Posted inଖେଳ

କରୋନା ପ୍ରୋଟୋକଲ୍‌ ଉଲ୍ଲଂଘନ କରି ଦ୍ୱିତୀୟ ଟେଷ୍ଟରୁ ବାଦ୍‌ ପଡ଼ିଲେ ଆର୍ଚର

ମାଞ୍ଚେଷ୍ଟର,୧୬।୭(ପି.ଟି.): ଗୁରୁବାରଠାରୁ ଆରମ୍ଭ ହୋଇଥିବା ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରୁ ଇଂଲଣ୍ଡ ଯୁବ ଦ୍ରୁତ ବୋଲର ଜୋଫ୍ରା ଆର୍ଚର ବାଦ୍‌ ପଡିଛନ୍ତି। ଦଳର ଜୈବ ନିରାପତ୍ତା ନିୟମ ବା ପ୍ରୋଟୋକଲର ଉଲ୍ଲଂଘନ କରିଥିବାରୁ ତାଙ୍କୁ ଦଳରୁ ବାଦ୍‌ ଦିଆଯାଇଛି। ଏବେ ସେ ୫ ଦିନ ସେଲ୍ଫ ଆସୋଲେଶନରେ ରହିବେ ଓ ଏହି ସମୟରେ ତାଙ୍କର କୋଭିଡ୍‌-୧୯ ଟେଷ୍ଟ ମଧ୍ୟ କରାଯିବ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ତରଫରୁ କୁହାଯାଇଛି। ଅବଶ୍ୟ ଏଥିପାଇଁ ଆର୍ଚର କ୍ଷମା ମାଗିଛନ୍ତି। ନିଜ ଆଚରଣ ପାଇଁ ଦୁଃଖିତ ଓ ମୋ ପାଇଁ ଦଳ ଓ ପୂରା ଟିମ୍‌ ମ୍ୟାନେଜମେଣ୍ଟ ବିପଦରେ ପଡିଛି ବୋଲି ସେ କହିଛନ୍ତି। ଆର୍ଚର ଗତ ସୋମବାର ବ୍ରିଜ୍‌ଟାଉନ୍‌ସ୍ଥିତ ନିଜ ଘରକୁ ଯାଇଥିଲେ। ଏହା ପ୍ରୋଟୋକଲର ଉଲ୍ଲଂଘନ ବୋଲି ଇସିବି ତରଫରୁ କୁହାଯାଇଛି।
କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ସାଉଥାମ୍ପଟନରେ ଇଂଲଣ୍ଡ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ପ୍ରଥମ ଟେଷ୍ଟ ସଫଳତାର ସହ ଆୟୋଜନ ହୋଇଥିଲା। ଏଥିରେ ଓ୍ବେଷ୍ଟଇଣ୍ଡିଜ ବିଜୟ ଲାଭ କରିଥିଲା। ଇଂଲଣ୍ଡ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ରେ ପଛରେ ପଡିଥିବା ବେଳେ ଦଳରୁ ଆର୍ଚର ବାଦ୍‌ ପଡିବା ଇଂଲଣ୍ଡ ପାଇଁ ଏକ ଝଟ୍‌କା ସଦୃଶ ହୋଇଛି। ବାର୍ବାଡୋସ୍‌ ଜନ୍ମିତ ୨୫ ବର୍ଷୀୟ ଆର୍ଚର ଏପର୍ଯ୍ୟନ୍ତ ଇଂଲଣ୍ଡ ପକ୍ଷରୁ ପ୍ରତିନିଧିତ୍ୱ କରି ୮ ଟେଷ୍ଟ, ୧୪ ଦିନିକିଆ ଓ ଗୋଟିଏ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଛୋଟିଆ କ୍ୟାରିୟରରେ ସେ ୫୮ଟି ଅନ୍ତର୍ଜାତୀୟ ଉଇକେଟ ଅକ୍ତିଆର କରି ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri