ଜେଲ ଭିତରେ ଅର୍ଚ୍ଚନାଙ୍କୁ ଜେରା ଯୋଜନା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ଜେଲରେ ଥିବା ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କୁ ନେଇ ତଦନ୍ତ ସେପରି ଆଗେଇ ପାରିନାହିଁ। ଇତିମଧ୍ୟରେ ୧୦ରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ତାଙ୍କ କଳା ସାମ୍ରାଜ୍ୟର ପେଡ଼ି ଖୋଲିପାରୁ ନାହିଁ ପୋଲିସ। କେମିତି ନିଜ ନାଗଫାଶରେ ପକାଇ ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ରଙ୍ଗମହଲକୁ ଡାକି ପରେ ବ୍ଲାକ୍‌ମେଲିଂ ଆଳରେ ଟଙ୍କା ଲୁଟି ଅମାପ ସମ୍ପତ୍ତି ଅର୍ଜନ କରିଛନ୍ତି ଗିରଫ ପରେ ତାହା ଜଳ ଜଳ ହୋଇ ସାମ୍ନାକୁ ଆସିଛି। ଗିରଫ ବେଳେ ପୋଲିସ ଅର୍ଚ୍ଚନାଙ୍କଠାରୁ ମୋବାଇଲ, ଲାପ୍‌ଟପ୍‌, ବ୍ୟାଙ୍କ ପାସ୍‌ବୁକ୍‌, ହାର୍ଡ ଡିକ୍ସ ଜବତ କରିଥିଲା, ଯେଉଁଥିରେ ଅର୍ଚ୍ଚନାଙ୍କ କଳା କାରାନାମାର ସମସ୍ତ ପ୍ରମାଣ ରହିଛି। ହେଲେ ତାଙ୍କ ରଙ୍ଗିନ ରାତିର ସାଥୀ ବନିଥିବା, କଳାସାମ୍ରାଜ୍ୟ ତିଆରିରେ ସାଥ୍‌ ଦେଇଥିବା ବହୁ ରାଜନେତା ଓ ବଡବଡିଆ ସଂପୃକ୍ତ ଥିବାରୁ କାଳେ ଅର୍ଚ୍ଚନା ମୁହଁ ଖୋଲିଦେବେ ସେଥିପାଇଁ ତାଙ୍କୁ ପଦାକୁ ଆଣିବାକୁ ଡରୁଛି କମିଶନରେଟ ପୋଲିସ। ଏପରି ସ୍ଥିତିରେ ଅର୍ଚ୍ଚନାଙ୍କୁ ଜେଲ ଭିତରେ କମିଶନରେଟ ପୋଲିସ ଜେରା କରିବାକୁ ଅଣ୍ଟା ଭିଡିଛି। ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ଅନୁମତି ଆଣିବାକୁ ଆବେଦନ କରିବାକୁ ଯାଉଛି। ଅନୁମତି ମିଳିବା ପରେ ଥାନାକୁ ନ ଆଣି ସୁରକ୍ଷା ଦୃଷ୍ଟିରୁ ଝାରପଡା ଜେଲରେ ପଚରାଉଚରା କରିବାକୁ ଯୋଜନା ଚଳାଇଛି। ପୋଲିସ ଅର୍ଚ୍ଚନାଙ୍କଠାରୁ ତାଙ୍କ କଳାକାରନାମାର ସତ ଓକାଳିବାକୁ ଆଶା ରଖିଛି। କିନ୍ତୁ ପୋଲିସ ତାହାକୁ ପଦାକୁ ଆଣିବ ତ? ଏଭଳି ପ୍ରଶ୍ନ ଏବେ ସମସ୍ତଙ୍କ ମନରେ ଉଙ୍କି ମାରୁଛି। ଶୁକ୍ରବାର ଅର୍ଚ୍ଚନା ଜାମିନ ଆବେଦନ କରିଥିଲେ। ସୁରକ୍ଷା ଦୃଷ୍ଟିରୁ କୋର୍ଟକୁ ନିଆ ନ ଯାଇ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ହାଜର କରାଯାଇଥିଲା। କୋର୍ଟ ତାଙ୍କ ରାୟକୁ ସଂରକ୍ଷିତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

ଆଶୁତୋଷ ପରିଡ଼ା ପାଇବେ ଶାରଳା ପୁରସ୍କାର

ଭୁବନେଶ୍ୱର,୧୯ା୮: ଓଡ଼ିଶା ସାହିତ୍ୟ ଜଗତ ପାଇଁ ଏକ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ମନାକୁ ଆସିଛି। ପ୍ରସିଦ୍ଧ କବି ତଥା ସୁସାହିତି୍ୟକ ଆଶୁତୋଷ ପରିଡ଼ା ସର୍ବୋଚ୍ଚ ସାହିତ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri