ମନମୁଖୀ କାର୍ଯ୍ୟକଳାପ: ପଦ ହରାଇବେ ସରପଞ୍ଚ

ଥୁଆମୂଳ ରାମପୁର,୨୬।୪(ଦୁର୍ଗା କୀର୍ତ୍ତି):-କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ପାଡେ ପଦର ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ମନମୁଖୀ କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକାଶ କରି ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଘଟଣାରେ ପଦ ହରାଇବେ ସରପଞ୍ଚ ସମ୍ବାରି ମାଝୀ। ଥୁଆମୁଳ ରାମପୁର ବ୍ଲକ ଅନ୍ତର୍ଗତ ପାଡେପଦର ଗ୍ରାମ ପଞ୍ଚାୟତର ସରପଞ୍ଚଙ୍କ ବିରୋଧରେ ଗ୍ରାମ ପଞ୍ଚାୟତର ୱାର୍ଡ ମେମ୍ବରମାନେ ଗତ ୩.୧୦.୨୦୨୪ରେ କଳାହାଣ୍ଡି ଜିଲାପାଳଙ୍କ ପାଖରେ ଲିଖିତ ଆକାରରେ ଆଗତ ଅନାସ୍ଥାପ୍ରସ୍ତାବ ଆଣିଥିଲେ। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଉପଜିଲାପାଳ ପ୍ରଭାତ କୁମାର ପରିଡ଼ା ୱାର୍ଡମେମ୍ବରମାନଙ୍କର ଅଭିଯୋଗ ଶୁଣି ୱାର୍ଡ ସେମାନଙ୍କ ସମସ୍ତ ଦସ୍ତଖତ ଯାଞ୍ଚ କରିବା ପାଇଁ ଥୁଆମୂଳ ରାମପୁର ତହସିଲଦାର ନିରୋଧ କୁମାର ଭତ୍ରାଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ପରବର୍ତ୍ତୀ ସମୟରେ ତହସିଲଦାର ଦସ୍ତଖତ ଯାଞ୍ଚ କରିବାପରେ ଉପଜିଲାପାଳଙ୍କ ନିକଟକୁ ପଠେଇଥିଲେ। ପରେ ଉପଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ପାଡେପଦର ଗ୍ରାମ ପଞ୍ଚାୟତରେ ତସିଲଦାରଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଗ୍ରାମପଞ୍ଚାୟତ ଆଇନ ୧୯୬୪ ର ଧାରା ୨୪ ଓ ଧାରା ୨୪ର ଉପ ଧାରା (୨) ରେ ଥିବା ବ୍ୟବସ୍ଥା ଅନୁଯାୟୀ ଏକ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଥିଲା। କିନ୍ତୁ ମାନ୍ୟବର ଉଚ୍ଚ ନ୍ୟାୟାଳୟ, ଓଡ଼ିଶାଙ୍କ ଆଦେଶ ଗତ
ତା.୨୫.୧୧.୨୦୨୪ ରିଖ ଦିନ ଡବ୍ଲୁ.ପି.ସି ନଂ. ୨୯୨୬୨ ଅନୁଯାୟୀ ଉକ୍ତ ଭୋଟର ଗଣତି ସ୍ଥଗିତ କରାଯାଇଥିଲା।

ବର୍ତ୍ତମାନ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ତାରିଖ ୦୭.୦୩.୨୦୨୫ ଡବ୍ଲୁ.ପି.ସି ନଂ. ୨୯୨୬୨ ଅନୁଯାୟୀ ଥୁଆମୂଳ ରାମପୁର ପଞ୍ଚାୟତ ସମିତି ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ କରାଯାଇଥିବା ଅନାସ୍ଥା ପ୍ରସ୍ତାବର ମତଦାନ ବା ଭୋଟ ଗଣତି ସକାଶେ ମଙ୍ଗଳବାର ପୂର୍ବାହ୍ନ ୧୨.୩୦ରେ ପାଡେପଦର ଗ୍ରାମ ପଞ୍ଚାୟତଠାରେ ତାର ଫଳାଫଳ ପ୍ରକାଶ କରିବା ପାଇଁ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଭୋଟ ବାକ୍ସକୁ ସୁରକ୍ଷା ବଳୟ ଭିତରେ ତହସିଦାର ନିରୋଧ କୁମାର ଭତ୍ରା ଓ ଜିପିଇଡିଓ ତ୍ରିଲୋଚନ ନାଏକ ପ୍ରମୁଖ ପାଡେପଦର ଗ୍ରାମ ପଞ୍ଚାୟତରେ ପହଞ୍ଚାଇଥିଲେ, ଏଥିରେ ସମସ୍ତ ୱାର୍ଡ ମେମ୍ବର ସରପଞ୍ଚ, ନାଇବ ସରପଞ୍ଚଙ୍କ ଉପସ୍ଥିତିରେ ଭୋଟ ଗଣତି କରାଯାଇଥିଲା। ସରପଞ୍ଚ ସମ୍ବାରୀ ମାଝୀ ୩ ଖଣ୍ଡ ଭୋଟ ପାଇଥିବାବେଳେ ନାଏବ ସରପଞ୍ଚ ମହେନ୍ଦ୍ର ନାଏକ ୮ ଖଣ୍ଡ ଭୋଟ ପାଇ ବିଜୟ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri