ପୁରୀ-ରଙ୍ଗପଡ଼ା ନର୍ଥ-ପୁରୀ ବିଶେଷ ଟ୍ରେନ୍‌ ସେବା ଜୁଲାଇ ୨୫ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର,୧୫ା୬(ବ୍ୟୁରୋ): ଯାତ୍ରୀଙ୍କ ସୁବିଧା ପାଇଁ ୦୫୮୭୦-୦୫୮୬୯ ରଙ୍ଗପଡ଼ା ନର୍ଥ-ପୁରୀ-ରଙ୍ଗପଡ଼ା ନର୍ଥ (ଆସାମ) ବିଶେଷ ଟ୍ରେନ୍‌ ସେବାକୁ ରଙ୍ଗପଡ଼ା ନର୍ଥଠାରୁ ଜୁଲାଇ ୨୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏଥିସହ ପୁରୀଠାରୁ ଏହାର ସେବାକୁ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ରଙ୍ଗପଡ଼ା ନର୍ଥ ଠାରୁ ଜୁଲାଇ ୧୩ ଓ ପୁରୀଠାରୁ ଜୁଲାଇ ୧୫ ପର୍ଯ୍ୟନ୍ତ ଏହି ବିଶେଷ ଟ୍ରେନ ସେବା ରହିଥିଲା। ଏନେଇ ପୂର୍ବତଟ ରେଳ କର୍ତ୍ତୃପକ୍ଷଙ୍କ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ତେବେ ଏହି ଟ୍ରେନ ପାଇଁ ସ୍ଥିରୀକୃତ ଷ୍ଟେଶନ ଏବଂ ସମୟ ସାରଣୀରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଅନ୍ୟପକ୍ଷରେ ଟ୍ରେନଗୁଡ଼ିକର ଉନ୍ନତ ଗତି ଏବଂ ଯାତ୍ରୀ ଓ ଟ୍ରେନ ନିରାପତ୍ତା ପାଇଁ ସମ୍ପୃକ୍ତ କେତେକ ରେଳ ସେକ୍ସନ ମଧ୍ୟରେ ଜରୁରି ଟ୍ରାକ୍‌ ରକ୍ଷଣାବେକ୍ଷଣ କାର୍ଯ୍ୟ ହେବାର ଯୋଜନା ରହିଛି। ତେଣୁ ଉଭୟ ପାର୍ଶ୍ୱରୁ ଜୁନ ୧୮ ଓ ୧୯ରେ ୬ଟି ଟ୍ରେନ୍‌କୁ ବାତିଲ୍‌ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉକ୍ତ ଟ୍ରେନ୍‌ଗୁଡ଼ିକ ହେଲା ୧୮୩୦୧/୧୮୩୦୨ ସମ୍ବଲପୁର-ରାୟଗଡ଼ା-ସମ୍ବଲପୁର ଇଣ୍ଟରସିଟି ଏକ୍ସପ୍ରେସ୍‌ ,୧୮୩୦୩/୧୮୩୦୪ ସମ୍ବଲପୁର-ପୁରୀ-ସମ୍ବଲପୁର ଇଣ୍ଟରସିଟି ଏକ୍ସପ୍ରେସ୍‌, ୨୨୮୨୦/୨୨୮୧୯ ବିଶାଖାପଟନମ୍‌-ଭୁବନେଶ୍ୱର-ବିଶାଖାପଟନମ୍‌ ଇଣ୍ଟରସିଟି ଏକ୍ସପ୍ରେସ୍‌, ୧୮୫୩୨/୧୮୫୩୧ ବିଶାଖାପଟନମ୍‌-ପଲାସା-ବିଶାଖାପଟନମ୍‌ ଏକ୍ସପ୍ରେସ୍‌, ୦୮୫୪୬/୦୮୫୪୫ ବିଶାଖାପଟନମ୍‌-କୋରାପୁଟ-ବିଶାଖାପଟନମ୍‌ ପାସେଞ୍ଜର ସ୍ପେଶାଲ ଏବଂ ୧୮୪୧୭/୧୮୪୧୮ ପୁରୀ-ଗୁଣୁପୁର-ପୁରୀ ଏକ୍ସପ୍ରେସ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri