ବିଧାନସଭାରେ ଅର୍ଚ୍ଚନା ଝଡ଼

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ):ବିଧାନସଭାର ଶୀତ ଅଧିବେଶନ ଗୁରୁବାରଠାରୁ ଆରମ୍ଭ ହୋଇଛି। ପ୍ରଥମାର୍ଦ୍ଧ ସ୍ବର୍ଗତ ସଦସ୍ୟଙ୍କ ସ୍ମୃତି ଉଦ୍ଦେଶ୍ୟରେ ଗୃହକୁ ଅପରାହ୍ନ ୫ଟା ଯାଏ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମୁଲତବୀ ଘୋଷଣା କରିଥିଲେ। ଅପରାହ୍ନରେ ଅତିରିକ୍ତ ବଜେଟ ଉପସ୍ଥାପନ ହେବା ପୂର୍ବରୁ ବିରୋଧୀ ଗୃହକୁ ନିଜ କବ୍‌ଜାକୁ ନେଇ ଯାଇଥିଲେ। ଅର୍ଚ୍ଚନା ନାଗ ମାମଲାକୁ ନେଇ ବିରୋଧୀ ସରକାରଙ୍କୁ ଶଣ୍ଢୁଆସି ଆକ୍ରମଣ କରିଥିଲେ। ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଅର୍ଚ୍ଚନା ନାଗ ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ, ଅର୍ଚ୍ଚନା ନାଗ କେଳେଙ୍କାରିରେ ସରକାରୀ ଦଳର ମନ୍ତ୍ରୀ, ବିଧାୟକ ଏବଂ ସରକାରୀ ଅଫିସର ସମ୍ପୃକ୍ତ ଅଛନ୍ତି । ଏହି ଘଟଣାରେ ଓଡ଼ିଶାବାସୀ ଲଜ୍ଜିତ। ମୁଖ୍ୟମନ୍ତ୍ରୀ ଏ ନେଇ ପାଟି ଖୋଲୁନାହାନ୍ତି। କଂଗ୍ରେସ ଦଳ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରୁଛି ବୋଲି କହିଥିଲେ। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି ମଧ୍ୟ ନରସିଂହ ମିଶ୍ର ଉଠାଇଥିବା ପ୍ରସଙ୍ଗକୁ ସମର୍ଥନ କରି କହିଥିଲେ ଯେ ଅର୍ଚ୍ଚନା ନାଗ କେସ୍‌ରେ ବହୁ ରାଜନେତା ସମ୍ପୃକ୍ତ ଅଛନ୍ତି। ସରକାରୀ ଦଳର ମନ୍ତ୍ରୀ, ବିଧାୟକ, ଆଇଏଏସ୍‌, ଆଇପିଏସ୍‌ ଭଳି ବଡ଼ ବଡ଼ ଅଫିସର ଓ ବ୍ୟବସାୟୀ ସମ୍ପୃକ୍ତ ଅଛନ୍ତି। ଦୋଷୀଙ୍କ ବିରୋଧରେ ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ହେଲା ନାହିଁ। ଗତ ମାସେ ହେବ ମୁଖ୍ୟମନ୍ତ୍ରୀ ମୁହଁ ଖୋଲୁନାହାନ୍ତି। ଏ ବିଷୟରେ ରାଜ୍ୟ ସରକାର ବିବୃତି ଦେବା କଥା। ଏହାଛଡ଼ା ପୁରୀ ଜିଲା ଗୋପ ବ୍ଲକ ଜିଲା ପରିଷଦ ସଦସ୍ୟ ଧର୍ମେନ୍ଦ୍ର ସାହୁ କିଭଳି ଆତ୍ମହତ୍ୟା କଲେ। ଏହାର ପୁଙ୍ଖାନୁପୁଙ୍ଖ ତଦନ୍ତ ହେବା କଥା । ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ। ଏହି ଘଟଣାର ତଦନ୍ତ କରିବାକୁ ବାଚସ୍ପତି ରୁଲିଂ ଦିଅନ୍ତୁ ବୋଲି ସେ ଦାବି କରିଛନ୍ତି। ଏହା ପରେ ବାଚସ୍ପତି ଅତିରିକ୍ତ ବଜେଟ ଉପସ୍ଥାପନ କରିବାକୁ କହିବା ମାତ୍ରେ କଂଗ୍ରେସ ଓ ଭାଜପା ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ପ୍ରବଳ ହଟ୍ଟଗୋଳ କଲେ। ପାଟିତୁଣ୍ଡ ମଧ୍ୟରେ ବାଚସ୍ପତି ୨୦୨୨-୨୩ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଉପସ୍ଥାପନ କରିବାକୁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତଙ୍କୁ କହିଥିଲେ। ହଟ୍ଟଗୋଳ ମଧ୍ୟରେ ଅମାତ ଅତିରିକ୍ତ ବଜେଟକୁ ଗୃହରେ ଉପସ୍ଥାପନ କରିଥିଲେ। ବଜେଟ ଉପସ୍ଥାପନ ପରେ ବାଚସ୍ପତି ଗୃହକୁ ଶୁକ୍ରବାର ପୂର୍ବାହ୍ନ ୧୦ଟା ୩୦ ମିନିଟ ଯାଏ ମୁତଲବୀ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri