ଟୋକିଓ,୩୦।୭(ପି.ଟି.): ଭାରତୀୟ ପୁରୁଷ ତୀରନ୍ଦାଜ ଅତନୁ ଦାସ ବ୍ୟକ୍ତିଗତ ଇଭେଣ୍ଟରେ ପ୍ରି- କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସେ ଦୁଇଥର ଅଲିମ୍ପିକ୍ ଚାମ୍ପିୟନ କୋରିଆର ଓହ ଜିନ ହ୍ବେକଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ପୂର୍ବରୁ ତାଙ୍କ ସ୍ତ୍ରୀ ଦୀପିକା କୁମାରୀ ମଧ୍ୟ ମହିଳା ବିଭାଗ ବ୍ୟକ୍ତିଗତ ଇଭେଣ୍ଟରେ ପ୍ରି- କ୍ୱାର୍ଟର ଫାଇନାଲରେ ପ୍ରଶେ କରିଛନ୍ତି। ଅତନୁ ୬-୫ରେ ୩୯ ବର୍ଷୀୟ ଓହଙ୍କୁ ହରାଇବାରେ ସକ୍ଷମ ହୋଇଥିଲେ।
ଦୀପିକା ଓ ଅତନୁ ଏଥର ସଫଳ ହେଲେ ଭାରତ ପାଇଁ ତୀରନ୍ଦାଜୀରେ ପ୍ରଥମ ପଦକ ହାସଲ କରିବେ ବୋଲି କୁହାଯାଇପାରେ। ପୂର୍ବରୁ ଅତନୁ ଚାଇନିଜ ତାଇପେର ଡେଙ୍ଗ ୟୁ- ଚେଙ୍ଗଙ୍କୁ ୬-୪ରେ ହରାଇଥିଲେ। ସ୍ବାମୀ- ସ୍ତ୍ରୀ ଯୋଡି ଅତନୁ ଓ ଦୀପିକାଙ୍କୁ ବାଦ୍ ଦେଲେ ବାକି ସବୁ ଭାରତୀୟ ତୀରନ୍ଦାଜ ଅଲିମ୍ପିକ୍ସରୁ ବାଦ୍ ପଡିଛନ୍ତି। ଶୁକ୍ରବାର ଦୀପିକା ପ୍ରି- କ୍ୱାର୍ଟରରେ ରୁଡିଆର ୮ ନମ୍ବର ତୀରନ୍ଦାଜ ସେନିଆ ପେରେଭାଙ୍କୁ ଭେଟିବେ। ପେରୋଭା ୨୦୧୬ ରିଓ ଅଲିମ୍ପିକ୍ସରେ ରୌପ୍ୟ ପଦକ ହାସଲ କରିଥିଲେ। ଅନ୍ୟପଟେ ଅତନୁ ଘରୋଇ ତୀରନ୍ଦାଜ ତଥା ଫେଭରାଇଟ ତାକାହାରୁ ପୁରୁକାଓ୍ବାଙ୍କୁ ଭେଟିବେ।
ପୂର୍ବରୁ ମିକ୍ସଡ ଟିମ୍ ଓ ପୁରୁଷ ଟିମ୍ ଶନିବାର କ୍ୱାର୍ଟର ଫାଇନାଲରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ସେହିପରି ସେନାବାହିନୀ ଯୋଡି ତରୁଣଦୀପ ରାୟ ଓ ପ୍ରବୀଣ ଯାଦବ ବୁଧବାର ପରାସ୍ତ ହୋଇ ବିଦାୟ ନେଇସାରିଛନ୍ତି। ପୂର୍ବରୁ ଅତନୁ ଓହଙ୍କୁ ୨୦୧୯ ବ୍ୟାଙ୍କକ ଏସିଆନ ଚାମ୍ପିୟନଶିପ୍ରେ ପରାସ୍ତ କରିଥିଲେ। ଓହ ୨୦୧୨ ଲଣ୍ଡନ ଅଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ସେ ଚଳିତ ୨୦୨୦ ଅଲିମ୍ପିକ୍ସରେ ଟିମ୍ ଇଭେଣ୍ଟରେ ମଧ୍ୟ ସ୍ବର୍ଣ୍ଣ ଜିତିଛନ୍ତି।
୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍
କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍ ‘ବି’ର ଏକ ମ୍ୟାଚ୍ରେ ଭାରତ ୧୭-୧ ଗୋଲ୍ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…
IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…
ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍…
ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର
ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…
ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା
ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…
ବଡ଼ ଭୁଲ୍ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…
ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…
ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ
ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…
‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ
ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…
ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ
ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

