ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ ପ୍ଲେବ୍ୟାକ୍‌ ସିଂଙ୍ଗିରୁ ଅବସର ନେଇ ଘୋଷଣା କରିଥିଲେ। ଏହାପରଠାରୁ ତାଙ୍କୁ ନେଇ ଅନେକ ଖବର ସାମ୍ନାକୁ ଆସୁଛି। ଲୋକପ୍ରିୟତାର ଶୀର୍ଷରେ ଥିବା ଏହି ଗାୟକ କ’ଣ ପାଇଁ ଏତେ ବଡ଼ ନିଷ୍ପତ୍ତି ନେଲେ ସେ ନେଇ ଚର୍ଚ୍ଚା ହେଉଛି। ଏସବୁ ମଧ୍ୟରେ ପ୍ରକୃତ କାରଣକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି।
ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଅରିଜିତ ଏକ ରାଜନୈତିକ ଦଳ ଆରମ୍ଭ କରିବା ଉପରେ ବିଚାର କରୁଛନ୍ତି। ହେଲେ ଶୀଘ୍ର ତାହା ହେବ ନାହିଁ। ଏପରିକି ସେ ୨୦୨୬ ପଶ୍ଚିମବଙ୍ଗ ନିର୍ବାଚନରେ ମଧ୍ୟ ଅଂଶଗ୍ରହଣ କରିବେ ନାହିଁ।
ସେଠାକାର ଚଳଚ୍ଚିତ୍ରଜଗତରୁ ଆସୁଥିବା ଖବର ମୁତାବକ ଅରିଜିତ ପ୍ରଥମେ ତୃଣମୂଳସ୍ତରରେ ନିର୍ବାଚନ ଲଢ଼ିବା ବିଷୟରେ ବିଚାର କରିପାରନ୍ତି, ଯେପରିକି ଛୋଟସ୍ତରରୁ ରାଜନୀତିରେ ପ୍ରବେଶ କରିବା। ଏବେ ଯାଏ ତାଙ୍କ ରାଜନୈତିକ ଦଳ ନେଇ ସୂଚନା ଗୁପ୍ତ ରହିଛି। ହେଲେ ଅରିଜିତଙ୍କ ନିକଟତମ ଲୋକଙ୍କ କହିବା ଅନୁଯାୟୀ ସେ ରାଜନୀତି ଆଡ଼କୁ ଢ଼ଳିବା ପ୍ରକ୍ରିୟା ଆରମ୍ଭ ହୋଇଛି।

କହିରଖୁଛୁ, ବାର୍ଷିକ କୋଟି କୋଟି ଟଙ୍କା ରୋଜଗାର କରିବା ସତ୍ତ୍ୱେ ଅରିଜିତ ତାଙ୍କ ଜନ୍ମସ୍ଥାନ ପଶ୍ଚିମବଙ୍ଗ ମୁର୍ଶିଦାବାଦର ଜିଆଗଞ୍ଜରେ ଏକ ସରଳ ଜୀବନଯାପନ କରନ୍ତି। ମଙ୍ଗଳବାର ସେ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଅବସର ଘୋଷଣା ନେଇ ପୋଷ୍ଟ କରି ସଙ୍ଗୀତ ତିଆରି କରିବା ବନ୍ଦ କରିବେ ନାହିଁ ବୋଲି କହିଥିଲେ। ଏହାପରଠାରୁ ତାଙ୍କୁ ନେଇ ନାନାଦି ଆଲୋଚନା ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

ବ୍ଲକ୍‌ରେ ନାହିଁ ଶିଶୁଉଦ୍ୟାନ, ଖେଳପଡ଼ିଆ, ପଠାଗାର ଶିଶୁ, ଯୁବଗୋଷ୍ଠୀଙ୍କ ମାନସିକ ଓ ଶାରିରୀକ ବିକାଶରେ ବାଧା

ନନ୍ଦପୁର,୧୬ା୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ୨୩ ପଞ୍ଚାୟତବାସୀ, ଶିଶୁ, କିଶୋର, ମହିଳା, ଯୁବଗୋଷ୍ଠୀ ଓ ବୃଦ୍ଧାବୃଦ୍ଧଙ୍କ ପାଇଁ କୌଣସି ଚିତ୍ତ ବିନୋଦନର…

ଗୋଟିଏ ରାତିରେ ଏକାଧିକ ଚୋରି, ପୋଲିସର ତନାଘନା

ନନ୍ଦପୁର,୧୬ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନାରେ ରବିବାର ରାତ୍ରରେ ଥାନା ଅଧୀନ ଗୁଣ୍ଠାପୁଟ, ପିତାଗୁଡ଼ା, ସୁବାଇ ଗ୍ରାମରୁ ଏକାଧିକ ଚୋରି ଘଟଣାର ଅଭିଯୋଗ ହୋଇଛି।…

ଶେଷ ହେଲା ଯୁଦ୍ଧ! ପ୍ରଥମଥର ପାଇଁ ଇରାନ ନେଇଛି ଏହି ପ୍ରମୁଖ ପଦକ୍ଷେପ… ଅକାମୀ ହୋଇଗଲାଣି ଇସ୍ରାଏଲର ପ୍ରତିରକ୍ଷା ବ୍ୟବସ୍ଥା…

ଜେରୁଜେଲମ,୧୬।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ୧୫ ଦିନରୁ ଅଧିକ ସମୟ ବିତିଗଲାଣି। ଏହା ମଧ୍ୟରେ, ରିପୋର୍ଟ ଆସିଛି ଯେ ଇରାନର IRGC (ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ…

ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….

ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…

SCB ଅଗ୍ନିକାଣ୍ଡ: ପ୍ରଧାନମନ୍ତ୍ରୀଙ୍କୁ ଫୋନ୍ କଲେ ମୁଖ୍ୟମନ୍ତ୍ରୀ, ସ୍ଥିତି ନେଇ ଅବଗତ….

ଭୁବନେଶ୍ବର,୧୬।୩(ସୁନିତ୍‌ ମିଶ୍ର):  କଟକ ଏସସିବି ମେଡିକାଲ କଲେଜରେ ଘଟିଥିବା ଅଭାବନୀୟ ଦୁର୍ଘଟଣାରେ  ୧୦ ରୋଗୀଙ୍କ ମୃତ୍ୟୁ ହୋଇଛି । ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ…

ପୁରୁଷୋତ୍ତମପୁର ଏନ୍‌ଏସି ପ୍ରଭାରୀ ହେଲେ ରମେଶ

ପୁରୁଷୋତ୍ତମପୁର,୧୬ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ବଡ଼ଖରିଡ଼ା ସରପଞ୍ଚଙ୍କ ପ୍ରତିନିଧି ଭାଜପାର ବରିଷ୍ଠ ଯୁବସଂଗଠକ ରମେଶ ଚନ୍ଦ୍ର ଦଳେଇଙ୍କୁ ଭାଜପା ପକ୍ଷରୁ ସାଙ୍ଗଠନିକ ଦାୟିତ୍ୱ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri