ଏକ ସଙ୍ଗୀନ ଅଭିଯୋଗ

ନୂଆଦିଲ୍ଲୀ,୩।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ ନେତା ଏଚଡି ଦେବଗୌଡାଙ୍କ ନାତି ଉଜ୍ଜ୍ୱଳ ରେଭାନ୍ନାଙ୍କ ବରୋଧରେ ବଳାତ୍କାର ଅଭିଯୋଗ ପରେ...

ନାମାଙ୍କନପତ୍ର ଦାଖଲ କଲେ ରାହୁଲ

ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭବିଷ୍ୟବାଣୀ: ଏତିକି କେତେ ଆସନରେ ଜିତିବ କଂଗ୍ରେସ

କୋଲକାତା,୩।୫: ପଶ୍ଚିମବଙ୍ଗର ବଦ୍ଧମାନ-ଦୁର୍ଗାପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଯଦି ମୋଦି...

କହୁଥିଲେ ଡର ନାହିଁ କି ପଳାୟନ କର ନାହିଁ, ଏବେ ଡରିଯାଇ ଓ୍ବାୟନାଡରୁ ରାଏବରେଲି ଯାଉଛନ୍ତି

ନୂଆଦିଲ୍ଲୀ,୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଏବରେଲି ଲୋକ ସଭା ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଟାର୍ଗେଟ...

ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍‌କା

ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ...

ରାହୁଲ ରାଏବରେଲିରୁ ପ୍ରାର୍ଥୀ ହେବା ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କ ନାଁ ନ ନେଇ ବର୍ଷିଛନ୍ତି। ରାଏବରେଲିରୁ ରାହୁଲ ଗାନ୍ଧୀଙ୍କ...

‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’

ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ  ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍‌ଦାର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri