Posted inଜାତୀୟ

ସାମ୍ନାକୁ ଆସିଲା ଆର୍‌ଜି କର ମେଡିକାଲ କଲେଜର ବଡ଼ ଗୁମର: ସନ୍ଦୀପ ଘୋଷ ଆସିବା ପରେ ବଦଳି ଯାଇଥିଲା ସବୁକିଛି…

କୋଲକାତା,୮।୨୪: କୋଲକାତା ଲଜ୍ଜା ଘଟଣାରେ ଆର୍‌ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ଗୁମର ଧିରେଧିରେ ପଦାରେ ପଡ଼ୁଛି। ଏ ନେଇ ଗଣମାଧ୍ୟମ ଆଗରେ   ଆର୍‌ଜି କର୍‌ ମେଡିକାଲର ପୂର୍ବତନ ଡେପୁଟି ସୁପରିଟେଣ୍ଡେଣ୍ଟ ଅଖତର ଅଲ୍ଲୀ ପ୍ରତିକ୍ରିୟା ରଖିଛନ୍ତି।
ଝିଅ ଏବଂ ଅଙ୍ଗ ଚୋରାଚଲାଣ ସାମିଲ ଥିବା ସେ କହିଛନ୍ତି। ସନ୍ଦୀପ ଆସିବା ପୂର୍ବରୁ ଆର୍‌ଜି କର୍‌ ପୂରା ଠିକ ଚାଲିଥିଲା।୨୦୨୧ ଜାନୁଆରୀରେ ସନ୍ଦୀପ ଆସିବା ପରେ ସବୁ ବଦଳିଯାଇଥିଲା। ପିଲାମାନଙ୍କୁ ଧମକ ଦେବା, ହଇରାଣ କରିବା ରୀତିମତ ଚାଲିଥିଲା।  ନିର୍ଦ୍ଦିଷ୍ଟ କିଛି ଛାତ୍ରଙ୍କୁ ହାତରେ ରଖି ସେ  ଅରାଜକତା ଚଳାଇଲେ।  ତାଙ୍କର କିଛି ବନ୍ଧୁ ଓ ନିର୍ଦ୍ଦିଷ୍ଟ ଛାତ୍ରଗୋଷ୍ଠୀ ଝିଅ ଆଣି ଆସୁଥିଲେ। ଆର୍‌ଜି କର ଗେଷ୍ଟହାଉସ୍‌କୁ ଝିଅ ଆଣି ଯୋଗାଇ ଦେଉଥିଲେ।
ଅନ୍ୟପକ୍ଷେ ସେ ମୃତଦେହ ଚୋରା ଚାଲାଣ କରୁଥିବା  ମଧ୍ୟ ଅଭିଯୋଗ ଆସିଥିଲା। ବହୁତ ଛାତ୍ରୀଛାତ୍ରଙ୍କ କ୍ୟାରିଅର ବରବାଦ କରିଦେଇଥିଲେ ସନ୍ଦୀପ। ଏସବୁ ଅଭିଯୋଗ ନେଇ ମୁଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲି। ହାଇକୋର୍ଟ ଆବେଦନ ଗ୍ରହଣ କରି ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପକ୍ଷେ ସନ୍ଦୀପ ଘୋଷ ପଲିଗ୍ରାଫ୍‌ ଟେଷ୍ଟ ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ କରାଯାଇଥିଲା। ସିବିଆଇ ତାଙ୍କୁ ମୋଟ ୨୫ଟି ପ୍ରଶ୍ନ ପଚାରିଥିଲା। ଏହି ପ୍ରଶ୍ନ ଗୁଡିକ ମଧ୍ୟରେ ଥିଲା, ଆପଣଙ୍କ ନାଁ କ’ଣ, ଆପଣ କେତୋଟି ମୋବାଇଲ ବ୍ୟବହାର କରନ୍ତି, ମୋବାଇଲ ନମ୍ବର କ’ଣ, ଆପଣଙ୍କ ଜନ୍ମ କୋଲାକାତାରେ କି ନା, ଘଟଣା ଦିନ ଆପଣ ହସ୍ପିଟାଲରେ ଥିଲେ କି ନା। ଏହିପରି ୨୫ ଟି ପ୍ରଶ୍ନ କରାଯାଇଛି ସନ୍ଦୀପ ଘୋଷଙ୍କୁ।

Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri