୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଏଆର୍‌ଆଇ

ନବରଙ୍ଗପୁର,୬।୧(ବି.ପ୍ର.): ନବରଙ୍ଗପୁର ବ୍ଲକ ଅଧୀନ ସାନମସିଗାଁ ଏଆର୍‌ଆଇ (ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର) ଜଗଦୀଶ ବେହେରା ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ନବରଙ୍ଗପୁର ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡ଼ିଛନ୍ତି। ଜଗଦୀଶଙ୍କ ଘର ନବରଙ୍ଗପୁର ବ୍ଲକ ବିକ୍ରମପୁର ଗାଁରେ ବୋଲି ସୂଚନା ମିଳିଛି। ଏପରିକି ଭିଜିଲାନ୍ସ ଟିମ୍‌ ଅଫିସ କାର୍ଯ୍ୟାଳୟ ସମେତ ଏଆର୍‌ଆଇଙ୍କ ବାସଭବନରେ ଚଢ଼ାଉ କରି ତଦନ୍ତ ଜାରି ରଖିଛି।
ସାନମସିଗାଁର ବୈଜନ୍ତୀ ଭତରା ତାଙ୍କ ମା’ କମଳା ଭତରାଙ୍କ ମୃତ୍ୟୁ ପରେ ଉତ୍ତରାଧିକାରୀ ପ୍ରମାଣପତ୍ର ପାଇଁ ଅନ୍‌ଲାଇନରେ ନବରଙ୍ଗପୁର ତହସିଲରେ ଆବେଦନ କରିଥିଲେ। ଏହାର ତଦନ୍ତ ପାଇଁ ସାନମସିଗାଁ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟକୁ ପଠାଯାଇଥିଲା । ଏଆର୍‌ଆଇ ବେହେରା ଆରଆଇ ଦାୟିତ୍ୱରେ ଥିବାରୁ ତଦନ୍ତ ପାଇଁ ବୈଜନ୍ତୀଙ୍କଠାରୁ ୫ ହଜାର ଟଙ୍କା ଓ ୨ କିଲୋ ଓଜନର ଦେଶୀ କୁକୁଡ଼ା ଦାବି କରିଥିଲେ। ଏପରିକି ଲାଞ୍ଚ ନ ଦେଲେ କାମ କରିବେ ନାହିଁ ବୋଲି ବୈଜନ୍ତୀଙ୍କୁ କହିବା ପରେ ସେ ମାନସିକସ୍ତରରେ ଭାଙ୍ଗି ପଡ଼ିଥିଲେ। ଏନେଇ ବୈଜନ୍ତୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଶୁକ୍ରବାର ବୈଜନ୍ତୀ ଘରକୁ ଟଙ୍କା ନେବାପାଇଁ ଜଗଦୀଶଙ୍କୁ ଡାକିଥିଲେ। ପୂର୍ବପ୍ରସ୍ତୁତି ଅନୁଯାୟୀ ଭିଜିଲାନ୍ସ ଭାରପ୍ରାପ୍ତ ଡିଏସପି କଳାବତୀ ବାଗ, ଇନ୍ସପେକ୍ଟର ଭୀମସେନ ପୂଜାରୀ, କନଷ୍ଟେବଲ ଅଜିତ ପତି, ଦିବ୍ୟନନ୍ଦ ବେହେରା ଓ ଷ୍ଟେନୋ ସୂର୍ଯ୍ୟପ୍ରକାଶ ରାଓ ଘର ପାଖରେ ଛକି ରହିଥିଲେ। ବୈଜନ୍ତୀ ଟଙ୍କା ଦେବାବେଳେ ଡିଏସପି ବାଗ ଏଆର୍‌ଆଇ ବେହେରାଙ୍କୁ କାବୁ କରିବା ସମୟରେ ଦୌଡ଼ି ପଳାଉଥିଲେ। ହେଲେ ଭିଜିଲାନ୍ସ ଟିମ୍‌ ଘେରିଯାଇ ତାଙ୍କୁ କାବୁକରି ଲାଞ୍ଚ ଟଙ୍କା ଜବତ କରିଥିଲେ। ପରେ ଭିଜିଲାନ୍ସ ଅଧିକାରୀ ଏଆରଆଇଙ୍କୁ ଗିରଫ କରି ନବରଙ୍ଗପୁର ଭିଜିଲାନ୍ସ କାର୍ଯ୍ୟାଳୟକୁ ଆଣି ଅଧିକ ପଚରାଉଚରା କରୁଛନ୍ତି। ଏନେଇ ଭିଜିଲାନ୍ସ ଏକ ମାମଲା(ନଂ.୧/୨୩) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?