କେଶ ଝଡ଼ିବା ସମସ୍ୟାକୁ ନେଇ ଚିନ୍ତିତ କି? ଯୋଗ କମାଇବ….

କେଶ ଝଡ଼ିବା କମାଇବା ପାଇଁ ଅନେକେ ବିଭିନ୍ନ ଶାମ୍ପୁ, କଣ୍ଡିଶନର୍‌, ସେରମ୍‌ ଲଗାଇବା ସହିତ ବ୍ୟୁଟିପାର୍ଲରରେ ହେୟାର୍‌ ସ୍ପା ଏବଂ ଅନ୍ୟାନ୍ୟ ଟ୍ରିଟ୍‌ମେଣ୍ଟ କରିବାକୁ ପଛାଉ ନାହାନ୍ତି। ହେଲେ ଏସବୁ ଆଦୌ ସ୍ଥାୟୀ ସମାଧାନ ନୁହେଁ। ତେଣୁ ପ୍ରତିଦିନକେତୋଟି ଯୋଗାସନ ଅଭ୍ୟାସ କଲେ କେଶ ଝଡ଼ିବାସମସ୍ୟାରୁ ମୁକ୍ତି ପାଇପାରିବେ…
ଶୀର୍ଷାସନ: ମୁଣ୍ଡକୁ ପର୍ଯ୍ୟାପ୍ତ ପରିମାଣରେ ରକ୍ତ ସଞ୍ଚାଳନ କରିବାରେ ଏହି ଆସନ ବହୁତ ସାହାଯ୍ୟ କରିଥାଏ। ଫଳରେ କେଶ ଝଡ଼ିବା କମ୍‌ ହେବା ସହ ମଜଭୁତ ଏବଂ ଘନ ହୋଇଥାଏ। ହେଲେ ମନେରଖନ୍ତୁ, ପ୍ରଥମେ ଏହି ଆସନ କରିବା ପୂର୍ବରୁ ଏକ୍ସପର୍ଟଙ୍କ ପରାମର୍ଶ ନେବା ସହ ତାଙ୍କ ଉପସ୍ଥିତିରେ ଅଭ୍ୟାସ କରନ୍ତୁ, ନଚେତ୍‌ ବେକରେ ରକା ହୋଇପାରେ।
ବଜ୍ରାସନ: ବର୍ତ୍ତମାନ ଅଧିକାଂଶ ମହିଳାଙ୍କ କ୍ଷେତ୍ରରେ ଗ୍ୟାଷ୍ଟ୍ରିକ୍‌ ସମସ୍ୟା ମଧ୍ୟ କେଶ ଝଡ଼ିବାର ଅନ୍ୟତମ କାରଣ। ଏଭଳି ସମସ୍ୟା ଥିଲେ ସନ୍ତୁଳିତ ଖାଦ୍ୟ ଖାଇବା ସହ ଖାଇ ସାରବା ପରେ ଅତି କମ୍‌ରେ ୧୦ ମିନିଟ ପର୍ଯ୍ୟନ୍ତ ବଜ୍ରାସନରେ ବସନ୍ତୁ। ଏହାଦ୍ୱାରା ଖାଦ୍ୟ ଭଲ ଭାବେ ହଜମ ହେବା ସହ ଗ୍ୟାଷ୍ଟ୍ରିକ୍‌ ଏବଂ ଅନ୍ୟାନ୍ୟ ପେଟଜନିତ ସମସ୍ୟା ଦୂର ହେବ ଏବଂ କେଶ ଝଡ଼ିବା କମ୍‌ ହେବ।
ଅଧମୁଖା ସ୍ବାନାସନ : ଯେଉଁମାନଙ୍କ ଶରୀରରେ ବିଶେଷକରି ମୁଣ୍ଡକୁ କୌଣସି କାରଣରୁ ରକ୍ତ ସଞ୍ଚାଳନ ବାଧାପ୍ରାପ୍ତ ହୁଏ, ସେମାନଙ୍କଠାରେ କେଶ ଝଡ଼ିବା ସମସ୍ୟା ଦେଖାଦେଇଥାଏ। ଏହାକୁ ଦୂର କରିବା ଲାଗି ସେମାନଙ୍କ ପାଇଁ ପ୍ରତିଦିନ କିଛି ସମୟ ଅଧମୁଖା ସ୍ବାନାସନ କରିବା ବେଶ୍‌ ଲାଭଦାୟକ। ଏହି ଆସନ ସୂର୍ଯ୍ୟ ନମସ୍କାର ମଧ୍ୟରୁ ଗୋଟିଏ। ଏହା ଶରୀରରେ ରକ୍ତ ସଞ୍ଚାଳନ ଠିକ୍‌ ଭାବେ କରିବାରେ ସାହାଯ୍ୟ କରେ। ଫଳରେ କେଶ ମୂଳକୁ ରକ୍ତ ସହ ଅମ୍ଳଜାନ ପହଞ୍ଚତ୍ପାରେ।
ମତ୍ସାସନ: ଲମ୍ବା, ମଜଭୁତ ଏବଂ ଘନ କଳା କେଶ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ଏହି ଆସନ ଖୁବ୍‌ ଲାଭଦାୟକ ହୋଇପାରିବ। କେବଳ କେଶ ପାଇଁ ନୁହେଁ, ଏହା ଶରୀରରୁ ମେଦବହୁଳତା ଦୂର କରିବା ସହ ବିଷାକ୍ତ ଉପାଦାନ ନିର୍ଗତ କରିବାରେ ସାହାଯ୍ୟ କରିଥାଏ। ଏହା ଶରୀରରେ ରକ୍ତ ସଞ୍ଚାଳନ ଠିକ୍‌ ଭାବେ କରାଇଥାଏ। ମେରୁଦଣ୍ଡ ଏବଂ ବେକଜନିତ ସମସ୍ୟାରୁ ମଧ୍ୟ ମୁକ୍ତି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?