ପଞ୍ଚଭୂତରେ ବିଲୀନ ହେଲେ ଅରିନ୍ଦମ ଦାସ

ପାଟଣା,୨୫।୯(ସ୍ବ.ପ୍ର.): ଯୁବ ସାମ୍ବାଦିକ ଅରିନ୍ଦମ ଦାସ (ସାମୀ) ଶନିବାର ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଜନ୍ମସ୍ଥାନ କେନ୍ଦୁଝର ଜିଲା ରାଜନଗର ପଞ୍ଚାୟତର ରାଇକଳା ନିକଟ ବୈତରଣୀ ନଦୀକୂଳରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ଦାଦା ପୁଅ ଭାଇ ମାନସ ରଞ୍ଜନ ଦାସ ମୁଖାଗ୍ନି ଦେଇଛନ୍ତି। ସଂସ୍କାର ସମୟରେ ତାଙ୍କ ଦାଦା ଧରଣୀଧର ଦାସ, ସ୍ତ୍ରୀ ସମୀକ୍ଷା ବେହେରା ଏବଂ ଅଢ଼େଇ ବର୍ଷର ପୁଅ ସାନ୍‌ଭିକ୍‌ ଉପସ୍ଥିତ ଥିଲେ। ସେ ସ୍ବର୍ଗତ ଯୁଗୋଳ କିଶୋର ଦାସଙ୍କ ଏକମାତ୍ର ପୁଅ ଥିଲେ। ଜନ୍ମମାଟିରେ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ଗାଁ ଦାଣ୍ଡ କାନ୍ଦବୋବାଳିରେ ଫାଟି ପଡ଼ିଥିଲା। ପରେ ସବାଧାରରେ ମରଶରୀରକୁ ଗାଁ ଶ୍ମଶାନ ଅଭିମୁଖେ ନିଆଯାଇଥିଲା। ପାଟଣା ବିଧାୟକ ଜଗନ୍ନାଥ ନାୟକ ତାଙ୍କୁ କାନ୍ଧେଇ ନେଇଥିଲେ। ବହୁ ବିଶିଷ୍ଟ ବ୍ୟକ୍ତିତ୍ୱ ତାଙ୍କ ପୈତୃକ ଘରେ ଶେଷ ଦର୍ଶନ କରିବା ସହ ଶ୍ମଶାନରେ ପହଞ୍ଚି ଥିଲେ। ପାଟଣା ବିଧାୟକ ଜଗନ୍ନାଥ ନାଏକ, ଘଷିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର, ବିଜେଡି ଜିଲା ସଭାପତି ମାଧବ ସର୍ଦ୍ଦାର, ପାଟଣା ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ନାୟକ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହ ଶେଷ ଦର୍ଶନ କରିଛନ୍ତି। ପାଟଣା ପ୍ରେସ କ୍ଲବ ତରଫରୁ ରାଜଗରସ୍ଥିତ ଦଧିବାମନ ଜିଉ ଜଗନ୍ନାଥ ମନ୍ଦିରରେ ତାଙ୍କ ବିୟୋଗରେ ନୀରବ ପ୍ରାର୍ଥନା ସହ ଅମର ଆତ୍ମାର ସଦ୍‌ଗତି କାମନା ପାଇଁ ଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା।
ଉଲ୍ଲେଖଯୋଗ୍ୟ, କଟକ ମୁଣ୍ଡଳୀଠାରେ ଜଳସ୍ରୋତରେ ଫସିଥିବା ଏକ ହାତୀ ସମ୍ପର୍କରେ ଖବର ସଂଗ୍ରହ ପାଇଁ ଓଡ୍ରାଫ ଟିମ୍‌ ସହ ଶୁକ୍ରବାର ଅରିନ୍ଦମ ବୋଟ୍‌ ଯୋଗେ ମହାନଦୀ ଭିତରକୁ ଯାଇଥିଲେ। ମାତ୍ର ପ୍ରଖର ସ୍ରୋତରେ ବୋଟ୍‌ଟି ଓଲଟି ପଡ଼ିବାରୁ ସେ ନଦୀରେ ଭାସି ଯାଇଥିଲେ। ପରେ କଟକ ବଡ଼ ମେଡିକାଲରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ଫସିରହିଛି ହାତୀ

ସବଡେଗା,୩ା୧୨(ଅନନ୍ତ ପଟେଲ): ସୁନ୍ଦରଗଡ଼ ଜିଲା ସବଡେଗା ବ୍ଲକର ଡମକୁଡା ପଞ୍ଚାୟତର ଭଦ୍ରାପଡ଼ା ଗାଁମୁଣ୍ଡ ଜଙ୍ଗଲ ପାଖେ ଥିବା ଛୋଟ ପୋଖରୀରେ ଶନିବାର ରାତିରୁ ଏକ ହାତୀ...

କୋରାପୁଟରେ ଭାଲୁ ଆକ୍ରମଣ ଜଣେ ଗୁରୁତର 

କୋରାପୁଟ,୩।୧୨(ଅମିତାଭ ବେହେରା): କୋରାପୁଟ ବ୍ଲକର ମହାଦେଇପୁଟ ପଞ୍ଚଯାତର ରଙ୍ଗେଇଗୁଡା ଗ୍ରାମ ନିକଟରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ ହେଲେ ଜିତେନ୍ଦ୍ର କୁମାର...

ଟିଏମ୍‌ ଫୋରମର ପ୍ରଥମ ଇନୋଭେଶନ ହବ୍‌

ଭୁବନେଶ୍ୱର,୩।୧୨: ରିଲାଏନ୍ସ ଜିଓ ଓ ଟିଏମ୍‌ ଫୋରମର ମିଳିତ ସହଯୋଗରେ ନଭି ମୁମ୍ବାଇସ୍ଥିତ ରିଲାଏନ୍ସ କର୍ପୋରେଟ୍‌ ଆଇଟି ପାର୍କଠାରେ ଟିଏମ୍‌ ଫୋରମ୍‌ର ପ୍ରଥମ ଇନୋଭେଶନ ହବ୍‌...

ବେଦାନ୍ତ ଆଲୁମିନିୟମର ୩ୟ ବୈଷୟିକ ମାଷ୍ଟର କ୍ଲାସ୍‌

ଭୁବନେଶ୍ୱର,୩।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମ ପକ୍ଷରୁ ଆୟୋଜିତ ୩ୟ ବୈଷୟିକ ମାଷ୍ଟର କ୍ଲାସ୍‌ ନିକଟରେ ଅନୁଷ୍ଠିତ ହୋଇଯାଇଛି।...

ନିଶ୍ଚିନ୍ତକୋଇଲି ପୋଲିସର ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ

ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ...

ବାତ୍ୟା: ୫ ଜିଲାରେ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୩।୧୨(ଅନିଲ ଦାସ)ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେସନ) ଶନିବାର ଗଭୀର ଅବପାତ(ଡିପ୍‌ ଡିପ୍ରେସନ)ରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୮କି.ମି....

କାର୍ଯ୍ୟାଳୟରେ ତାଲା, ଅନୁକମ୍ପା ରାଶି ନ ପାଇ ଫେରିଲେ ମତ୍ସ୍ୟଜୀବୀ

ଅସ୍ତରଙ୍ଗ,୩।୧୨(ମମତା ଜେନା)ବର୍ତ୍ତମାନ ଅଲିଭ ରିଡ୍‌ଲେ କଇଁଛଙ୍କ ପ୍ରଜନନ ସମୟ ଚାଲିଛି। ସେଥିପାଇଁ ସରକାରଙ୍କ ପକ୍ଷରୁ ସମୁଦ୍ରରୁ ମାଛ ମାରିବା ନିଷେଦ୍ଧ କରାଯାଇଛି। ଏହି ସମୟ ଭିତରେ...

ମଣ୍ଡି ଖୋଲିନି, ଧାନ ବ୍ୟବସାୟୀ ସକ୍ରିୟ

ସୋନପୁର,୩।୧୨(ମୃତ୍ୟୁଞ୍ଜୟ ଶତପଥୀ)ଅଧିକ ଧାନ ଉତ୍ପାଦନ ପାଇଁ ପ୍ରସିଦ୍ଧି ଥିବା ସୁବର୍ଣ୍ଣପୁର ଜିଲାରେ ଖରିଫ ଧାନ ପ୍ରାୟତଃ ୭୦ ପ୍ରତିଶତ ଅମଳ ହୋଇ ସାରିଲାଣି। ହୀରାକୁଦ କେନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri