Posted inଖେଳ

ବିବାହ ବନ୍ଧନରେ ଆବଦ୍ଧ ହେଲେ ତୀରନ୍ଦାଜ ଦୀପିକା-ଅତନୁ

ରାଞ୍ଚତ୍, ୩୦।୬- ଭାରତୀୟ ତୀରନ୍ଦାଜୀ କ୍ରୀଡ଼ାର ଦୁଇ ସଫଳ ତୀରନ୍ଦାଜ ଦୀପିକା କୁମାରୀ ଓ ଅତନୁ ଦାସ ମଙ୍ଗଳବାର ପରସ୍ପର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ରାଞ୍ଚତ୍ ମୋହରବାଦିସ୍ଥିତ ଏକ ହଲ୍‌ରେ ଏହି ଦୁଇ ଅନ୍ତର୍ଜାତୀୟ ତୀରନ୍ଦାଜଙ୍କ ବିବାହ ଅନୁଷ୍ଠିତ ହୋଇଥିଲା। ମହାମାରୀ କରୋନା ଭାଇରସ କଟକଣା ଯୋଗୁ କ୍ରୀଡ଼ା ଜଗତର ଏହି ଚର୍ଚ୍ଚିତ ବିବାହ ଉତ୍ସବରେ ବହୁତ କମ୍‌ ଲୋକଙ୍କୁ ନିମନ୍ତ୍ରଣ କରାଯାଇଥିଲା। କନ୍ୟା ଘର ପକ୍ଷରୁ ମାତ୍ର ୫୦ କାର୍ଡ ଅତିଥିଙ୍କୁ ବଣ୍ଟନ କରାଯାଇଥିବା ଜଣାପଡ଼ିଛି। ସେହିଭଳି କୋଲକାତାରୁ ଆସିଥିବା ଅତନୁଙ୍କ ପକ୍ଷରୁ ମଧ୍ୟ କମ୍‌ ଲୋକ ବରଯାତ୍ରୀରେ ସାମିଲ ହୋଇଥିଲେ। ଗୋଟିଏ ଦିନ ପୂର୍ବରୁ ଅର୍ଥାତ ସୋମବାର ବରଯାତ୍ରୀ ଦଳ ରାଞ୍ଚତ୍ରେ ପହଞ୍ଚତ୍ ଯାଇଥିବା ଜଣାପଡ଼ିଛି। ଏହି ଅବସରରେ ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ବିବାହ ଉତ୍ସବରେ ଯୋଗ ଦେଇ ନବଦମ୍ପତ୍ତିଙ୍କୁ ଆଶୀର୍ବାଦ କରିଥିବା ଜଣାପଡ଼ିଛି। ତେବେ କେନ୍ଦ୍ରମନ୍ତ୍ରୀ ତଥା ଭାରତୀୟ ତୀରନ୍ଦାଜୀ ସଂଘର ଅଧ୍ୟକ୍ଷ ଅର୍ଜୁନ ମୁଣ୍ଡା ଜରୁରୀ ବୈଠକ ଲାଗି ଏହି ବିବାହ ଉତ୍ସବରେ ଯୋଗ ଦେଇପାରି ନ ଥିଲେ। ଦୀପିକାଙ୍କ ପରିବାର ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଆୟୋଜନ ହୋଇଥିଲା। ଭିନ୍ନ ଭିନ୍ନ ଅତିଥିଙ୍କ ପାଇଁ ଅଲଗା ଅଲଗା ସମୟ ନିର୍ଦ୍ଧାରିତ କରାଯାଇଥିଲା। ଦୀପିକାଙ୍କ ପରିବାର ପକ୍ଷରୁ ମାକ୍ସ ପରିଧାନ କରାଯାଇ ଅତିଥିଙ୍କୁ ସ୍ବାଗତ କରାଯାଇଥିବା ଦେଖିବାକୁ ମିଳିଥିଲା। ଏଠାରେ ଉଲ୍ଲେଖଯୋଗ୍ୟ, ଏହି ଦୁଇ ଅଲିମ୍ପିଆନ ୨୦୦୮ରେ ପରସ୍ପର ପରିଚିତ ହୋଇଥିଲେ। ଏହାପରେ ୨୦୧୮ରେ ଉଭୟଙ୍କ ନିର୍ବନ୍ଧ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri