ଅର୍ଚ୍ଚନାଙ୍କ ବିଚାର ବିଭାଗୀୟ ହାଜତ ଅବଧି ବଢ଼ିଲା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ବ୍ଲାକ୍‌ମେଲିଂ କରି ବିପୁଳ ଅର୍ଥ ଲୁଟି ଗିରଫ ହୋଇ ଜେଲରେ ଥିବା ରହସ୍ୟମୟୀ ଅର୍ଚ୍ଚନା ନାଗଙ୍କ ୧୪ଦିନିଆ ବିଚାର ବିଭାଗୀୟ ହାଜତ ବୁଧବାର ସରିଛି। ତେବେ ଏହି ମାମଲାରେ କମିଶନରେଟ ପୋଲିସ ପକ୍ଷରୁ ରିମାଣ୍ଡ ଆବେଦନ କରାଯାଇ ନ ଥିବାରୁ କୋର୍ଟ ଅର୍ଚ୍ଚନାଙ୍କ ବିଚାର ବିଭାଗୀୟ ହାଜତ ଅବଧିକୁ ବଢ଼ାଇ ଦେଇଛନ୍ତି। ଫଳରେ ଅର୍ଚ୍ଚନାଙ୍କୁ ଏବେ ଜେଲରେ ରହିବାକୁ ପଡ଼ିବ। ୧୬ଟି ଦଫାରେ ଛନ୍ଦି ହୋଇଥିବା ଅଭିଯୁକ୍ତା ଅର୍ଚ୍ଚନାଙ୍କ ଜାମିନ ଆବେଦନକୁ ସୋମବାର ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ ଖାରଜ କରି ଦେଇଥିଲେ।

ଅନ୍ୟପକ୍ଷରେ ଏହି ମାମଲାରେ ବଡ଼ବଡ଼ିଆଙ୍କ ସମ୍ପୃକ୍ତି ଥିବାରୁ ପୋଲିସର ତଦନ୍ତ ପ୍ରଭାବିତ ହୋଇଥିବା ଜଳଜଳ ଦିଶୁଛି। ଅର୍ଚ୍ଚନାଙ୍କ ମାୟାଜାଲରେ କେଉଁ ବଡ଼ ବଡ଼ ନେତା, ଅଫିସର, ବିଲ୍ଡର, ଚଳଚ୍ଚିତ୍ର ପ୍ରଯୋଜକ ଫସିଛନ୍ତି, କାହା ବଳରେ ଅର୍ଚ୍ଚନା ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ଏତେ କମ୍‌ ସମୟ ଭିତରେ ବିଶାଳ କଳା ସାମ୍ରାଜ୍ୟ ଛିଡ଼ା କରିଥିଲେ, ତାହାକୁ ନେଇ ଚର୍ଚ୍ଚା ଲାଗି ରହିଛି। ହେଲେ ୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଥିବାବେଳେ ପୋଲିସ ଅର୍ଚ୍ଚନାଙ୍କୁ ଜେରା କଲାନାହିଁ କିମ୍ବା ରିମାଣ୍ଡରେ ମଧ୍ୟ ଆଣିଲା ନାହିଁ। ତେଣୁ କମିଶନରେଟ ପୋଲିସର ଏଭଳି ଦୁର୍ବଳ ତଦନ୍ତ ପାଇଁ ବିଭିନ୍ନ ମହଲରେ ଏକାଧିକ ପ୍ରଶ୍ନବାଚୀ ସୃଷ୍ଟି ହେଉଛି।

ଅର୍ଚ୍ଚନାଙ୍କୁ ନେଇ ରାଜନୈକିତ ବୟାନ ବାଜି କମୁନାହିଁ। ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସ ଗଣମାଧ୍ୟମ ଜରିଆରେ କହିଛନ୍ତି, ଏହି ଘଟଣାରେ ୨୩ ବିଜେଡ଼ି ବିଧାୟକ ଓ ୪ ମନ୍ତ୍ରୀ ସମ୍ପୃକ୍ତ ଥିବା ଚର୍ଚ୍ଚା ହେଉଛି। ମୁଖ୍ୟମନ୍ତ୍ରୀ ସେମାନଙ୍କୁ କାହିଁକି ବିଦା କରୁନାହାନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି। ଏପରିକି ସମସ୍ତଙ୍କୁ ବାହାର କରି ଆଉ ଥରେ ନିର୍ବାଚନର ସାମ୍ନା କରନ୍ତୁ ବୋଲି ଭକ୍ତ କହିଛନ୍ତି। ସେହିପରି ନିରପେକ୍ଷ ତଦନ୍ତ ଦାବିରେ ଏହି ମାମଲାକୁ ସିବିଆଇକୁ ଦିଆଯାଉ ବୋଲି ଭାଜପା ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri