ଇଣ୍ଡିଆଜ୍‌ ମୋଷ୍ଟ ଓ୍ବାଣ୍ଟେଡ୍‌ର ଟ୍ରେଲର ରିଲିଜ୍‌

ମୁମ୍ବାଇ,୨।୫: ବଲିଉଡ୍‌ରେ ଏବେ ଦେଶଭକ୍ତି ଫିଲ୍ମର ଟ୍ରେଣ୍ଡ ଚାଲିଛି। ଏହି ପରିପ୍ରେକ୍ଷୀରେ ଅର୍ଜୁନ କପୁରଙ୍କ ଅପ୍‌ କମିଂ ଫିଲ୍ମ ଇଣ୍ଡିଆଜ୍‌ ମୋଷ୍ଟ ଓ୍ବାଣ୍ଟେଡ୍‌ର ଟ୍ରେଲର ରିଲିଜ ହୋଇଛି। ଏହି ଟ୍ରେଲରଟି ୨ମିନିଟ୍‌ ୩୦ ସେକେଣ୍ଡର ହୋଇଥିବା ବେଳେ ଲକ୍ଷାଧିକ ୟୁଜର୍ସ ଏହାକୁ ଦେଖିସାରିଲେଣି। ରାଜ କୁମାରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ସତ କାହାଣୀ ଉପରେ ଆଧାରିତ ହୋଇଛି। ଏହି ଆକ୍ସନ ଥ୍ରିଲର ଫିଲ୍ମରେ ଅର୍ଜୁନଙ୍କ ଦମ୍‌ଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ଏଥିସହ ଦେଶ ପାଇଁ ସେ ନିଜ ଜୀବନ ବାଜି ଲଗାଉଥିବା ଟ୍ରେଲରରେ ନଜର ଆସିଛନ୍ତି। ଅର୍ଜୁନ ନିଜର ପାଞ୍ଚ ଜଣିଆ ଟିମ୍‌କୁ ନେଇ ଭାରତର ମୋଷ୍ଟ ଓ୍ବାଣ୍ଟେଡ୍‌ ଆତଙ୍କବାଦୀଙ୍କୁ ଧରିବା ପାଇଁ ଦାୟିତ୍ୱ ନେଇଥାନ୍ତି। ସବୁଠାରୁ ବଡ଼ କଥା ହେଲା ସେମାନେ ବିନା କୌଣସି ଅସ୍ତ୍ରଶସ୍ତ୍ର ବ୍ୟବହାର କରି ସେହି ଆତଙ୍କବାଦୀଙ୍କୁ ଧରିବା ପାଇଁ ଯୋଜନା କରିଥାନ୍ତି। ଏଥିପାଇଁ ସେ ନିଜର ବୁଦ୍ଧି ଖଟାଇବା ସହ ଅଲଗା ଅଲଗା ଯୋଜନାମାନ କରିଥାନ୍ତି। ଟ୍ରେଲରକୁ ଦେଖିବା ପରେ ଦର୍ଶକ ଫିଲ୍ମର ରିଲିଜ୍‌କୁ ଅପେକ୍ଷା କରିଛନ୍ତି। ତେବେ ଏହି ଫିଲ୍ମ ମେ ୨୪କୁ ପରଦାକୁ ଆସିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri