Posted inଖେଳ

ଆର୍ଜେଣ୍ଟିନା ହାତେଇଲା ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର, ୫।୧୨(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପ (୨୧ ବର୍ଷରୁ କମ୍‌)ର ସଫଳ ଏବଂ ସୁରକ୍ଷିତ ପରିସମାପ୍ତି ଘଟିଛି। ରବିବାର ଅନୁଷ୍ଠିତ ଫାଇନାଲରେ ଜର୍ମାନୀକୁ ୪-୨ ଗୋଲରେ ହରାଇ ଆର୍ଜେଣ୍ଟିନା ଚାମ୍ପିୟନ ହୋଇଛି। ବିଜୟୀ ଦଳର ଲୌଟାରୋ ଡୋମେନେ ହ୍ୟାଟ୍ରିିକ ଗୋଲ ଦେଇ ହିରୋ ବିବେଚିତ ହୋଇଥିଲେ। ଆର୍ଜେଣ୍ଟିନା ପୂର୍ବରୁ ୨୦୦୫ରେ ଚାମ୍ପିୟନ ହୋଇଥିଲା। ତେଣୁ ୧୬ ବର୍ଷ ବ୍ୟବଧାନରେ ଦଳ ପୁଣି ଟାଇଟଲ ସ୍ବାଦ ଚାଖିଛି। ଅନ୍ୟପକ୍ଷରେ ଟୁର୍ନାମେଣ୍ଟର ସବୁଠାରୁ ସଫଳ ଦଳ ଜର୍ମାନୀ ଏଥର ରନର୍ସଅପ୍‌ରେ ସନ୍ତୁଷ୍ଟ ହୋଇଛି। ପୂର୍ବରୁ ଜର୍ମାନୀ ୧୯୮୨, ୧୯୮୫, ୧୯୮୯, ୧୯୯୩, ୨୦୦୯ ଓ ୨୦୧୩ରେ ସର୍ବାଧିକ ୬ ଥର ଚାମ୍ପିୟନ ହୋଇଥିବାବେଳେ ୧୯୭୯ରେ ରନର୍ସଅପ୍‌ ହୋଇଥିଲା। ପୂର୍ବରୁ ତୃତୀୟ ସ୍ଥାନ ପାଇଁ ଅନୁଷ୍ଠିତ ମୁକାବିଲାରେ ଭାରତ ୧-୩ ଗୋଲରେ ଫ୍ରାନ୍ସ ନିକଟରୁ ହାରି ଅଳ୍ପକେ ବ୍ରୋଞ୍ଜ ପଦକ ହାତଛଡ଼ା କରିଥିଲା। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତିଥିଭାବେ ଯୋଗଦେଇ ଚାମ୍ପିୟନ ଆର୍ଜେଣ୍ଟିନା ଦଳକୁ ସ୍ବର୍ଣ୍ଣ ପଦକ ଓ ଟ୍ରଫି ପ୍ରଦାନ କରିଥିଲେ।

କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ଅନ୍ତର୍ଜାତୀୟ ହକି ଫେଡେରେଶନ ସଭାପତି ନରିନ୍ଦର ଧ୍ରୁବ ବାତ୍ରା, ହକି ଇଣ୍ଡିଆ ସଭାପତି ଜ୍ଞାନେନ୍ଦ୍ର ନଙ୍ଗମବାମ୍‌, ମହାସଚିବ ରାଜିନ୍ଦର ସିଂ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ରାଜ୍ୟ ଖଣି ନିଗମ ପରିଚାଳନା ନିର୍ଦ୍ଦେଶକ ବଲୱନ୍ତ ସିଂ, ରାଜ୍ୟ କ୍ରୀଡ଼ା ସଚିବ ଆର. ଭିନିଲ କ୍ରିଷ୍ଣା, ହକି ପ୍ରମୋଶନ କାଉନସିଲ ଅଧ୍ୟକ୍ଷ ଦିଲୀପ ତିର୍କୀ ପ୍ରମୁଖ ଅତିଥିଭାବେ ଯୋଗଦେଇ ରୌପ୍ୟ, ବ୍ରୋଞ୍ଜ ଏବଂ ଅନ୍ୟ ପୁରସ୍କାର ପ୍ରଦାନ କରିଥିଲେ। ପୁରସ୍କୃତ ଦଳର ଖେଳାଳିଙ୍କୁ ପଦକ, ସ୍ମାରକୀ ଏବଂ ଟୋପି ପ୍ରଦାନ କରାଯାଇଥିଲା। ଫ୍ରାନ୍ସ ଦଳର ଅଧିନାୟକ ଟିମୋଥି କ୍ଲିମେଣ୍ଟ ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ। ଉଦ୍‌ଯାପନୀ ଉତ୍ସବ ଶେଷରେ ଆତସବାଜୀ କାର୍ଯ୍ୟକ୍ରମ ଅନୁଷ୍ଠିିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri