Posted inଖେଳ

ଆର୍ଜେଣ୍ଟିନା ହାତେଇଲା ଜୁନିୟର ହକି ବିଶ୍ୱକପ୍‌

ଭୁବନେଶ୍ୱର, ୫।୧୨(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଏଫ୍‌ଆଇଏଚ୍‌ ଓଡ଼ିଶା ହକି ପୁରୁଷ ଜୁନିୟର ବିଶ୍ୱକପ (୨୧ ବର୍ଷରୁ କମ୍‌)ର ସଫଳ ଏବଂ ସୁରକ୍ଷିତ ପରିସମାପ୍ତି ଘଟିଛି। ରବିବାର ଅନୁଷ୍ଠିତ ଫାଇନାଲରେ ଜର୍ମାନୀକୁ ୪-୨ ଗୋଲରେ ହରାଇ ଆର୍ଜେଣ୍ଟିନା ଚାମ୍ପିୟନ ହୋଇଛି। ବିଜୟୀ ଦଳର ଲୌଟାରୋ ଡୋମେନେ ହ୍ୟାଟ୍ରିିକ ଗୋଲ ଦେଇ ହିରୋ ବିବେଚିତ ହୋଇଥିଲେ। ଆର୍ଜେଣ୍ଟିନା ପୂର୍ବରୁ ୨୦୦୫ରେ ଚାମ୍ପିୟନ ହୋଇଥିଲା। ତେଣୁ ୧୬ ବର୍ଷ ବ୍ୟବଧାନରେ ଦଳ ପୁଣି ଟାଇଟଲ ସ୍ବାଦ ଚାଖିଛି। ଅନ୍ୟପକ୍ଷରେ ଟୁର୍ନାମେଣ୍ଟର ସବୁଠାରୁ ସଫଳ ଦଳ ଜର୍ମାନୀ ଏଥର ରନର୍ସଅପ୍‌ରେ ସନ୍ତୁଷ୍ଟ ହୋଇଛି। ପୂର୍ବରୁ ଜର୍ମାନୀ ୧୯୮୨, ୧୯୮୫, ୧୯୮୯, ୧୯୯୩, ୨୦୦୯ ଓ ୨୦୧୩ରେ ସର୍ବାଧିକ ୬ ଥର ଚାମ୍ପିୟନ ହୋଇଥିବାବେଳେ ୧୯୭୯ରେ ରନର୍ସଅପ୍‌ ହୋଇଥିଲା। ପୂର୍ବରୁ ତୃତୀୟ ସ୍ଥାନ ପାଇଁ ଅନୁଷ୍ଠିତ ମୁକାବିଲାରେ ଭାରତ ୧-୩ ଗୋଲରେ ଫ୍ରାନ୍ସ ନିକଟରୁ ହାରି ଅଳ୍ପକେ ବ୍ରୋଞ୍ଜ ପଦକ ହାତଛଡ଼ା କରିଥିଲା। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅତିଥିଭାବେ ଯୋଗଦେଇ ଚାମ୍ପିୟନ ଆର୍ଜେଣ୍ଟିନା ଦଳକୁ ସ୍ବର୍ଣ୍ଣ ପଦକ ଓ ଟ୍ରଫି ପ୍ରଦାନ କରିଥିଲେ।

କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ଅନ୍ତର୍ଜାତୀୟ ହକି ଫେଡେରେଶନ ସଭାପତି ନରିନ୍ଦର ଧ୍ରୁବ ବାତ୍ରା, ହକି ଇଣ୍ଡିଆ ସଭାପତି ଜ୍ଞାନେନ୍ଦ୍ର ନଙ୍ଗମବାମ୍‌, ମହାସଚିବ ରାଜିନ୍ଦର ସିଂ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ରାଜ୍ୟ ଖଣି ନିଗମ ପରିଚାଳନା ନିର୍ଦ୍ଦେଶକ ବଲୱନ୍ତ ସିଂ, ରାଜ୍ୟ କ୍ରୀଡ଼ା ସଚିବ ଆର. ଭିନିଲ କ୍ରିଷ୍ଣା, ହକି ପ୍ରମୋଶନ କାଉନସିଲ ଅଧ୍ୟକ୍ଷ ଦିଲୀପ ତିର୍କୀ ପ୍ରମୁଖ ଅତିଥିଭାବେ ଯୋଗଦେଇ ରୌପ୍ୟ, ବ୍ରୋଞ୍ଜ ଏବଂ ଅନ୍ୟ ପୁରସ୍କାର ପ୍ରଦାନ କରିଥିଲେ। ପୁରସ୍କୃତ ଦଳର ଖେଳାଳିଙ୍କୁ ପଦକ, ସ୍ମାରକୀ ଏବଂ ଟୋପି ପ୍ରଦାନ କରାଯାଇଥିଲା। ଫ୍ରାନ୍ସ ଦଳର ଅଧିନାୟକ ଟିମୋଥି କ୍ଲିମେଣ୍ଟ ଟୁର୍ନାମେଣ୍ଟର ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ। ଉଦ୍‌ଯାପନୀ ଉତ୍ସବ ଶେଷରେ ଆତସବାଜୀ କାର୍ଯ୍ୟକ୍ରମ ଅନୁଷ୍ଠିିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri