ବିଧାନସଭାରେ ଅର୍ଚ୍ଚନା ଝଡ଼

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ):ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରଥମାର୍ଦ୍ଧ ସ୍ବର୍ଗତ ସଦସ୍ୟଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୃହକୁ ଅପରାହ୍ନ ୫ଟା ଯାଏ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୁଲତବୀ ଘୋଷଣା କରିଥିଲେ। ଅପରାହ୍ନରେ ଅତିରିକ୍ତ ବଜେଟ ଉପସ୍ଥାପନ ହେବା ପୂର୍ବରୁ ବିରୋଧୀ ଗୃହକୁ ନିଜ କବ୍‌ଜାକୁ ନେଇ ଯାଇଥିଲେ। ଅର୍ଚ୍ଚନା ନାଗ ମାମଲାକୁ ନେଇ ବିରୋଧୀ ସରକାରଙ୍କୁ ଶଣ୍ଢୁଆସି ଆକ୍ରମଣ କରିଥିଲେ। ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଅର୍ଚ୍ଚନା ନାଗ ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ, ଅର୍ଚ୍ଚନା ନାଗ କେଳେଙ୍କାରିରେ ସରକାରୀ ଦଳର ମନ୍ତ୍ରୀ, ବିଧାୟକ ଏବଂ ସରକାରୀ ଅଫିସର ସମ୍ପୃକ୍ତ ଅଛନ୍ତି । ଏହି ଘଟଣାରେ ଓଡ଼ିଶାବାସୀ ଲଜ୍ଜିତ। ମୁଖ୍ୟମନ୍ତ୍ରୀ ଏ ନେଇ ପାଟି ଖୋଲୁନାହାନ୍ତି। କଂଗ୍ରେସ ଦଳ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରୁଛି ବୋଲି କହିଥିଲେ। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି ମଧ୍ୟ ନରସିଂହ ମିଶ୍ର ଉଠାଇଥିବା ପ୍ରସଙ୍ଗକୁ ସମର୍ଥନ କରି କହିଥିଲେ ଯେ ଅର୍ଚ୍ଚନା ନାଗ କେସ୍‌ରେ ବହୁ ରାଜନେତା ସମ୍ପୃକ୍ତ ଅଛନ୍ତି। ସରକାରୀ ଦଳର ମନ୍ତ୍ରୀ, ବିଧାୟକ, ଆଇଏଏସ୍‌, ଆଇପିଏସ୍‌ ଭଳି ବଡ଼ ବଡ଼ ଅଫିସର ଓ ବ୍ୟବସାୟୀ ସମ୍ପୃକ୍ତ ଅଛନ୍ତି। ଦୋଷୀଙ୍କ ବିରୋଧରେ ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ହେଲା ନାହିଁ। ଗତ ମାସେ ହେବ ମୁଖ୍ୟମନ୍ତ୍ରୀ ମୁହଁ ଖୋଲୁନାହାନ୍ତି। ଏ ବିଷୟରେ ରାଜ୍ୟ ସରକାର ବିବୃତି ଦେବା କଥା। ଏହାଛଡ଼ା ପୁରୀ ଜିଲା ଗୋପ ବ୍ଲକ ଜିଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁ କିଭଳି ଆତ୍ମହତ୍ୟା କଲେ। ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେବା କଥା । ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ। ଏହି ଘଟଣାର ତଦନ୍ତ କରିବାକୁ ବାଚସ୍ପତି ରୁଲିଂ ଦିଅନ୍ତୁ ବୋଲି ସେ ଦାବି କରିଛନ୍ତି। ଏହା ପରେ ବାଚସ୍ପତି ଅତିରିକ୍ତ ବଜେଟ ଉପସ୍ଥାପନ କରିବାକୁ କହିବା ମାତ୍ରେ କଂଗ୍ରେସ ଓ ଭାଜପା ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କଲେ। ପାଟିତୁଣ୍ଡ ମଧ୍ୟରେ ବାଚସ୍ପତି ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଉପସ୍ଥାପନ କରିବାକୁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତଙ୍କୁ କହିଥିଲେ। ହଟ୍ଟଗୋଳ ମଧ୍ୟରେ ଅମାତ ଅତିରିକ୍ତ ବଜେଟକୁ ଗୃହରେ ଉପସ୍ଥାପନ କରିଥିଲେ। ବଜେଟ ଉପସ୍ଥାପନ ପରେ ବାଚସ୍ପତି ଗୃହକୁ ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ ମିନିଟ ଯାଏ ମୁତଲବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?