ଭିଡ଼କୁ ଭୟ କରୁଛନ୍ତି କି

ମାନୁ ମାଉସୀଙ୍କୁ ମୁଁ ପୁରୀ ରଥଯାତ୍ରା ଦେଖିଯିବାକୁ କହିଲି। ସେ ମନାକଲେ। କାରଣ ପଚାରିବାରୁ କହିଲେ- ମୁଁ ପିଲାବେଳେ ଥରେ ରଥଯାତ୍ରାକୁ ଯାଇଥିଲି। ଭିଡ଼ରେ ମତେ ଚାରିକଡ଼ୁ ଚାପିଦେଲେ। ସେହି ଦିନଠାରୁ ଭିଡ଼ ଦେଖିଲେ ମତେ ଡର ଲାଗେ। ମୁଁ କହିଲି ଏହା ଫୋବିୟା। କୌଣସି ସ୍ଥାନ, ବସ୍ତୁ , କାର୍ଯ୍ୟ ଓ ପରିସ୍ଥିତି ପ୍ରତି ଅହେତୁକ ଭୟ ହେଉଛଇ ଫୋବିୟା। ଯେପରି କି କେତେକ ଲୋକ ଭିଡ଼ ଭିତରକୁ ଯିବାକୁ ଏବଂ ଉଚ୍ଚ ସ୍ଥାନକୁ ଯିବାକୁ ଭୟ କରନ୍ତି, ଘରୁ ରାସ୍ତାକୁ ଯିବାକୁ ଭୟ କରନ୍ତି, କୌଣସି ଜୀବଜନ୍ତୁ କିଛି କ୍ଷତି କରିବ ନାହିଁ ଜାଣି ମଧ୍ୟ ତାକୁ ଭୟ କରନ୍ତି। ସେଥିଯୋଗୁ ସେମାନେ ସେହି ସ୍ଥାନ, ବସ୍ତୁ ବା କାର୍ଯ୍ୟଠାରୁ ଦୂରେଇ ରହିବାକୁ ଚାହାନ୍ତି।
ପ୍ରାୟ ପ୍ରତ୍ୟେକ ଲୋକଙ୍କଠାରେ ଏକପ୍ରକାର ଭୟ ଅଳ୍ପ ବହୁତେ ଥାଏ; ମାତ୍ର ଯେତେବେଳେ ଅତ୍ୟଧିକ ହୋଇ ମାନସିକ ବ୍ୟଥା ଦିଏ ଏବଂ ନିଜର ଦୈନନ୍ଦିନ କାର୍ଯ୍ୟରେ ବାଧା ସୃଷ୍ଟି କରେ ସେତେବେଳେ ଏହା ଏକ ରୋଗ ବୋଲି ଧରାଯାଏ। ଅସ୍ବାଭାବିକ ପରିସ୍ଥିତିର ଭୟାବହତାକୁ ସମ୍ଭାବନା କରି ଲୋକଟିର ମନରେ କଷ୍ଟ ହୋଇଥାଏ। ତେଣୁ ସେ ଏପରି ପରିସ୍ଥିତିଠାରୁ ଦୂରେଇ ରହିବାକୁ ଚେଷ୍ଟା କରେ ଏବଂ ଏହାର ସାମ୍‌ନା କଲେ ଆତଙ୍କିତ ହୋଇଯାଏ।
କୌଣସି ପରିସ୍ଥିତି ପ୍ରତି ଅସ୍ବାଭାବିକ ଭୟକୁ ଆଗାରୋଫୋବିୟା କୁହାଯାଏ। ସାଧାରଣତଃ ଏ ପ୍ରକାର ଫୋବିୟା ପୁରୁଷଙ୍କ ତୁଳନାରେ ସ୍ତ୍ରୀ ଲୋକଙ୍କଠାରେ ଅଧିକ ହୋଇଥାଏ। ଏଥିରେ ମନୁଷ୍ୟ ଯେତେବେଳେ ନିଜ ପରିବାର ବା ଚିରାଚରିତ ପରିସ୍ଥିତିରୁ ଦୂରେଇଯାଏ ତାକୁ ଅଧିକ ଭୟ ଲାଗିଥାଏ। ଗୋଟିଏ ପରିସ୍ଥିତିରୁ ଆଉ ଗୋଟିଏ ପରିସ୍ଥିତିକୁ ଗଲେ ଲୋକଟି ହଠାତ୍‌ ବିଚଳିତ ହୋଇପଡ଼େ। ସେହି ପରିସ୍ଥିତିକୁ ମୁକାବିଲା କରିବା ପାଇଁ ତା’ର ସାହସ ହୁଏ ନାହିଁ କି ସେ ଉପାୟ ପାଏ ନାହିଁ। ଉଦାହରଣସ୍ବରୂପ ଘରଠାରୁ ଦୂରରେ ଏକା ରହିବା, ଭିଡ଼ ଭିତରେ ରହିଯିବା, ଟ୍ରେନ୍‌, ବସ୍‌ ଆଦିରେ ଏକାକୀ ବୁଲିବା ଇତ୍ୟାଦି କାର୍ଯ୍ୟଗୁଡ଼ିକୁ ସେ ସମ୍ମୁଖୀନ ହୋଇପାରେ ନାହିଁ। ଧୀରେ ଧୀରେ ପରିସ୍ଥିତି ଅଧିକ ଜଟିଳ ହୋଇଥାଏ। ଲୋକଟିର ନିଜର ଦୈନନ୍ଦିନ କାର୍ଯ୍ୟ ବାଧାପ୍ରାପ୍ତ ହୁଏ। ସେ ବାହାରକୁ ନ ଯାଇ ଘର ଭିତରେ ରହିବାକୁ ଭଲ ପାଏ। କେବଳ ଜଣେ ଦି’ଜଣ ବିଶ୍ୱସ୍ତ ଲୋକଙ୍କ ସହିତ ଘର ଛାଡ଼ିଯାଏ।
ଏପ୍ରକାର ରୋଗରେ ଗୋଟିଏ ନିର୍ଦ୍ଦିଷ୍ଟ ବସ୍ତୁ, ଅବସ୍ଥା, ପରିସ୍ଥିତି ବା କାର୍ଯ୍ୟ ପ୍ରତି ଅସ୍ବାଭାବିକ ଭୟ ଉପୁଜିଥାଏ। ଏହି ଭୟ ପ୍ରକୃତ ପରିସ୍ଥିତି ତୁଳନାରେ ଅଧିକ ହୋଇଥାଏ। ଲୋକଟି ନିଜର ଏପରି ଭୟକୁ ନିୟନ୍ତ୍ରଣ କରିପାରେ ନାହିଁ। ତେଣୁ ସେ ମାନସିକ ଯନ୍ତ୍ରଣା ପାଇଥାଏ। ଏଥିପାଇଁ ଲୋକଟି ଏପରି ବସ୍ତୁ, ଅବସ୍ଥା କାର୍ଯ୍ୟରୁ ଦୂରେଇ ରହିବାକୁ ଚେଷ୍ଟା କରେ। ଏ ରୋଗ ପ୍ରାୟତଃ ୨୫-୩୫ ବର୍ଷ ବୟସରେ ହଠାତ୍‌ ଆରମ୍ଭ ହୋଇଥାଏ। ଧୀରେ ଧୀରେ ଏହା ଅତ୍ୟଧିକ ହୋଇଥାଏ ଏବଂ ନିଜର ଦୈନନ୍ଦିନ କାର୍ଯ୍ୟରେ ବାଧାପ୍ରାପ୍ତ ହୋଇଥାଏ।
ଏହା ସେରୋଟୋନିନ, ଗାବା, ଆଡ୍ର଼େନାଲିନ୍‌, ଡୋପାମିନ ଆଦି ନ୍ୟୁରୋଟ୍ରାନ୍‌ସମିଟର ବିଶୃଙ୍ଖଳତା ଯୋଗୁ ହୋଇଥାଏ। ନ୍ୟୁରୋଟ୍ରାନ୍‌ସମିଟର ହେଉଛି ଏକ ରାସାୟନିକ ଦ୍ରବ୍ୟ, ଯାହା ସ୍ନାୟୁଗୁଡ଼ିକ ମଧ୍ୟରେ ପ୍ରେରକ କାର୍ଯ୍ୟ କରେ। ସୂତ୍ରରୁ ଜଣାପଡ଼ିଛି ଯେ ନିଜର ରକ୍ତ ସମ୍ପର୍କୀୟ ଲୋକଙ୍କଠାରେ ଏ ରୋଗ ଥିଲେ ଅନ୍ୟମାନଙ୍କୁ ହେବାର ସମ୍ଭାବନା ଅଧିକ ଥାଏ। ତେଣୁ ଏହା ବଂଶଗତ ହୋଇପାରେ।
ଏହି ରୋଗର ଲକ୍ଷଣ ଦେଖାଦେଲେ ମାନସିକ ରୋଗ ବିଶେଷଜ୍ଞଙ୍କ ପରାମର୍ଶ ନେବା ଉଚିତ। ଏହାର ଚିକିତ୍ସା, ଔଷଧ ଓ ସାଇକୋଥେରାପି ଦ୍ୱାରା କରାଯାଇଥାଏ। ଏହି ରୋଗ ପାଇଁ ଔଷଧ ଉପଯୋଗୀ ହୋଇଥାଏ। ସାଇକୋଥେରାପି ଦ୍ୱାରା ରୋଗୀ ମନରେ ଜନ୍ମୁଥିବା ଅହେତୁକ ଭୟକୁ ବୁଝାଶୁଝା ଦ୍ୱାରା କମ୍‌ କରାଯାଇଥାଏ। ଫଳରେ ରୋଗୀ ମନରୁ ଭୟ କମିଯାଏ। ଏହି ରୋଗ ଯଦିଓ କୌଣସି କାରଣରୁ ଜନ୍ମ ନେଇ ନ ଥାଏ ତଥାପି ଅନେକ କ୍ଷେତ୍ରରେ ପରିସ୍ଥିତିର ଅନୁଭୂତି ହିଁ ତା’ର ଭୟର କାରଣ ହୋଇଥାଏ।

ଡା.ସମ୍ରାଟ କର
ମାନସିକ ରୋଗ ବିଶେଷଜ୍ଞ,
ଦି’ବ୍ରେନ୍‌, ପୁରୀଘାଟ ରୋଡ୍‌, କଟକ ମୋ:୯୧୩୨୪୩୩୩୩୩


Enter your email to get our daily news in your inbox.

All Right Reserved By Dharitri.Com

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?