ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ ପ୍ଲେବ୍ୟାକ୍‌ ସିଂଙ୍ଗିରୁ ଅବସର ନେଇ ଘୋଷଣା କରିଥିଲେ। ଏହାପରଠାରୁ ତାଙ୍କୁ ନେଇ ଅନେକ ଖବର ସାମ୍ନାକୁ ଆସୁଛି। ଲୋକପ୍ରିୟତାର ଶୀର୍ଷରେ ଥିବା ଏହି ଗାୟକ କ’ଣ ପାଇଁ ଏତେ ବଡ଼ ନିଷ୍ପତ୍ତି ନେଲେ ସେ ନେଇ ଚର୍ଚ୍ଚା ହେଉଛି। ଏସବୁ ମଧ୍ୟରେ ପ୍ରକୃତ କାରଣକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି।
ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଅରିଜିତ ଏକ ରାଜନୈତିକ ଦଳ ଆରମ୍ଭ କରିବା ଉପରେ ବିଚାର କରୁଛନ୍ତି। ହେଲେ ଶୀଘ୍ର ତାହା ହେବ ନାହିଁ। ଏପରିକି ସେ ୨୦୨୬ ପଶ୍ଚିମବଙ୍ଗ ନିର୍ବାଚନରେ ମଧ୍ୟ ଅଂଶଗ୍ରହଣ କରିବେ ନାହିଁ।
ସେଠାକାର ଚଳଚ୍ଚିତ୍ରଜଗତରୁ ଆସୁଥିବା ଖବର ମୁତାବକ ଅରିଜିତ ପ୍ରଥମେ ତୃଣମୂଳସ୍ତରରେ ନିର୍ବାଚନ ଲଢ଼ିବା ବିଷୟରେ ବିଚାର କରିପାରନ୍ତି, ଯେପରିକି ଛୋଟସ୍ତରରୁ ରାଜନୀତିରେ ପ୍ରବେଶ କରିବା। ଏବେ ଯାଏ ତାଙ୍କ ରାଜନୈତିକ ଦଳ ନେଇ ସୂଚନା ଗୁପ୍ତ ରହିଛି। ହେଲେ ଅରିଜିତଙ୍କ ନିକଟତମ ଲୋକଙ୍କ କହିବା ଅନୁଯାୟୀ ସେ ରାଜନୀତି ଆଡ଼କୁ ଢ଼ଳିବା ପ୍ରକ୍ରିୟା ଆରମ୍ଭ ହୋଇଛି।

କହିରଖୁଛୁ, ବାର୍ଷିକ କୋଟି କୋଟି ଟଙ୍କା ରୋଜଗାର କରିବା ସତ୍ତ୍ୱେ ଅରିଜିତ ତାଙ୍କ ଜନ୍ମସ୍ଥାନ ପଶ୍ଚିମବଙ୍ଗ ମୁର୍ଶିଦାବାଦର ଜିଆଗଞ୍ଜରେ ଏକ ସରଳ ଜୀବନଯାପନ କରନ୍ତି। ମଙ୍ଗଳବାର ସେ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଅବସର ଘୋଷଣା ନେଇ ପୋଷ୍ଟ କରି ସଙ୍ଗୀତ ତିଆରି କରିବା ବନ୍ଦ କରିବେ ନାହିଁ ବୋଲି କହିଥିଲେ। ଏହାପରଠାରୁ ତାଙ୍କୁ ନେଇ ନାନାଦି ଆଲୋଚନା ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପତ୍ନୀଙ୍କଠାରୁ ଅଲଗା ହେବେ ଗୌରବ ଖନ୍ନା! ପ୍ରଶଂସକଙ୍କ ବଢ଼ିଲା ଚିନ୍ତା 

ମୁମ୍ବାଇ: ପୁଣି ଚର୍ଚ୍ଚାରେ ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ବିଜେତା ତଥା ଅଭିନେତା ଗୌରବ ଖନ୍ନା। ଶୋ’ରେ ପତ୍ନୀଙ୍କ ପ୍ରତି ଥିବା ଭଲପାଇବାକୁ ନେଇ ସେ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri