Posted inଖେଳ

କରୋନା ପ୍ରୋଟୋକଲ୍‌ ଉଲ୍ଲଂଘନ କରି ଦ୍ୱିତୀୟ ଟେଷ୍ଟରୁ ବାଦ୍‌ ପଡ଼ିଲେ ଆର୍ଚର

ମାଞ୍ଚେଷ୍ଟର,୧୬।୭(ପି.ଟି.): ଗୁରୁବାରଠାରୁ ଆରମ୍ଭ ହୋଇଥିବା ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରୁ ଇଂଲଣ୍ଡ ଯୁବ ଦ୍ରୁତ ବୋଲର ଜୋଫ୍ରା ଆର୍ଚର ବାଦ୍‌ ପଡିଛନ୍ତି। ଦଳର ଜୈବ ନିରାପତ୍ତା ନିୟମ ବା ପ୍ରୋଟୋକଲର ଉଲ୍ଲଂଘନ କରିଥିବାରୁ ତାଙ୍କୁ ଦଳରୁ ବାଦ୍‌ ଦିଆଯାଇଛି। ଏବେ ସେ ୫ ଦିନ ସେଲ୍ଫ ଆସୋଲେଶନରେ ରହିବେ ଓ ଏହି ସମୟରେ ତାଙ୍କର କୋଭିଡ୍‌-୧୯ ଟେଷ୍ଟ ମଧ୍ୟ କରାଯିବ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ତରଫରୁ କୁହାଯାଇଛି। ଅବଶ୍ୟ ଏଥିପାଇଁ ଆର୍ଚର କ୍ଷମା ମାଗିଛନ୍ତି। ନିଜ ଆଚରଣ ପାଇଁ ଦୁଃଖିତ ଓ ମୋ ପାଇଁ ଦଳ ଓ ପୂରା ଟିମ୍‌ ମ୍ୟାନେଜମେଣ୍ଟ ବିପଦରେ ପଡିଛି ବୋଲି ସେ କହିଛନ୍ତି। ଆର୍ଚର ଗତ ସୋମବାର ବ୍ରିଜ୍‌ଟାଉନ୍‌ସ୍ଥିତ ନିଜ ଘରକୁ ଯାଇଥିଲେ। ଏହା ପ୍ରୋଟୋକଲର ଉଲ୍ଲଂଘନ ବୋଲି ଇସିବି ତରଫରୁ କୁହାଯାଇଛି।
କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ସାଉଥାମ୍ପଟନରେ ଇଂଲଣ୍ଡ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ପ୍ରଥମ ଟେଷ୍ଟ ସଫଳତାର ସହ ଆୟୋଜନ ହୋଇଥିଲା। ଏଥିରେ ଓ୍ବେଷ୍ଟଇଣ୍ଡିଜ ବିଜୟ ଲାଭ କରିଥିଲା। ଇଂଲଣ୍ଡ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ରେ ପଛରେ ପଡିଥିବା ବେଳେ ଦଳରୁ ଆର୍ଚର ବାଦ୍‌ ପଡିବା ଇଂଲଣ୍ଡ ପାଇଁ ଏକ ଝଟ୍‌କା ସଦୃଶ ହୋଇଛି। ବାର୍ବାଡୋସ୍‌ ଜନ୍ମିତ ୨୫ ବର୍ଷୀୟ ଆର୍ଚର ଏପର୍ଯ୍ୟନ୍ତ ଇଂଲଣ୍ଡ ପକ୍ଷରୁ ପ୍ରତିନିଧିତ୍ୱ କରି ୮ ଟେଷ୍ଟ, ୧୪ ଦିନିକିଆ ଓ ଗୋଟିଏ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଛୋଟିଆ କ୍ୟାରିୟରରେ ସେ ୫୮ଟି ଅନ୍ତର୍ଜାତୀୟ ଉଇକେଟ ଅକ୍ତିଆର କରି ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri