ସୋମବାର କୋର୍ଟରେ ହାଜର ହେବେ ଅର୍ଚ୍ଚନା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ରହସ୍ୟମୟୀ ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଦିଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଖୋଳତାଡ଼ ଜାରି ରଖିଛି। ଅଭିଯୁକ୍ତା ଅର୍ଚ୍ଚନାଙ୍କୁ ରିମାଣ୍ଡରେ ଆଣି ଏହି ମାମଲାରେ ଅଧିକ ତଥ୍ୟ ହାସଲ କରିବାକୁ ଇଡି ପ୍ରସ୍ତୁତି କରୁଛି। ଗତ ବୁଧବାର ଅର୍ଚ୍ଚନା କୋର୍ଟରେ ହାଜର ହୋଇଥାନ୍ତେ। କୌଣସି କାରଣ ପାଇଁ ସେ ହାଜର ହୋଇପାରି ନ ଥିଲେ। ତେବେ ଆସନ୍ତା ଡିସେମ୍ବର ୫ ଅର୍ଥାତ୍‌ ସୋମବାର ଅର୍ଚ୍ଚନା କୋର୍ଟରେ ହାଜର ହେବେ ବୋଲି ଇଡି ପକ୍ଷରୁ ସୂଚନା ମିଳିଛି। ଏହି ସମୟରେ ତାଙ୍କୁ ରିମାଣ୍ଡରେ ଆଣିବାକୁ ଇଡି ପକ୍ଷରୁ ଆବେଦନ କରାଯିବ। ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ଇଡି ରିମାଣ୍ଡରେ ଆଣିପାରେ ବୋଲି କୁହାଯାଉଥିଲା। ହେଲେ ଇଡି ପକ୍ଷରୁ ପ୍ରଥମେ ଅର୍ଚ୍ଚନାଙ୍କୁ ଅଣାଯାଇପାରେ ବୋଲି ସୂଚନା ମିଳିଛି। ଅର୍ଚ୍ଚନାଙ୍କ ରିମାଣ୍ଡ ଅବଧି ସମୟରେ ଶ୍ରଦ୍ଧାଞ୍ଜଳି ବେହେରା, ସିନେ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ମଧ୍ୟ ଡକାଇ ତ୍ରିମୁଖୀ ଜେରା କରିବାକୁ ଇଡି ଯୋଜନା ରଖିଛି।
ଅପରପକ୍ଷରେ ଶୁକ୍ରବାର ଚଳଚ୍ଚିତ୍ର ପ୍ରଯୋଜକ ପ୍ରମୋଦ ସ୍ବାଇଁଙ୍କୁ ପୁଣି ଥରେ ଦ୍ୱିତୀୟଥର ପାଇଁ ଇଡି ଜେରା କରିଛି। ସେହିପରି ଜମି ମାଲିକ ପ୍ରଭାତ ରଞ୍ଜନ ପତିଙ୍କୁ ମଧ୍ୟ ଇଡି ମାରାଥନ ଜେରା କରିଛି। ଜମି ମାଲିକ ପ୍ରଭାତ ରଞ୍ଜନ ପତିଙ୍କ ଠାରୁ ଅର୍ଚ୍ଚନା ଓ ଖଗେଶ୍ୱର ଜମି କିଣିଥିଲେ। ଏହି ଜମି କାରବାର ଟଙ୍କା କିମ୍ବା ଚେକ୍‌ରେ ହୋଇଥିଲା, କବଲା ସମୟରେ ଜମିର ପ୍ରକୃତ ମୂଲ୍ୟଠାରୁ କମ୍‌ ଦରରେ ଜମି କିଣିଥିଲେ କି, ଏଭଳି ବିଭିନ୍ନ ଦିଗକୁ ନେଇ ଇଡି ତାଙ୍କଠାରୁ ତଥ୍ୟ ହାସଲ କରିଛି। ଅନ୍ୟପଟେ ହନିଟ୍ରାପ ମାମଲାରେ ମୋହରା ସାଜିଥିବା ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କୁ ଇଡି ୨ଥର ଡାକି ଜେରା କରିଛି। ଗତ ନଭେମ୍ବର ୨୩ ଏବଂ ୨୫ରେ ତାଙ୍କୁ ଡାକି ମାରାଥନ ଜେରା କରିବା ସହ ଇଡି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପାଇଥିଲା। ତେବେ ଆଉ କିଛି ଗୁମର ତଥ୍ୟ ଜାଣିବାକୁ ଶ୍ରଦ୍ଧାଞ୍ଜଳିଙ୍କୁ ଇଡି ପକ୍ଷରୁ ବାରମ୍ବାର ନୋଟିସ୍‌ କରାଯାଉଥିଲେ ମଧ୍ୟ ସେ ଆଉ ଧରାଛୁଆଁ ଦେଉନାହାନ୍ତି। କିଛି ଗୁରୁତ୍ୱପୂର୍ଣ୍ଣ ସୂଚନା ଲୁଚାଇବା ପାଇଁ ଶ୍ରଦ୍ଧାଞ୍ଜଳି ଇଡି କାର୍ଯ୍ୟାଳୟରେ ହାଜର ହେଉନାହାନ୍ତି ବୋଲି ଚର୍ଚ୍ଚା ହେଉଛି। ଯଦି ଶ୍ରଦ୍ଧାଞ୍ଜଳି ଆଗାମୀ ଦିନରେ ହାଜର ନ ହୁଅନ୍ତି ଇଡି ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri