ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ ରାଜନୀତି। ବାରବାଟୀ-କଟକ ଆସନ ପାଇଁ ବିଜେଡି ପକ୍ଷରୁ ପ୍ରକାଶ ବେହେରାଙ୍କ ନଁା ଘୋଷଣା ହୋଇସାରିଛି। ଏବେ ସେ ପ୍ରଚାରକୁ ଜୋର୍‌ଦାର କରିଛନ୍ତି। ହେଲେ ଏପର୍ଯ୍ୟନ୍ତ ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀଙ୍କ ନଁା ଘୋଷଣା ହୋଇନାହିଁ। ଅପରପକ୍ଷରେ ଅଭିନେତା ଅନୁଭବ ମହାନ୍ତି କିଛିଦିନ ତଳେ ବିଜେଡି ଛାଡି ଭାଜପାରେ ଯୋଗଦେଇଛନ୍ତି। ତେଣୁ ଭାଜପା ତାଙ୍କୁ ବାରବାଟୀ-କଟକ ନଚେତ୍‌ ସାଲେପୁରରୁ ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ଜୋର ଧରିଥିଲା। ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇଛି। ଏଥିରେ ଅନୁଭବଙ୍କ ନଁା ରହିଥିବାରୁ ସେ ନିର୍ବାଚନ ଲଢିବା ଆଶା ମଉଳିଯାଇଛି ବୋଲି ଲୋକମାନେ ଆଲୋଚନା କରୁଛନ୍ତି। ଅନୁଭବଙ୍କ ପୂର୍ବରୁ ଅଭିନେତା ଅରିନ୍ଦମ ରାଏ ବିଜେଡି ଛାଡି ଭାଜପାରେ ଯୋଗଦେଇଛନ୍ତି। ଦଳ ଏପର୍ଯ୍ୟନ୍ତ ପ୍ରାର୍ଥୀ ଭାବେ ତାଙ୍କ ନାମ ଘୋଷଣା କରିନି ସତ ହେଲେ ଷ୍ଟାର୍‌ ପ୍ରଚାରକ ତାଲିକାରେ ତାଙ୍କ ନାମକୁ ତାଲିକାଭୁକ୍ତ କରିନାହିଁ। ତେଣୁ ଦଳ ଏବେ ତାଙ୍କୁ ବାରବାଟୀ-କଟକ ନଚେତ୍‌ ସାଲେପୁରରୁ ଟିକେଟ ଦେବା ପାଇଁ ଏକ ପ୍ରକାର ନିଶ୍ଚିତ ବୋଲି ଚର୍ଚ୍ଚା ହେଉଛି। ଏନେଇ ଅରିନ୍ଦମ କହିଛନ୍ତି, ଷ୍ଟାର୍‌ ପ୍ରଚାରକ ଭାବେ ବହୁତ କାମ କରିଛି। ଷ୍ଟାର୍‌ ପ୍ରଚାରକ ହେବା ପାଇ ମୁଁ ଦଳରେ ଯୋଗଦେଇଛି। ଷ୍ଟାର୍‌ ପ୍ରଚାରକ ଭାବେ ଦଳ ଯେଉଁମାନଙ୍କ ନାମ ଘୋଷଣା କରିଛି, ସେମାନଙ୍କୁ ସ୍ବାଗତ କରୁଛି। କିଛିଦିନ ପରେ ଦଳ ପ୍ରାର୍ଥୀ ଘୋଷଣା କରିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ବାରବାଟୀ-କଟକ ଆସନ ପାଇଁ ଭାଜପା ପକ୍ଷରୁ ଆଶାୟୀଙ୍କ ଲମ୍ବା ତାଲିକା ରହିଛି। ସେଥିମଧ୍ୟରେ ଦଳର ଉପସଭାପତି ଡା. ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ପୂର୍ବତନ ମନ୍ତ୍ରୀ ସମୀର ଦେ, ନେତ୍ରୀ ସମୁର୍ତ୍ତୀ ପଟ୍ଟନାୟକ, କର୍ପୋରେଟର ଗଗନ ଓଝାଙ୍କ ସମେତ ଅନ୍ୟ ନେତା ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri