ପିଏମ୍‌ ଶ୍ରୀ ଉତ୍ସବରେ ଅର୍ଚ୍ଚିତାଙ୍କ ସଫଳତା

ଦିଗପହଣ୍ଡି, ୨୫।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କନିଶି ଗ୍ରାମ ପିଏମ୍‌ ଶ୍ରୀ ବାଲାଜୀ ବିଦ୍ୟାପୀଠରେ ଆୟୋଜିତ ଗଞ୍ଜାମ ଜିଲାସ୍ତରୀୟ ପିଏମ୍‌ ଶ୍ରୀ ଉତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଦିଗପହଣ୍ଡି ପିଏମ୍‌ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟର ୬ଷ୍ଠ ଶ୍ରେଣୀ ଛାତ୍ରୀ ଅର୍ଚ୍ଚିତା ସାମନ୍ତଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତଶିଳ୍ପ ସାମଗ୍ରୀ ପ୍ରଥମ ସ୍ଥାନ ଅଧିକାର କରିଛି।

ଉଦଯାପନୀ କାର୍ଯ୍ୟକ୍ରମରେ ଖଣି, ଇସ୍ପାତ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅର୍ଚ୍ଚିତାଙ୍କୁ ପୁରସ୍କୃତ କରିଥିବା ବେଳେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ, ଜିଲା ଶିକ୍ଷା ଅଧିକାରୀ ଅଜୟ କୁମାର ପାତ୍ର,ଏଡିଇଓ ପ୍ରଭାତୀ ମହାପାତ୍ର, ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼. ଶଙ୍କର ନାରାୟଣ ବେଜ ପ୍ରମୁଖ ଉପସ୍ଥିତ ଥିଲେ। ଦିଗପହଣ୍ଡିର ଉଦୟନାଥ ସାମନ୍ତ ଓ ପ୍ରଦୀପ୍ତାଙ୍କ ଝିଅ ଅର୍ଚ୍ଚିତାଙ୍କ ଏଭଳି ସଫଳତା ହାସଲ ପରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।