Posted inଖେଳ

ତୀରନ୍ଦାଜୀ ବିଶ୍ୱକପ୍‌ ଷ୍ଟେଜ୍‌-୧:ଭାରତ ଜିତିଲା ୪ ପଦକ

ଗୁଆଟାମଳା ସିଟି, ୨୭ା୪ (ପି.ଟି.)-ଭାରତୀୟ ତୀରନ୍ଦାଜ ଦମ୍ପତି ଦୀପିକା କୁମାରୀ ଓ ଅତନୁ ଦାସ ବ୍ୟକ୍ତିଗତ ବିଭାଗରେ ଦୁଇଟି ସ୍ବର୍ଣ୍ଣ ପଦକ ଲାଭ କରିଛନ୍ତି। ଫଳରେ ଏଠାରେ ଚାଲିଥିବା ତୀରନ୍ଦାଜୀ ବିଶ୍ୱକପ୍‌ ଷ୍ଟେଜ୍‌-୧ରେ ଭାରତ ୩ ସ୍ବର୍ଣ୍ଣ ଓ ଗୋଟିଏ ବ୍ରୋଞ୍ଜ ସହ ମୋଟ ୪ ପଦକ ପାଇଏହାର ଅଭିଯାନ ଶେଷ କରିଛି। କୌଣସି ବିଶ୍ୱକପ୍‌ରେ ଭାରତର ଏହା ଶ୍ରେଷ୍ଠ ପ୍ରଦର୍ଶନ ବୋଲି ବିବେଚନା କରାଯାଉଛି। ବିଶ୍ୱର ପୂର୍ବତନ ନମ୍ବର ଓ୍ବାନ ଖେଳାଳି ଦୀପିକା ତାଙ୍କ କ୍ୟାରିୟରରେ ତୃତୀୟ ଥର ବ୍ୟକ୍ତିଗତ ବିଶ୍ୱକପ୍‌ ସ୍ବର୍ଣ୍ଣ ପଦକ ଜିତିପାରିଛନ୍ତି। ତାଙ୍କ ସ୍ବାମୀ ଅତନୁ ପୁରୁଷ ରିକର୍ଭ ଫାଇନାଲରେ ବିଜୟ ଲାଭ କରିବା ସହ ସ୍ବର୍ଣ୍ଣ ଜିତିପାରିଛନ୍ତି। ଏହି ଦୁଇଜଣ ସ୍ବତଃପ୍ରବୃତ ସିଜନର ସବୁଠାରୁ ବଡ଼ ମର୍ଯ୍ୟାଦାପୂର୍ଣ୍ଣ ଟୁର୍ନାମେଣ୍ଟକୁ ଆର୍ଚେରୀ ବିଶ୍ୱକପ୍‌ ଫାଇନାଲକୁ ଉନ୍ନୀତ ହୋଇଛନ୍ତି। ପୂର୍ବରୁ ଦୀପିକା, ଅଙ୍କିତା ଭକତ ଓ କୋମୋଳିକା ବାରିଙ୍କୁ ନେଇ ଭାରତୀୟ ମହିଳା ରିକର୍ଭ ଟିମ୍‌ ଫାଇନାଲରେ ମେକ୍ସିକୋକୁ ୫-୪ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଥିଲା। ସ୍ଥାନୀୟ ସ୍ପୋଟର୍‌ସ କମ୍ପ୍ଲେକ୍ସ ଲସ୍‌ ଆର୍କସଠାରେ ମିକ୍ସଡ ଯୋଡ଼ି ଇଭେଣ୍ଟରେ ଅତନୁ ଓ ଭକତ ଯୋଡ଼ି ଟପ୍‌ ସିଡ୍‌ ୟୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ)କୁ ୬-୨ରେ ପରାସ୍ତ କରି ଏକ ବ୍ରୋଞ୍ଜ ପଦକ ଲାଭ କରିଥିଲା। ଏଠାରେ ତୃତୀୟ ସିଡ୍‌ ପ୍ରାପ୍ତ ତଥା ପୂର୍ବତନ ବିଶ୍ୱର ନମ୍ବର ଓ୍ବାନ ଖେଳାଳି ବ୍ୟକ୍ତିଗତ ବିଭାଗ ଫାଇନାଲରେ ୟୁଏସ୍‌ଏର ମ୍ୟାକେଞ୍ଜି ବ୍ରାଉନ୍‌ଙ୍କୁ ୬-୫ରେ ପରାସ୍ତ କରିଥିଲେ। ଅନ୍ୟପକ୍ଷରେ ଅତନୁ ଫାଇନାଲରେ ସ୍ପେନର ଡାନିଲ କାଷ୍ଟ୍ରୋଙ୍କୁ ୬-୪ରେ ହରାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?