ପରମିନ୍ଦର ପିଏଫ୍‌ସିଏଲ୍‌ର ନୂଆ ସିଏମ୍‌ଡି

ଭୁବନେଶ୍ୱର,୨୦।୮ (ଅଭୟ ଦାଶ): ଦେଶର ସର୍ବବୃହତ୍‌ ଏନ୍‌ବିଏଫ୍‌ସି ପ୍ରତିଷ୍ଠାନ ପାୱାର ଫାଇନାନ୍ସ କର୍ପୋରେଶନ ଲିମିଟେଡ୍‌ (ପିଏଫ୍‌ସିଏଲ୍‌)ର ଚେୟାରମ୍ୟାନ ତଥା ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଭାବେ ପରମିନ୍ଦର ଚୋପ୍ରା ନିକଟରେ ଦ୍ୱାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୩ ଅଗଷ୍ଟ ୩ୟ ସପ୍ତାହଠାରୁ ସେ ପିଏଫ୍‌ସିଏଲ୍‌ର ଦାୟିତ୍ୱଭାର ଗ୍ରହଣ କରିବା ପୂର୍ବରୁ ସେ ପିଏଫ୍‌ସିଏଲ୍‌ର ଚେୟାରମ୍ୟାନ ଏବଂ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ନିର୍ବାହ କରୁଥିଲେ। ସେହିଭଳି ଚୋପ୍ରା ୨୦୨୦ ଜୁଲାଇ ପହିଲା ପର୍ଯ୍ୟନ୍ତ ପିଏଫ୍‌ସିଏଲ୍‌ର ନିର୍ଦ୍ଦେଶକ (ଫାଇନାନ୍ସ) ଭାବେ କାର୍ଯ୍ୟ କରୁଥ୍‌ତ୍ଲେ। ଏହା ସହ ଚୋପ୍ରା ଭାରତର ବୃହତମ ଏନ୍‌ବିଏଫ୍‌ସିର ପ୍ରଥମ ମହିଳା ଅଧିକାରୀ ଭାବେ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଶେଷକରି ନିର୍ଦ୍ଦେଶକ କାର୍ଯ୍ୟକାଳ ମଧ୍ୟରେ ସେ ଫାଇନାନ୍ସ ବିଭାଗର ନେତୃତ୍ୱ ନେବା ସହ କର୍ପୋରେଶନର ସର୍ବାଧିକ ନେଟ୍‌ ଲାଭ ହାସଲ ହୋଇପାରିଥିଲାବେଳେ ସର୍ବାଧିକ ନେଟ୍‌ ସମ୍ପଦ ସହ କମ୍‌ ଏନ୍‌ପିଏ ସ୍ତର ମଧ୍ୟ ହାସଲ ହୋଇଥିଲା। ତାଙ୍କର ଏହି ଦୃଢ ଆର୍ଥିକ ପ୍ରଦର୍ଶନ ଫଳରେ କର୍ପୋରେଶନ ମହାରତ୍ନ ସମ୍ମାନର ଅଧିକାରୀ ହୋଇଛି। ଅପରପକ୍ଷରେ ଶକ୍ତି ଓ ଆର୍ଥିକ କ୍ଷେତ୍ରରେ ତାଙ୍କର ୩୫ ବର୍ଷରୁ ଅଧିକ ଅଭିଜ୍ଞତା ରହିଛି। ତାଙ୍କର ପୂର୍ବ ଅଭିଜ୍ଞତା ଏନ୍‌ଏଚ୍‌ପିସି ଲିମିଟେଡ୍‌ ଓ ପାୱାର ଗ୍ରୀଡ୍‌ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ ପରି ଶକ୍ତି କ୍ଷେତ୍ରରେ ରହିଛି। ଉଲ୍ଲେଖଯୋଗ୍ୟ, ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଚୋପ୍ରା ବାଣିଜ୍ୟ (କଷ୍ଟ ଆଣ୍ଡ ମ୍ୟାନେଜମେଣ୍ଟ ଆକାଉଣ୍ଟାଣ୍ଟ) ରେ ସ୍ନାତକ ଡିଗ୍ରୀ ହାସଲ କରିଛନ୍ତି। ଉଲ୍ଲେଖନୀୟ ଅବଦାନ ଲାଗି ତାଙ୍କୁ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ କଷ୍ଟ ଆକାଉଣ୍ଟାଣ୍ଟ ଅଫ୍‌ ଇଣ୍ଡିଆ ଦ୍ୱାରା ‘ଆଇକନ ଅଫ୍‌ ଦି ଇୟର’ ପୁରସ୍କାର ପ୍ରଦାନ କରାଯାଇଛି। ଏହି ସ୍ବୀକୃତି ବ୍ୟତୀତ ତାଙ୍କର ଆର୍ଥିକ ଶିଳ୍ପରେ ଉଲ୍ଲେଖନୀୟ ଅବଦାନ ପାଇଁ ତାଙ୍କୁ ‘ଫାଇନାନ୍ସ ଲିଡର ଅଫ୍‌ ଦି ଇୟର’ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନର ଭାବନାକୁ ପାର୍ଟନରଙ୍କ ଆଗରେ ଖୋଲାଖୋଲି ପ୍ରକାଶ କରିବାର ଦିନଟିଏ…

ପ୍ରତିବର୍ଷ ଫେବୃଆରୀ ୮ରେ ବିଶେଷକରି ଯୁବପିଢ଼ି ପାଳନ କରିଥାନ୍ତି ପ୍ରପୋଜ ଡେ’। ଭାଲେଣ୍ଟାଇନ୍ସ ଉଇକ୍‌ର ଦ୍ୱିତୀୟ ଦିନ ହେଉଛି ପ୍ରପୋଜ ଡେ’। ଏହି ଦିନଟି ନିଜର ଭାବନାକୁ…

T20 World Cupରେ ସବୁଠାରୁ ଦ୍ରୁତତମ ଅର୍ଦ୍ଧଶତକ କଲେ ଶିମରନ ହେଟମାୟାର, ଭାଙ୍ଗିଲା କ୍ରିସ ଗେଲଙ୍କ ୧୬ ବର୍ଷ ପୁରୁଣା ରେକର୍ଡ

ନୂଆଦିଲ୍ଲୀ,୬।୨: 2026 T20 World Cupର ଦ୍ୱିତୀୟ ମ୍ୟାଚ ୱେଷ୍ଟଇଣ୍ଡିଜ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଶିମରନ ହେଟମାୟାର କ୍ରିସ ଗେଲଙ୍କ ୧୬ ବର୍ଷର…

ମେକ୍ସ ପିକଅପରେ ଚାଲାଣ ବେଳେ ମାଡ଼ିବସିଲା ଅଡବା ପୋଲିସ, ପୁରୀକୁ ଭାଙ୍ଗ…

ମୋହନା,୭।୨( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ବେବେରୀ ଛକରୁ ୧୧ କ୍ବିଣ୍ଟାଲରୁ ଉର୍ଦ୍ଧ୍ ଭାଙ୍ଗ ଜବତ କଲା ଅଡବା ପୋଲିସ ।…

ତୁଟୁନି ବିବାଦ ନାଣ୍ଡୁଙ୍କ ନାଁରେ ଏତଲା ପରେ ଏତଲା

ଭୁବନେଶ୍ୱର,୭।୨: ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା…

ଜଙ୍ଗଲ କାଟି ଅଫିମ ଚାଷ, ୩୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଛ ନଷ୍ଟ କଲା ଅବକାରୀ ବିଭାଗ

ଟେନ୍‌ସା,୭ା୨(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଅଞ୍ଚଳରୁ ଶନିବାର ୩୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଅଫିମ ଗଛ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ନଷ୍ଟ କରାଯାଇଛି।…

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri