Posted inଖେଳ

ଆଇପିଏଲ୍‌ରେ ଡେବ୍ୟୁ କଲେ ଅର୍ଜୁନ

ମୁମ୍ବାଇ,୧୬ା୪: ପ୍ରତୀକ୍ଷାର ଅନ୍ତ ଘଟିଛି। ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ରବିବାର କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ବିପକ୍ଷ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳି ଇଣ୍ଡିଆ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଡେବ୍ୟୁ କରିଛନ୍ତି। ସିଜନର ପ୍ରଥମ ୩ଟି ମ୍ୟାଚ ଖେଳିଥିବା ଅର୍ଶାଦ ଖାଁଙ୍କ ସ୍ଥାନରେ ତାଙ୍କୁ ସ୍ଥାନ ମିଳିଛି। ଯଶପ୍ରୀତ ବୁମ୍‌ରାଙ୍କ ଅନୁପସ୍ଥିତିରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ପସନ୍ଦ ଭାରତୀୟ ପେସ୍‌ ବୋଲିଂ ବିକଳ୍ପ ସନ୍ଧାନରେ ଥିଲା। ଟିମ୍‌ ମ୍ୟାନେଜମେଣ୍ଟ ସଦ୍ୟତମ ଖେଳାଳି ଭାବେ ଅର୍ଜୁନଙ୍କୁ ପସନ୍ଦ କରିଛନ୍ତି। ଅଧିନାୟକ ରୋହିତ ଶର୍ମା ଅର୍ଜୂନଙ୍କୁ କ୍ୟାପ୍‌ ଦେଇ ଦଳରେ ସ୍ବାଗତ କରିଥିଲେ।ରବିବାର ମ୍ୟାଚରେ ସେ ପ୍ରଥମ ଓଭର ବୋଲିଂ କରିଥିଲେ ଏବଂ ୪ ରନ୍‌ ଦେଇଥିଲେ। ଅନ୍ୟପକ୍ଷେ ଆଇପିଏଲ୍‌ ଖେଳିବାରେ ଅର୍ଜୁନ ଏବଂ ସଚିନ ପ୍ରଥମ ବାପ-ପୁଅ ଯୋଡ଼ି ହେବାର ଗୌରବ ଅର୍ଜନ କରିଛନ୍ତି। ସଚିନ ମଧ୍ୟ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଖେଳି୨୦୦୮ରୁ ୨୦୧୧ ପର୍ଯ୍ୟନ୍ତ ଦଳର ନେତୃତ୍ୱ ନେଇଥିଲେ। ତାଙ୍କ ଅଧିନାୟକତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ୨୦୧୦ରେ ପ୍ରଥମ ଥର ଫାଇନାଲରେ ପ୍ରବେଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri