ବାର୍ଥଡେ ପାର୍ଟିରେ ଦୁଇଗୋଷ୍ଠୀ ମଧ୍ୟରେ ବଚସା: ଫୁଟିଲା ଗୁଳି

ଝାରସୁଗୁଡ଼ା ଅଫିସ,୫।୧୨: ଝାରସୁଗଡ଼ା ସହରରେ ଦିନକୁ ଦିନ ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ କଥା କଥାରେ ଗୁଳି ଫୁଟୁଛି। ଫଳରେ ସାଧାରଣ ଲୋକେ ଭୟଭିତ ଅବସ୍ଥାରେ ରହୁଛନ୍ତି। ଏଭଳି ସ୍ଥିତିରେ ରବିବାର ରାତିରେ କଳିଙ୍ଗବାରରେ ଏକ ବାର୍ଥଡେ ପାର୍ଟି ଚାଲିଥିବା ବେଳେ କୌଣସି କାରଣରୁ ଦୁଇଗୋଷ୍ଠୀ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଗୋଟିଏ ଗୋଷ୍ଠୀ ଉତ୍‌କ୍ଷୀପ୍ତ ହୋଇ ଅନ୍ୟ ଏକ ଗୋଷ୍ଠୀ ଉପରକୁ ୫ରୁ ୭ ରାଉଣ୍ଡ ଗୁଳି ଫୁଟାଇଥିଲେ। ଫଳରେ ବାର୍ଥଡେ ପାର୍ଟିରେ ଥିବା ଲୋକେ ଭୟଭିତ ହୋଇପଡିଥିଲେ। ହେଲେ ଗୁଳିକାଣ୍ଡରେ କାହାର କିଛି କ୍ଷତି ହୋଇ ନ ଥିବା ଜଣାପଡିଛି।

ଖବରପାଇ ଏସ୍‌ଡିପିଓ ର୍ନିମଳ ମହାପାତ୍ର ସଦଳବଳେ ସାଇଣ୍ଟିଫିକ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ଫୁଟାଗୁଳିର ଖୋକା ଜବତ କରିବା ସହ ତଦନ୍ତ ଆରମ୍ଭ କରିଛନ୍ତି। ଗୁଳିକାଣ୍ଡ ଘଟାଇବା ପରେ ଏଥିରେ ସମ୍ପୃକ୍ତ ଥିବା ଅଭିଯୁକ୍ତ ଫେରାର ହୋଇଯାଇଥିବା ଜଣାପଡିଛି। ସେମାନଙ୍କୁ ଧରିବା ପାଇଁ ପୋଲିସ ଜାଲ ବିଛାଇଛି। ଏନେଇ ପୁରୁଣାବସ୍ତିର ଛୋଟୁ ସିନ୍ଦିରିଆଙ୍କ ଅଭିଯୋଗକୁ ଭିତିକରି ପୋଲିସ ଟାଉନ ଥାନା ଓ ସଦର ଥାନାରେ ବେହେରାମାଲର ଦୀପକ ସାହୁ ଏବଂ ତାଙ୍କ ପୁଅ ଅର୍ଜୁନ ସାହୁଙ୍କ ନାମରେ ପୃଥକ ୨ଟି ମାମଲା ରୁଜୁ ହୋଇଥିବା ଜଣାପଡିଛି।

ଏହି ମାମଲାରେ ପୋଲିସ କାହାରିକୁ ଗିରଫ କରିନାହିଁ। ସୂଚନାଯୋଗ୍ୟ, ଛୋଟୁ ଏବଂ ଅର୍ଜୁନଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଗତ ରବିବାର ରାତିରେ ବସ୍‌ଷ୍ଟାଣ୍ଡ ନିକଟରେ ବଚସା ହୋଇଥିଲା। ପରେ ସେହି ରାତିରେ କଳିଙ୍ଗାବାର ହୋଟେଲରେ ଏକ ବାର୍ଥଡେ ପାର୍ଟି ଚାଲିଥିଲା। ଉଭୟ ସେଠାକୁ ଆସିଥିବା ବେଳେ ଉଭୟଙ୍କ ମଧ୍ୟରେ ପୁଣି ବଚସା ହୋଇଥିଲା। ଏଥିରେ ଉତକ୍ଷୀପ୍ତ ହୋଇ ଅର୍ଜୁନଙ୍କ ବାପା ଦୀପକ ଛୋଟୁଙ୍କ ଉପରକୁ ଗୁଳି ମାଡ଼ କରିଥିଲେ। ଏଥିରେ ଛୋଟୁଙ୍କ କୌଣସି କ୍ଷତି ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri