ସିଲ୍‌ ଫୁଡ୍‌ସକୁ ଅଧିଗ୍ରହଣ କଲା ଆର୍‌ସିପିଏଲ୍‌

ମୁମ୍ବାଇ,୨୪।୧: ଦେଶର ପ୍ରମୁଖ ଫୁଡ୍‌ସ ବ୍ରାଣ୍ଡ୍‌ ସିଲ୍‌ (ଏସ୍‌ଆଇଏଲ୍‌)କୁ ଆନୁଷ୍ଠାନିକ ଭାବେ ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡ୍‌ (ଆର୍‌ସିପିଏଲ) ନିକଟରେ ଅଧିଗ୍ରହଣ କରିଥିବା ରିଲାଏନ୍ସ ଗ୍ରୁପ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି। ଏପରିକି ଗୁଣାତ୍ମକ ଖାଦ୍ୟ ସାମଗ୍ରୀ ପାଇଁ ସିଲ୍‌ ବର୍ତ୍ତମାନ ଆରସିପିଏଲ୍‌ର ବିସ୍ତୃତ ସମ୍ଭାରର ଏକ ଅଂଶବିଶେଷ ହେବ। ସେହିଭଳି କମ୍ପାନୀ ଉପଭୋକ୍ତା ଉତ୍ପାଦ କ୍ଷେତ୍ରରେ ନିଜର ସ୍ଥିତିକୁ ମଜଭୁତ କରିବା ଏବଂ ଭାରତୀୟ ଐତିହ୍ୟ ବ୍ରାଣ୍ଡ୍‌ଗୁଡିକୁ ପୁନର୍ଜୀବିତ କରିବା ଦିଗରେ ରିଲାଏନ୍ସ ରଣନୀତିର ଏହି ପଦକ୍ଷେପ ଏକ ଅଂଶବିଶେଷ ବୋଲି କୁହାଯାଉଛି।
ଏ ସମ୍ପର୍କରେ ଆରସିପିଏଲର ସିଇଓ କେତନ ମୋଦି କହିଛନ୍ତି, ଆମେ ଭବିଷ୍ୟତର ବ୍ୟବସାୟ ନିର୍ମାଣ କରିବାବେଳେ ଭାରତର ସଂସ୍କୃତି ଏବଂ ଐତିହ୍ୟକୁ ସଂରକ୍ଷିତ ରଖିବା ପାଇଁ ପ୍ରତିବଦ୍ଧ ରହିଛୁ। ସିଲ୍‌ ଫୁଡ୍‌ସର ଅଧିଗ୍ରହଣ ଆମକୁ ଭାରତୀୟ ଖାଦ୍ୟ ଓ ଖାଦ୍ୟସାମଗ୍ରୀଗୁଡିକୁ ଉପଭୋକ୍ତାଙ୍କ ପାଖରେ ନୂତନ ତଥା ଅଭିନବ ଫର୍ମାଟରେ ପହଞ୍ଚାଇବାରେ ସହାୟକ ହେବ। ସେହିପରି ଆରସିପିଏଲ ସିଲ୍‌ ବ୍ରାଣ୍ଡ୍‌ର ଗୁଣବତ୍ତା ଏବଂ ବିତରଣ ନେଟୱର୍କରେ ଉନ୍ନତି ଆଣିବ।
ଅପରପକ୍ଷରେ ସିଲ୍‌ ଫୁଡ୍‌ସର ଏମ୍‌ଡି ଅଜୟ ମାରିୱାଲା କହିଛନ୍ତି, ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟ ସହିତ ଯୋଡ଼ି ହୋଇ ସିଲ୍‌ ବ୍ରାଣ୍ଡ୍‌କୁ ଏକ ନୂତନ ପରିଚୟ ଦେବାକୁ ଆମେ ଉତ୍ସାହିତ ଅଛୁ। ଏହି ସହଭାଗିତା ସିଲ୍‌କୁ ଏକ ବ୍ୟାପକ ତଥା ଆଧୁନିକ ଗ୍ରାହକଙ୍କ ନିକଟରେ ପହଞ୍ଚାଇବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri