ଅର୍ଚ୍ଚନାଙ୍କ ଘର ମୂଲ୍ୟାୟନ ଆରମ୍ଭ

ଭୁବନେଶ୍ୱର,୬।୧ (ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କୁ ବୁଧବାର ଝାରପଡ଼ା ଜେଲରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ୬ ଘଣ୍ଟା ଜେରା କରାଯାଇଥିଲା। ଗୁରୁବାର ତାଙ୍କ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ରଙ୍କୁ ମଧ୍ୟ ଜେଲରେ ୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଜେରା କରାଯାଇଛି। ଏହି ସମୟରେ ଇଡି ପକ୍ଷରୁ ତାଙ୍କୁ ଷ୍ଟେଟ୍‌ ଫୋରେନ୍‌ସିକ୍‌ ଲ୍ୟାବ୍‌ (ଏସ୍‌ଏଫ୍‌ଏସ୍‌ଏଲ୍‌)ରୁ ମିଳିଥିବା ଡିଜିଟାଲ ପ୍ରମାଣପତ୍ର ସଂକ୍ରାନ୍ତରେ ଏକାଧିକ ପ୍ରଶ୍ନ ପଚରାଯାଇଥିଲା। ତେବେ ଇଡି ଖଗେଶ୍ୱରଙ୍କଠାରୁ କିଛି ନୂଆ ତଥ୍ୟ ପାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଅର୍ଚ୍ଚନା, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ଖଗେଶ୍ୱରଙ୍କ ସମ୍ପତ୍ତି ବାଜ୍ୟାପ୍ତ ପାଇଁ ଇଡି ପ୍ରକ୍ରିୟା ଆରମ୍ଭ କରିଛି। ଇଡିର ଏକ ସ୍ବତନ୍ତ୍ର ଟିମ୍‌ ଭୁବନେଶ୍ୱର ସତ୍ୟବିହାରସ୍ଥିତ ଅର୍ଚ୍ଚନାଙ୍କ ଘରକୁ ଯାଇ ଏହାର ମାପଚୁପ କରିବା ସହ ମୂଲ୍ୟାୟନ ଆରମ୍ଭ କରିଛି। ଏପରିକି ଘରେ ଲାଗିଥିବା ଦାମୀ ସାମଗ୍ରୀର ମୂଲ୍ୟାୟନ ଏବଂ ଇଣ୍ଟେରିୟର ଡିଜାଇନ ସମ୍ବନ୍ଧରେ ମଧ୍ୟ ଇଡି ତଥ୍ୟ ହାସଲ କରିଛି। ପରବର୍ତ୍ତୀ ସମୟରେ ଏହି ଆଲିସାନ ଘରର ମୂଲ୍ୟ ନେଇ କୋର୍ଟକୁ ଅବଗତ କରାଯିବ। ଘର ନିର୍ମାଣ ପାଇଁ ଅର୍ଚ୍ଚନା କେଉଁଠୁ ଟଙ୍କା ଆଣିଥିଲେ, ସେନେଇ ସନ୍ତୋଷଜନକ ଉତ୍ତର ଦେଇ ନ ପାରିଲେ କୋର୍ଟଙ୍କ ମାଧ୍ୟମରେ ଘର ବାଜ୍ୟାପ୍ତ କରାଯିବ ବୋଲି ସୂଚନା ମିଳିଛି। ସେହିପରି ଇଡି ଚଢ଼ାଉ ଓ ତଦନ୍ତ କରିବା ସମୟରେ ଅର୍ଚ୍ଚନାଙ୍କ ସମେତ ଅନ୍ୟମାନଙ୍କ ବିପୁଳ ସମ୍ପତ୍ତି ଠାବ କରିଛି। ଏହି ସମ୍ପତ୍ତି ଭିତରେ ଅର୍ଚ୍ଚନାଙ୍କ ଗାଡ଼ି, ଆଲିସାନ୍‌ ଘର, ଘରୋଇ ସାମଗ୍ରୀ, ସୁନା ଗହଣା, ଘୋଡ଼ା ଆଦି ରହିଛି। ଏସବୁ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ମୋଟ ମୂଲ୍ୟ କେତେ ସେନେଇ ଇଡି ପକ୍ଷରୁ ସୂଚନା ଦିଆଯାଇ ନ ଥିଲେ ମଧ୍ୟ ଠାବ ହୋଇଥିବା ସମ୍ପତ୍ତି ୩ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ସୂଚନା ମିଳିଛି। ସେପଟେ ଅର୍ଚ୍ଚନାଙ୍କ ଚାଟାର୍ଡ ଆକାଉଣ୍ଟାଣ୍ଟ ଖୁବଶ୍ରୀଘ୍ର ଇଡି ଦ୍ୱାରା ଜେରା ହେବେ ବୋଲି ସୂଚନା ମିଳିଛି। ସେ ଅର୍ଚ୍ଚନା ଓ ଜଗବନ୍ଧୁଙ୍କ ଆର୍ଥିକ କାରବାରର ମୁଖ୍ୟ ସହଯୋଗୀ ହୋଇଥିବାରୁ ତାଙ୍କଠାରୁ ଇଡି କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିବାକୁ ଆଶା ରଖିଛି। ଉଲ୍ଲେଖଯୋଗ୍ୟ, ସମ୍ପତ୍ତି କାହିଁକି ବାଜ୍ୟାପ୍ତ ନ ହେବ ଜଣାଇବାକୁ ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱରଙ୍କୁ ଇଡି କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛି। ଆସନ୍ତା ୧୩ ତାରିଖରେ ଏନେଇ କୋର୍ଟରେ ଶୁଣାଣି ହେବାକୁ ଥିବା ବେଳେ ଅଭିଯୁକ୍ତମାନେ ଏନେଇ ସେମାନଙ୍କ ପକ୍ଷ ରଖିବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ କରାଯାଇଥିବା ଏକ ଉଲ୍ଲେଖର ପ୍ରତିକ୍ରିୟାରେ ସୋସିଆଲ ମିଡିଆରେ ‘ଦିମାଗି ନକ୍ସଲ ପାର୍ଟି’ (ବୌଦ୍ଧିକ ନକ୍ସଲ ପାର୍ଟି)…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri