କୋଭିଡ୍‌ ଗାଡିରେ ଅରଗୁଣା କନ୍ଦା ଚୋରାଚାଲାଣ

ଭଞ୍ଜନଗର,୧ା୭(ଡି.ଏନ.ଏ)- କୋଭିଡ୍‌ ପାଇଁ ଔଷଧ ନେବାଆଣିବାରେ ବ୍ୟବହୃତ ଏକ ଟ୍ରକରେ ବେନିୟମ ଭାବେ ଅରଗୁଣା କନ୍ଦା ଚୋରା ଚାଲାଣ ହେଉଥିଲା। ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ କର୍ମଚାରୀ ସୋମବାର ରାତିରେ ଟ୍ରକଟିକୁ ଜବତ କରିଛନ୍ତି। ସେଥିରୁ ୧୮୦ ବସ୍ତା ଅରଗୁଣା କନ୍ଦା ଜବତ ହୋଇଛି। ଗାଡ଼ି ଚାଳକଙ୍କ ସମେତ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଚାଳକ ନୟାଗଡ଼ ଜିଲା ଚାଞ୍ଚରାପଲ୍ଲୀର ମୁନା ପ୍ରଧାନ ଓ ନୂଆପଲ୍ଲୀର ଟୁନା ନାଇକ। ଜବତ କନ୍ଦାର ଆନୁମାନିକ ମୁଲ୍ୟ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ହେବ। ଉକ୍ତ କନ୍ଦା ମେଡ଼ିସିନ ତିଆରି ପାଇଁ ବ୍ୟବହାର ହୋଇଥାନ୍ତା। ପ୍ରକାଶ ଯେ, ଟ୍ରକ ଚାଳକ ଭୁବନେଶ୍ୱରରୁ କରୋନା ରୋଗୀଙ୍କ ପାଇଁ ଔଷଧ ସହ ଅନ୍ୟାନ୍ୟ ଜିନିଷ ନେଇ ଶନିବାର କୋରାପୁଟ ଯାଇଥିଲେ। ଫେରିବା ବାଟରେ ନୂଆପଲ୍ଲୀରୁ ଅରଗୁଣା କନ୍ଦା ଚାଳକ ଗାଡ଼ିରେ ଭର୍ତ୍ତି କରି ବାଲେଶ୍ୱର ଜିଲା ଜଳେଶ୍ୱର ଅଭିମୁଖେ ବାହାରିଥିଲେ। ରେଞ୍ଜର କୁମର ବେହେରାଙ୍କ ନିର୍ଦ୍ଦେଶରେ ବନ ବିଭାଗ କର୍ମଚାରୀ ରାତିରେ ଗାଡିକୁ ପିଛାକରି ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?