Posted inଖେଳ

ଆର୍ଜେଣ୍ଟିନାକୁ ହରାଇଲା ସୌଦି ଆରବ…

ଦୋହା,୨୨।୧୧ : ସୌଦି ଆରବ ବିପକ୍ଷ ମ୍ୟାଚରେ ଲିଓନେଲ ମେସି ଏକ ବଡ଼ ରେକର୍ଡ କରିଛନ୍ତି। ଆର୍ଜେଣ୍ଟିନାର ଲିଓନେଲ ମେସି ୪ଟି ଭିନ୍ନ ବିଶ୍ୱକପରେ ସ୍କୋର କରିଥିବା ପ୍ରଥମ ଫୁଟବଲର୍‌ ହୋଇଛନ୍ତି। ଏହି କିମ୍ବଦନ୍ତୀ ଫୁଟବଲର୍‌ ଫିଫା ବିଶ୍ୱକପ ୨୦୦୬, ଫିଫା ବିଶ୍ୱକପ ୨୦୧୪, ଫିଫା ବିଶ୍ୱକପ ୨୦୧୮ ଏବଂ ଫିଫା ବିଶ୍ୱକପ ୨୦୨୨ ରେ ଗୋଲ ସ୍କୋର କରିଥିଲେ। ତେବେ ଏହି ମ୍ୟାଚରେ ଟାଇଟଲ ପାଇଁ ଏକ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ଭାବେ ବିବେଚନା କରାଯାଉଥିବା ଆର୍ଜେଣ୍ଟିନାକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି।

ଫିଫା ବିଶ୍ୱକପ ୨୦୨୨ର ତୃତୀୟ ଦିନରେ ଏକ ବଡ଼ ପରିବର୍ତ୍ତନ ଦେଖାଦେଇଛି। ସୌଦି ଆରବ ଆର୍ଜେଣ୍ଟିନାକୁ ୨-୧ ଗୋଲରେ ପରାସ୍ତ କରିଛି। ଲିଓନେଲ ମେସିଙ୍କ ଗୋଲ ସତ୍ତ୍ୱେ ଆର୍ଜେଣ୍ଟିନା ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହି ପରି ଭାବରେ ଆର୍ଜେଣ୍ଟିନାର ଲଗାତାର ୩୬ ଟି ମ୍ୟାଚରେ ଜିତିବାର ରେକର୍ଡ ଭାଙ୍ଗିଯାଇଛି। ମ୍ୟାଚରେ ଆର୍ଜେଣ୍ଟିନା ପ୍ରଥମାର୍ଦ୍ଧରେ ଏକ ଆକ୍ରମଣାତ୍ମକ ଖେଳ ପ୍ରଦର୍ଶନ କରିଥିଲା। ଲିଓନେଲ ମେସିଙ୍କ ଗୋଲ ଯୋଗୁଁ ଆର୍ଜେଣ୍ଟିନା ପ୍ରଥମାର୍ଦ୍ଧରେ ୧-୦ରେ ଆଗୁଆ ରହିଥିଲା, କିନ୍ତୁ ଏହା ପରେ ସୌଦି ଆରବ ଲଢୁଆ ଖେଳ ମାଧ୍ୟମରେ ପ୍ରତ୍ୟାବର୍ତ୍ତନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri