ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ପ୍ରଦର୍ଶନକାରୀଙ୍କ ପାଇଁ ପୋଲିସ ଲାଠିଚାର୍ଜ କରିବା ସହ ଲୁହବୁହା ଗ୍ୟାସ୍ ପ୍ରୟୋଗ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ରାଜନୈତିକ ମହଲ ସହ ଚଳଚ୍ଚିତ୍ର ଜଗତର ଅନେକ ବ୍ୟକ୍ତିତ୍ୱ ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି।

ପ୍ରସିଦ୍ଧ ଗାୟକ ଅରିଜିତ ସିଂହ ମଙ୍ଗଳବାର ନିଜ ଏକ୍ସ (ପୂର୍ବତନ ଟ୍ୱିଟର) ଆକାଉଣ୍ଟରେ ଏକ ପୋଷ୍ଟ କରି ଛାତ୍ରଙ୍କ ବିରୋଧରେ ହୋଇଥିବା ପୋଲିସ କାର୍ଯ୍ୟାନୁଷ୍ଠାନ ଉପରେ କ୍ଷୋଭ ପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି, “ଏବେ ଛାତ୍ରମାନଙ୍କୁ ମଧ୍ୟ ପିଟୁଛନ୍ତି। ଆପଣମାନଙ୍କୁ ଲଜ୍ଜା ଲାଗୁନାହିଁ କି? ନେତା ଓ ମନ୍ତ୍ରୀମାନେ, କ’ଣ ଚାଲିଛି? ନିଜକୁ ଭଗବାନ ବୋଲି ଭାବୁଛନ୍ତି କି? ସବୁକିଛି ମନେ ରହିବ। ପରିବର୍ତ୍ତନ ହିଁ ଏକମାତ୍ର ସତ୍ୟ।”

ଅନ୍ୟ ଏକ ପୋଷ୍ଟରେ ଅରିଜିତ କହିଛନ୍ତି, “ୟୁନିଫର୍ମ ପିନ୍ଧିଥିବା କିଛି ଲୋକଙ୍କ ଭିଡିଓ ଦେଖୁଛି, ଯେଉଁମାନେ ଗୁଣ୍ଡାଙ୍କ ପରି ବ୍ୟବହାର କରୁଛନ୍ତି।” ତାଙ୍କ ଏହି ପୋଷ୍ଟ ସୋସିଆଲ ମିଡିଆରେ ଦ୍ରୁତ ଭାବେ ଭାଇରାଲ ହୋଇଛି।

Arijit Singh

ଏହା ପୂର୍ବରୁ ମଧ୍ୟ ଅରିଜିତ ସମାଜସେବୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ଏକ ପୋଷ୍ଟ କରିଥିଲେ। ଜନ୍ତର ମନ୍ତରରେ ତାଙ୍କ ଅନଶନ ସମୟରେ ଅରିଜିତ ଲେଖିଥିଲେ, “ଆପଣଙ୍କ ପାଇଁ ଭଲପାଇବା ଓ ପ୍ରାର୍ଥନା। ଭଗବାନ ଆପଣଙ୍କୁ ଶକ୍ତି ଦିଅନ୍ତୁ।”

ଏପଟେ ଅରିଜିତଙ୍କ ସଙ୍ଗୀତ ଜୀବନକୁ ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ସେ ପ୍ଲେବ୍ୟାକ୍ ସିଙ୍ଗିଂରୁ ଦୂରେଇବାକୁ ଘୋଷଣା କରିଥିଲେ। ତେବେ ପୂର୍ବରୁ ନେଇଥିବା ପ୍ରତିଶ୍ରୁତି ଅନୁଯାୟୀ ସେ କିଛି ପ୍ରକଳ୍ପ ସମ୍ପୂର୍ଣ୍ଣ କରିବେ ବୋଲି କହିଥିଲେ। ସମ୍ପ୍ରତି ‘ଆୱାରାପନ ୨’ ଫିଲ୍ମର ‘ଏ ଆୱାରାପନ’ ଗୀତରେ ତାଙ୍କ ସ୍ୱର ଶୁଣିବାକୁ ମିଳିଛି। ଏହି ଗୀତକୁ ଅମାଲ ମଲ୍ଲିକ ସଙ୍ଗୀତବଦ୍ଧ କରିଥିବାବେଳେ ରଶ୍ମି-ବିରାଗ ଗୀତର ଶବ୍ଦ ଲେଖିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?