୫ ରାଜ୍ୟରେ ୭୯,୬୮୮ ଶିଶୁ ସଂକ୍ରମିତ

ନୂଆଦିଲ୍ଲୀ, ୮।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଦ୍ରୁତ ବେଗରେ ମାଡ଼ିଚାଲିଥିବାବେଳେ ଏଥିରେ ଯୁବକ ଓ ଶିଶୁମାନେ ଅଧିକ ସଂକ୍ରମିତ ହେଉଛନ୍ତି। ଗତବର୍ଷ ବୟସ୍କ ତଥା ବିଭିନ୍ନ ରୋଗ ଥିବା ବ୍ୟକ୍ତି କରୋନାରେ ଅଧିକ ଆକ୍ରାନ୍ତ ହେଉଥିଲେ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତଥ୍ୟ ଅନୁଯାୟୀ ୫ଟି ସର୍ବାଧିକ ସଂକ୍ରମିତ ରାଜ୍ୟରେ ଗତ ମାସରୁ ଇତିମଧ୍ୟରେ ୭୯,୬୮୮ ଶିଶୁ ସଂକ୍ରମିତ ହୋଇଛନ୍ତି। କମ୍‌ ବୟସ୍କଙ୍କ ପାଇଁ ଏପର୍ଯ୍ୟନ୍ତ ଟିକା ପ୍ରସ୍ତୁତ ହୋଇନାହିଁ। ବ୍ରିଟେନରେ ଆଷ୍ଟ୍ରାଜେନିକାର ଶିଶୁଙ୍କ ପାଇଁ ଉଦ୍ଦିଷ୍ଟ ଭାକ୍ସିନ୍‌ ପରୀକ୍ଷା କରାଯାଇଥିଲା। ତେବେ ରକ୍ତ ଜମାଟ ବାନ୍ଧି ୟୁରୋପରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ଆସିବାରୁ ଉକ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ମାର୍ଚ୍ଚ ୧ରୁ ଏପ୍ରିଲ ୪ ମଧ୍ୟରେ ମହାରାଷ୍ଟ୍ରରେ ୬୦,୬୮୪ ଶିଶୁ କରୋନା ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୯,୮୮୨ ଜଣଙ୍କ ବୟସ ୫ ବର୍ଷରୁ କମ୍‌। ସେହିପରି ଛତିଶଗଡ଼ରେ ୫,୯୪୦ ଏବଂ କର୍ନାଟକରେ ୭,୩୨୭ ଏବଂ ଉତ୍ତରପ୍ରଦେଶରେ ୩,୦୦୪ ଶିଶୁଙ୍କଠାରେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରୁ ୫ ବର୍ଷରୁ କମ୍‌ ବୟସ ବର୍ଗରେ ଯଥାକ୍ରମେ ୯୨୨, ୮୭୧ ଏବଂ ୪୭୧ଜଣ ଅଛନ୍ତି। ଦିଲ୍ଲୀରେ ୨,୭୩୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୪୪୧ ଜଣଙ୍କ ବୟସ ୫ ବର୍ଷରୁ କମ୍‌ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri