ଦ୍ୱିତୀୟ ଥର ଗର୍ଭବତୀ ହେଲେ ଅର୍ଜୁନ ରାମପାଲଙ୍କ ପ୍ରେମିକା

ମୁମ୍ବାଇ: ଅଭିନେତା ଅର୍ଜୁନ ରାମପାଲ ଏବଂ ତାଙ୍କ ପ୍ରେମିକା ଗାବ୍ରିଏଲା ସେମାନଙ୍କର ଦ୍ୱିତୀୟ ସନ୍ତାନକୁ ସ୍ବାଗତ କରିବାକୁ ଯାଉଛନ୍ତି। ନିକଟରେ ଗାବ୍ରିଏଲା ପ୍ରେଗ୍‌ନାନ୍ସି ସମୟର ଫଟୋଶୁଟ୍‌ କରିଛନ୍ତି। ଏହି ସମୟର ଫଟୋ ଶେୟାର କରି ପ୍ରଶଂସକମାନଙ୍କୁ ସେ ଗର୍ଭବତୀ ଥିବା ସମ୍ପର୍କରେ ସୂଚନା ଦେଇଛନ୍ତି। ଏକ ଗାଉନରେ ଫ୍ୟାଶନ ଡିଭାଙ୍କ ବେବି ବମ୍ପ ବି ଦେଖିବାକୁ ମିଳିଛି। ଗାବ୍ରିଏଲା ତାଙ୍କ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ଏଥିରେ କ୍ୟାପଶନ ଲେଖିଛନ୍ତି, ବାସ୍ତବତା ନା ଏଆଇ? ଏଥିରେ ଅର୍ଜୁନ ରାମପାଲ ହାର୍ଟ ଏବଂ ଲାଜ ଇମୋଜି ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଆମି ଜ୍ୟାକ୍‌ସନ, ଦିବ୍ୟା ଦତ୍ତ, କାଜଲ ଅଗ୍ରଓ୍ବାଲଙ୍କ ସମେତ ବଲିଉଡ୍‌ ଇଣ୍ଡଷ୍ଟ୍ରିର ଅନେକ ସେଲିବ୍ରିଟି ଶୁଭେଚ୍ଛା ଜଣାଇଛନ୍ତି।

କହିରଖୁଛୁ, ଆଇପିଏଲ୍‌ ସମୟରେ ଗାବ୍ରିଏଲା ଏବଂ ଅର୍ଜୁନଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ପରେ ଦୁହିଁଙ୍କ ବନ୍ଧୁତା ଧିରେ ଧିରେ ବଢ଼ି ପ୍ରେମରେ ରୂପାନ୍ତରିତ ହୋଇଥିଲା। ଦୁହେଁ ଲିଭ୍‌-ଇନ୍‌ରେ ରହୁଛନ୍ତି। ୨୦୧୯ରେ ତାଙ୍କର ଏକ ପୁତ୍ର ସନ୍ତାନ ମଧ୍ୟ ହୋଇଛି। ବିବାହ ନ କରି ମଧ୍ୟ ଦୁହେଁ ମାତାପିତା ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri