ମୁଣ୍ଡବ୍ୟଥା ହେଉଛି କି…ଆପଣାନ୍ତୁ ଏହି ସରଳ ଉପାୟ

ଆଜିକାଲି ପ୍ରାୟ ମୁଣ୍ଡବ୍ୟଥା ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଖାଦ୍ୟପେୟ ଠିକ୍‌ ସମୟରେ ନ ଖାଇଲେ, ଆବଶ୍ୟକ ମୁତାବକ ପାଣି ନ ପିଇଲେ ଏହାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ତେବେ ଏଥିରୁ ଉପଶମ ପାଇବା ଲାଗି କେତୋଟି ସରଳ ତଥା ସହଜ ଉପାୟ ରହିଛି। ସବୁଠାରୁ ମୁଖ୍ୟ କଥା ହେଲା ସବୁବେଳେ ଠିକ୍‌ ସମୟରେ ଖାଦ୍ୟ ଖାଆନ୍ତୁ। ଏଥିରେ ବିଳମ୍ବ ହେଲେ ପେଟରେ ଗ୍ୟାଷ୍ଟ୍ରିକ୍‌ ସମସ୍ୟା ଦେଖାଦେଇଥାଏ, ଯାହାଦ୍ୱାରା ମୁଣ୍ଡ ବିନ୍ଧେ। ତା’ସହ ଦିନକୁ ଅତିକମ୍‌ରେ ୨-୩ ଲିଟର ପାଣି ପିଅନ୍ତୁ। ଆଉ ଏକ କଥା ହେଲା ନିଦ୍ରା। ଆମକୁ ରାତିରେ ଅତିକମ୍‌ରେ ୭-୮ ଘଣ୍ଟା ଶୋଇବା ନିହାତି ଦରକାର। ଏଥିରେ ଅସନ୍ତୁଳନ ଦେଖାଦେଲେ ତାହା ମୁଣ୍ଡବିନ୍ଧାର କାରଣ ସାଜିଥାଏ। ତେଣୁ ସବୁବେଳେ ଆବଶ୍ୟକ ମୁତାବକ ଶୁଅନ୍ତୁ। ଟୋକିଓ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେରୁ ଜାଣି ପାରିଛନ୍ତି ଯେ ନିୟମିତ ଯୋଗ କରିବା ଦ୍ୱାରା ମୁଣ୍ଡବିନ୍ଧା ପରି ସମସ୍ୟାରୁ କେତେକାଂଶରେ ଉପଶମ ମିଳିଥାଏ। ବେଳେବେଳେ ଟେନ୍‌ସନ୍‌ର ବଶବର୍ତ୍ତୀ ହେଲେ ମୁଣ୍ଡବିନ୍ଧା ସମସ୍ୟା ଦେଖାଦେଇଥାଏ। ତେଣୁ ଏହାଠାରୁ ଦୂରେଇ ରହିବାକୁ ଚେଷ୍ଟା କରନ୍ତୁ। ନିଜର ମାନସିକତାକୁ ସକାରାତ୍ମକ ରଖିବାକୁ ଚେଷ୍ଟା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ।…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

୬୫ ବର୍ଷରୁ ଅତିରିକ୍ତ ପେନସନ ଲାଗୁ ନେଇ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଦାବିପତ୍ର

ଟିକିରି,୨୨।୪ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ସୋମବାର କାଶୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ପ୍ରଧାନମନ୍ତ୍ରୀ…

ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …

ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ବୃଦ୍ଧି ଘୋଷଣା: ଇରାନ ପାଇଁ ହର୍ମୁଜରେ ଜାରି ରହିବ ଅବରୋଧ, ଜାଣନ୍ତୁ କ’ଣ ରହିଛି ସର୍ତ୍ତ

ଓ୍ବାଶିଂଟନ୍‌, ୨୨।୪: ହର୍ମୁଜ ପ୍ରଣାଳୀ ଉପରେ ଘନିଷ୍ଠ ହେଉଥିବା ସଙ୍କଟ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଇରାନ ସହିତ ଯୁଦ୍ଧବିରତି…

ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ରଥଖଳା…

ପୁରୀ,୨୨ା୪(ଅଜିତ୍‌ କୁମାର ମହାନ୍ତି): ଅକ୍ଷାୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଶୁଭ ଅନୁକୂଳ ସହ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଶୁଭାରମ୍ଭ ପରମ୍ପରା ମତେ ସମ୍ପନ୍ନ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri