ଆଜିଠାରୁ ଜେଲରେ ଲ’ ପରୀକ୍ଷା ଦେବେ ଅର୍ଚ୍ଚନା

ଭୁବନେଶ୍ୱର,୧।୨(ବ୍ୟୁରୋ): ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଝାରପଡ଼ା ଜେଲରେ ଦିନ କାଟୁଥିବାବେଳେ ବୁଧବାରଠାରୁ ସେ ଏଠାରେ ଲ’ ପରୀକ୍ଷା ଦେବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଅର୍ଚ୍ଚନା କ୍ୟାପିଟାଲ ଲ’ କଲେଜରେ ଇଣ୍ଟିଗ୍ରେଟେଡ୍‌ ଲ’ ପଢ଼ୁଥିବାବେଳେ ଏବେ ପାଠ୍ୟକ୍ରମର ୪ର୍ଥ ବର୍ଷ ଚାଲିଛି। ସେ ସପ୍ତମ ସେମିଷ୍ଟାରର ୬ଟି ପେପର୍‌ରେ ପରୀକ୍ଷା ଦେବେ। ଜେଲ ମାନୁଆଲ ଅନୁଯାୟୀ ଅର୍ଚ୍ଚନା ଫେବୃୟାରୀ ୧, ୪, ୫, ୯, ୧୫, ୧୭ରେ ଝାରପଡ଼ା ଜେଲରେ ପରୀକ୍ଷା ଦେବେ ବୋଲି ତାଙ୍କ ଓକିଲ ଦେବାଶିଷ ମହାପାତ୍ର କହିଛନ୍ତି। ୧୦ଦିନ ତଳେ ଅର୍ଚ୍ଚନା ଫର୍ମ ପୂରଣ କରିବାକୁ ତାଙ୍କ ଓକିଲଙ୍କ ପକ୍ଷରୁ କୋର୍ଟଙ୍କ ନିକଟରେ ଆବେଦନ କରିଥିଲେ। ତେବେ ଅଚ୍ଚର୍ନା ଜେଲ ମାନୁଆଲ ଅନୁଯାୟୀ ଫର୍ମ ଦାଖଲ ଓ ପରୀକ୍ଷା ଦେଇପାରିବେ ବୋଲି କୋର୍ଟ ଅନୁମତି ପ୍ରଦାନ କରିଥିଲେ।
ସୂଚନାଯୋଗ୍ୟ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅର୍ଚ୍ଚନାଙ୍କ ବେଆଇନ ଅର୍ଥ କାରବାର ଦିଗରେ ତଦନ୍ତ ଜାରି ରଖିଛି। ଅର୍ଚ୍ଚନାଙ୍କ ସମେତ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ସହଯୋଗୀ ଖଗେଶ୍ୱର ବେହେରା ମଧ୍ୟ ଜେଲରେ ଅଛନ୍ତି। ହେଲେ ଚତୁର୍ଥ ଅଭିଯୁକ୍ତା ତଥା ହନିଟ୍ରାପ୍‌ର ମୋହରା ସାଜିଥିବା ଶ୍ରଦ୍ଧାଞ୍ଜଳି ଏଯାଏ କିନ୍ତୁ ଗିରଫ ହୋଇ ନାହାନ୍ତି। ଇଡି ଅର୍ଚ୍ଚନାଙ୍କ ଏକ ଦାମୀ କାର୍‌ ଓ ସତ୍ୟବିହାରସ୍ଥିତ ୩.୬୪ କୋଟିର ଆଲିଶାନ ଘରକୁ ଆଟାଚ୍‌ କରିଥିବାବେଳେ ଅନ୍ୟ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିକୁ ବାଜ୍ୟାପ୍ତି ପ୍ରକ୍ରିୟା ଜାରି ରଖିଛି। ସେହିପରି ଅନ୍ୟ ଅଭିଯୁକ୍ତଙ୍କ ସମ୍ପତ୍ତି ମଧ୍ୟ ଠାବ କରିବାକୁ ପ୍ରକ୍ରିୟା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri