ଆଉ ଶୁଭିବନି ଅରିଜିତଙ୍କ ସ୍ୱର: ଅବସର ଘୋଷଣା କରି ସମସ୍ତଙ୍କୁ ଚମକାଇଲେ

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ପ୍ଲେବ୍ୟାକ୍ ଗାୟକ ଅରିଜିତ୍ ସିଂ ମଙ୍ଗଳବାର ଏକ ବଡ଼ ଘୋଷଣା କରି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ସେ ଚଳଚ୍ଚିତ୍ର ପାଇଁ କଣ୍ଠଦାନ ବା ପ୍ଲେବ୍ୟାକ୍ ସିଙ୍ଗିଙ୍ଗ୍‌ରୁ ଅବସର ନେଉଥିବା ଜଣାଇଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ସେ ଏହି ସୂଚନା ଦେଇଛନ୍ତି।

ଅରିଜିତ୍ ଲେଖିଛନ୍ତି ଯେ, ସେ ଆଉ କୌଣସି ନୂତନ ଚଳଚ୍ଚିତ୍ର ପ୍ରୋଜେକ୍ଟରେ ଗୀତ ଗାଇବେ ନାହିଁ। ଏହି ଯାତ୍ରା ସଫଳ ରହିଥିଲା ଏବଂ ସେ ଏଥିରୁ ଓହରି ଯିବାକୁ ଚାହୁଁଛନ୍ତି।ବଲିଉଡ୍‌ରୁ ଦୂରେଇ ଗଲେ ମଧ୍ୟ ସେ ସଙ୍ଗୀତ ସାଧନାରୁ ଦୂରେଇବେ ନାହିଁ। ସେ ପୁଣି ଥରେ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତକୁ ଫେରିବାକୁ ଚାହୁଁଛନ୍ତି ଏବଂ ନୂଆ କିଛି ଶିଖିବାକୁ ଇଚ୍ଛୁକ ଅଛନ୍ତି।

ଅବସରର କାରଣ ଦର୍ଶାଇ ସେ କହିଛନ୍ତି ଯେ, ସେ ଖୁବ୍ ଶୀଘ୍ର ଗୋଟିଏ କାମରେ ବିରକ୍ତି ଅନୁଭବ କରନ୍ତି। ତେଣୁ ନିଜକୁ ପୁନର୍ଜୀବିତ କରିବା ପାଇଁ ସେ ନୂଆ ପ୍ରକାରର ସଙ୍ଗୀତ ତିଆରି କରିବାକୁ ଚାହୁଁଛନ୍ତି। ତାଙ୍କ କହିବା ଅନୁସାରେ, “ମୁଁ ନିଜେ ନିଜର ସଙ୍ଗୀତ ପ୍ରସ୍ତୁତ କରିବି, ଏବେ ଅସଲ ମଜା ଆସିବ!” ଯଦିଓ ସେ ନୂଆ ଗୀତ ଗାଇବେ ନାହିଁ, ତଥାପି ତାଙ୍କର ପୂର୍ବରୁ ବାକି ଥିବା କିଛି ପ୍ରୋଜେକ୍ଟ ଚଳିତ ବର୍ଷ ମୁକ୍ତିଲାଭ କରିବ।

ସଲମାନ ଖାନଙ୍କ ଆଗାମୀ ଚଳଚ୍ଚିତ୍ର ‘ବ୍ୟାଟେଲ୍ ଅଫ୍ ଗଲୱାନ’ ର ଗୀତ ‘ମାତୃଭୂମି’ ଏବଂ ବିଶାଲ ଭରଦ୍ୱାଜଙ୍କ ‘ଓ ରୋମିଓ’ ର ଏକ ଗୀତ ମୁକ୍ତିଲାଭ କରିବା ପରେ ଏହି ଖବର ସାମ୍ନାକୁ ଆସିଛି। ଲକ୍ଷ ଲକ୍ଷ ପ୍ରଶଂସକ ତାଙ୍କର ଏହି ନିଷ୍ପତ୍ତିକୁ ନେଇ ଦୁଃଖ ପ୍ରକାଶ କରିଥିଲେ ମଧ୍ୟ ସେ ସଙ୍ଗୀତ ତିଆରି ଜାରି ରଖିବେ ବୋଲି ଆଶ୍ୱାସନା ଦେଇଛନ୍ତି।

ଅରିଜିତ୍ ଜଣେ ‘ଛୋଟ କଳାକାର’ ଭାବେ ନିଜକୁ ଗଢ଼ି ତୋଳିବା ସହ ସ୍ୱାଧୀନ ଭାବେ ନିଜର ସଙ୍ଗୀତ ଆଲବମ୍ ଆଣିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶାହରୁଖଙ୍କ ‘ମନ୍ନତ’ର ମାସିକ ବିଦ୍ୟୁତ ବିଲ କେତେ ଜାଣିଛନ୍ତି କି, ଉଡିଯିବ ହୋଶ୍‌

ମୁମ୍ବାଇ: ବଲିଉଡର ‘କିଙ୍ଗ ଖାନ’ ଭାବେ ପରିଚିତ ଶାହରୁଖ ଖାନଙ୍କ ଲୋକପ୍ରିୟତା କେବଳ ଭାରତରେ ସୀମିତ ନୁହେଁ। ଦେଶ-ବିଦେଶରେ ତାଙ୍କର କୋଟି କୋଟି ପ୍ରଶଂସକ ରହିଛନ୍ତି। ତାଙ୍କର…

ଫ୍ରାଜାଇଲ ଫାଇଭ୍‌

ବର୍ତ୍ତମାନର କେନ୍ଦ୍ର ସରକାର ବାରମ୍ବାର କହୁଛନ୍ତି, ଦେଶରେ ସବୁ କିଛି ଠିକ୍‌ଠାକ୍‌ ଚାଲିଛି। ୨୦୧୪ ପୂର୍ବରୁ ଭାରତ ‘ଫ୍ରାଜାଇଲ ଫାଇଭ୍‌’ ଅର୍ଥନୀତିରେ ଥିବା ବେଳେ ଏହାର ଅଭିବୃଦ୍ଧି…

ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?