ଓ୍ବାର୍ନରଙ୍କ ଉଇକେଟ୍‌ ନେବାପରେ ୫୦ ହଜାର ଟଙ୍କାର ଉପହାର ଜିତିଲେ ଆର୍ଚର

ଦୁବାଇ, ୧୨।୧୦: ଇଂଲଣ୍ଡର ଷ୍ଟାର୍‌ ଦ୍ରୁତ ବୋଲର ଜୋଫ୍ରା ଆର୍ଚର ଆଇପିଏଲ୍‌ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଖେଳି ଚଳିତ ସିଜନରେ ଦମ୍‌ଦାର ପ୍ରଦର୍ଶନ କରୁଛନ୍ତି। ରବିବାର ଆଇପିଏଲ୍‌ର ୨୬ତମ ମୁକାବିଲାରେ ଆର୍ଚର ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ଅଧିନାୟକ ଡେଭିଡ୍‌ ଓ୍ବାର୍ନରଙ୍କ ମୂଲ୍ୟବାନ ଉଇକେଟ୍‌ ନେଇଥିଲେ। ୪୮ ରନ୍‌ କରି ବ୍ୟାଟିଂ କରୁଥିବାବେଳେ ଓ୍ବାର୍ନରଙ୍କୁ ଆର୍ଚର କ୍ଲିନ ବୋଲ୍ଡ କରିଦେଇଥିଲେ। ଏହି ଉଇକେଟ୍‌ ସହ ଆର୍ଚରଙ୍କ ଲଟେରୀ ଲାଗିଯାଇଛି। ସେ ୫୦ ହଜାର ଟଙ୍କା ମୂଲ୍ୟର ଏକ ନୂଆ ଗେମିଂ ଏକ୍ସବକ୍ସ ଜିତି ଯାଇଛନ୍ତି।
ଆର୍ଚରଙ୍କ ଏହି ଉପହାର ପାଇବା କାହାଣୀ ଅତ୍ୟନ୍ତ ମଜାଳିଆ ଅଟେ। ଗତ ମାସରେ ସୋନି ଏହାର ନୂତନ ଏକ୍ସବକ୍ସ ଲଞ୍ଚ କରିଥିଲା। ଉନ୍ମୋଚନ ଦିନ ଏକ୍ସବକ୍ସ ୟୁକେକୁ ଟୁଇଟ୍‌ କରି କହିଥିଲେ, ‘ମୋତେ ନୂତନ ଏକ୍ସବକ୍ସ କନସୋଲ ପାଇବା ପାଇଁ ଆଇପିଏଲ୍‌ରେ କେତେ ଉଇକେଟ୍‌ ନେବାକୁ ହେବ।’ ଏକ୍ସବକ୍ସ ପକ୍ଷରୁ ଏହାର ଉତ୍ତରରେ ଆର୍ଚରଙ୍କୁ କୁହାଯାଇଥିଲା, ଆପଣଙ୍କୁ କେବଳ ଡେଭିଡ୍‌ ଓ୍ବାର୍ନରଙ୍କ ଉଇକେଟ୍‌ ନେବାକୁ ହେବ। ଏବେ ଆର୍ଚର ରବିବାର ଓ୍ବାର୍ନରଙ୍କୁ ଆଉଟ୍‌ କରି ଏହି ପୁରସ୍କାର ଜିତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?