ଶ୍ରେଷ୍ଠ ୨% ବୈଜ୍ଞାନିକଙ୍କ ତାଲିକାରେ ଅର୍ଜୁନ

ରସୁଲପୁର,୧୪ା୧୦(ଡି.ଏନ.ଏ.): ଆମେରିକାସ୍ଥିତ ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ୨୦୨୨ ଶିକ୍ଷାବର୍ଷ ପାଇଁ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକା ପ୍ରକାଶ ପାଇଛି। ଏଥିରେ ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ବାରବାଟୀ ଗ୍ରାମର ଅନନ୍ତ ବେହେରାଙ୍କ ପୁଅ ବୈଜ୍ଞାନିକ ଡ. ଅର୍ଜୁନ ବେହେରାଙ୍କ ନାମ ରହିଛି। ବୈଜ୍ଞାନିକ ବେହେରା ଏବେ ପଞ୍ଜାବର ରୋପରସ୍ଥିତ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଆଇଆଇଟି)ରେ ରସାୟନ ବିଜ୍ଞାନରେ ଗବେଷଣା କରୁଛନ୍ତି। ତାଙ୍କ ପକ୍ଷରୁ ପ୍ରକାଶିତ ଜର୍ନାଲକୁ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ମାନ୍ୟତା ମିଳିଛି। ବିଭିନ୍ନ କ୍ଷେତ୍ରରେ ଗବେଷଣା କରୁଥିବା ରୋପର ଆଇଆଇଟିର ବୈଜ୍ଞାନିକମାନଙ୍କ ମଧ୍ୟରୁ ୧୧ଜଣଙ୍କୁ ଏହି ତାଲିକାରେ ସାମିଲ କରାଯାଇଥିବା ବେଳେ ଓଡ଼ିଆ ଯୁବ ବୈଜ୍ଞାନିକ ଭାବେ ଅର୍ଜୁନ ରହିଛନ୍ତି। ଉକ୍ତ ସଫଳତାକୁ ନେଇ ତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।
ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟର ପ୍ରଖ୍ୟାତ ପ୍ରଫେସର ବୈଜ୍ଞାନିକ ଜନ୍‌ ଲୋନାଡିସଙ୍କ ନେତୃତ୍ୱରେ ଏକ ଚୟନକାରୀ ଦଳ ଗଠନ କରାଯାଇ ବୈଜ୍ଞାନିକଙ୍କ ତାଲିକା ପ୍ରକାଶ କରାଯାଇଛି। ସମଗ୍ର ବିଶ୍ୱରୁ ପ୍ରାୟ ୮ଲକ୍ଷରୁ ଊର୍ଦ୍ଧ୍ୱ ବୈଜ୍ଞାନିକ ୨୨ଟି ବିଭିନ୍ନ ବୈଜ୍ଞାନିକ ଓ ୧୭୬ଟି ଉପବୈଜ୍ଞାନିକ ଗବେଷଣା କ୍ଷେତ୍ରରେ ନିଜର ଜର୍ନାଲ ପ୍ରକାଶ କରିଥିଲେ। ଉକ୍ତ ଜର୍ନାଲ ମଧ୍ୟରୁ ୧ଲକ୍ଷ ୮୦ହଜାର ବୈଜ୍ଞାନିକଙ୍କ ଜର୍ନାଲ ତଥ୍ୟ ଭିତ୍ତିକ ଥିବାରୁ ସେଗୁଡ଼ିକୁ ବିଚାରକୁ ନିଆଯାଇଥିଲା। ସେଥିମଧ୍ୟରୁ ବୈଜ୍ଞାନିକ ଡ. ବେହେରା ବୈଜ୍ଞାନିକ ଗବେଷଣା କ୍ଷେତ୍ର ରସାୟନ ବିଜ୍ଞାନ ଓ ଉପ-ବୈଜ୍ଞାନିକ କ୍ଷେତ୍ର ଫଟୋ କାଟେଲେସିସ୍‌ ଉପରେ ଗବେଷଣା କରୁଛନ୍ତି। ସେ ଭବିଷ୍ୟତରେ ଶୁଦ୍ଧ ଉଦ୍‌ଯାନ ଉପତ୍ାଦନ ଓ ପରିବେଶ ସ୍ଥିତିରେ ସ୍ଥାୟିତ୍ୱ ବଜାୟ ରଖିବା ଉପରେ ଗବେଷଣା ଜାରି ରଖିବେ ବୋଲି ଲକ୍ଷ୍ୟ ରଖିଛନ୍ତି। ଫାର୍ମାକୋଲୋଜି ଉପରେ ପ୍ରକାଶିତ ଜର୍ନାଲକୁ ନେଇ ଡ. ଯୋର୍ଡି ମେଷ୍ଟରେର୍ସ ପ୍ରଥମ ସ୍ଥାନ ଅଧିକାର କରିବାର ସୁଯୋଗ ପାଇଛନ୍ତି। ଏ କ୍ଷେତ୍ରରେ ସ୍ପେନ୍‌ରୁ ୫ଜଣ ଓ ବିଶ୍ୱରୁ ୨୬୩ଜଣ ବୈଜ୍ଞାନିକଙ୍କ ଗବେଷଣାକୁ ସମ୍ମାନ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri