କରୋନାରୁ ସୁସ୍ଥ ହେବା ପରେ ପ୍ରଥମଥର ଏକାଠି ନଜର ଆସିଲେ ମଲାଇକା-ଅର୍ଜୁନ

ମୁମ୍ବାଇ: କିଛିଦିନ ପୂର୍ବେ ବଲିଉଡ୍ ନାୟକ ଅର୍ଜୁନ କପୁର କରୋନାରେ ପୀଡ଼ିତ ହୋଇଥିବା କଥା ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଥିଲେ । ଆଉ ଏହାର କିଛିଦିନ ପରେ ମଲାଇକା ଆରୋରା ବି କରୋନାରେ ପୀଡ଼ିତ ହୋଇଥିଲେ । ଇତିମଧ୍ୟରେ ଉଭୟ କରୋନା ଯୁଦ୍ଧରେ ବିଜୟୀ ହୋଇ ପୁଣିଥରେ ସାଧାରଣ ଜୀବନକୁ ଫେରି ଆସିଛନ୍ତି । ତେବେ କରୋନାରୁ ସୁସ୍ଥ ହେବା ପରେ ରବିବାର ପ୍ରଥମଥର ଏକାଠି ନଜର ଆସିଛନ୍ତି ଏହି ପ୍ରେମୀ ଯୁଗଳ । ଅର୍ଜୁନ ମଲାଇକାଙ୍କୁ ତାଙ୍କ ଘରକୁ ଛାଡିବାକୁ ଯାଇଥିବା ବେଳେ ଉଭୟ କ୍ୟାମେରା ଫ୍ରେମରେ କଏଦ ହୋଇଯାଇଛନ୍ତି । ଆଉ ଏବେ ସେହି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । କିଛିଦିନ ହେବ ଏମାନଙ୍କ ରିଲେସନଶିପକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ଏମାନେ କିନ୍ତୁ ଏହାକୁ ସ୍ୱୀକାର କରୁ ନାହାନ୍ତି । ଏମାନେ ବିବାହ କରିବେ କି ନାହିଁ ତାହା ମଧ୍ୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ । ହେଲେ ଏମାନଙ୍କ ବିବାହକୁ ନେଇ ଅନେକ ସମୟରେ ଗସିପ ଶୁଣିବାକୁ ମିଳୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଓଡ଼ିଶା ବନ୍ଦର ପ୍ରଭାବ: କେନ୍ଦ୍ର ସରକାର ବିରୋଧରେ ଗର୍ଜିଲେ ବିରୋଧୀ

ଗଞ୍ଜାମ,୮।୧୦(ବିଦ୍ୟାଧର ସାହୁ):ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗଞ୍ଜାମରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ ସିପିଆଇ(ଏମ) ସମେତ ବାମପନ୍ଥୀ ଦଳ ପକ୍ଷରୁ…

ଏହି ନେତାଙ୍କୁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଥିଲେ ନାନା ପାଟେକର; ପ୍ରଧାନମନ୍ତ୍ରୀ ପଦକୁ ନେଇ କହିଥିଲେ ଗୁରୁତ୍ୱପୂର୍ଣ୍ଣ କଥା

ମୁମ୍ବାଇ,୮।୧୦: ହିନ୍ଦୀ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ନିଜର ଦୀର୍ଘ ଚଳଚ୍ଚିତ୍ର କ୍ୟାରିୟର ମଧ୍ୟରେ ସେ କେବଳ ନିଜ ଚଳଚ୍ଚିତ୍ର ପାଇଁ…

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?