ବ୍ୟାଟିଂ କି ବୋଲିଂ ନୁହେଁ, ଏହି କାମରେ ଟ୍ୟାଲେଣ୍ଟ୍‌ ଦେଖାଇଲେ ସଚିନ ତେନ୍ଦୁଲକରଙ୍କ ପୁଅ

ମୁମ୍ବାଇ,୧୧।୫: ଆଇପିଏଲ ୨୦୨୨ରେ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ସାମିଲ ଥିବା ଅର୍ଜୁନ ତେନ୍ଦୁଲକର ଏପର୍ଯ୍ୟନ୍ତ ତାଙ୍କ ଆଇପିଏଲ ଡେବ୍ୟୁକୁ ଅପେକ୍ଷା କରିଛନ୍ତି। ଚଳିତ ବର୍ଷ ଅର୍ଜୁନଙ୍କୁ ୩୦ ଲକ୍ଷ ଟଙ୍କାରେ କିଣିଛି ମୁମ୍ବାଇ ଇଣ୍ଡିଆନ୍ସ, କିନ୍ତୁ ଏପର୍ଯ୍ୟନ୍ତ ତାଙ୍କୁ ଚଳିତ ସିଜିନରେ ଗୋଟିଏ ମ୍ୟାଚ ଖେଳିବାର ସୁଯୋଗ ମିଳିନାହିଁ। ଯଦିଓ ଅର୍ଜୁନ ପଡ଼ିଆରେ ବ୍ୟାଟିଂ ଏବଂ ବୋଲିଂରେ ନିଜର ଟ୍ୟାଲେଣ୍ଟ୍‌ ପ୍ରଦର୍ଶନ କରିବାରେ ସୁଯୋଗ ପାଇନାହାନ୍ତି, କିନ୍ତୁ ପଡ଼ିଆ ବାହାରେ ସେ ଗୋଟିଏ ଜିନିଷରେ ନିଜକୁ ଦକ୍ଷ ବୋଲି ପ୍ରମାଣ କରିବାକୁ ଚେଷ୍ଟା କରୁଛନ୍ତି।
ଭାରତର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକରଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ସେ ରୋଷେଇରେ ନିଜର ଟ୍ୟାଲେଣ୍ଟ୍‌ ପ୍ରଦର୍ଶନ କରୁଥିବା ଦେଖିବାକୁ ମିଳିଛି। ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ଅର୍ଜୁନ ତେନ୍ଦୁଲକରଙ୍କ ସାଥୀ ଧୱଲ କୁଲକର୍ଣ୍ଣି ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଅର୍ଜୁନ ତେନ୍ଦୁଲକର ରୁଥିବା ଦେଖିବାକୁ ମିଳିଛି। ଅର୍ଜୁନଙ୍କ ଭିଡିଓ ଶେୟାର କରି ଧୱଲ କ୍ୟାପସନ ଦେଇଛନ୍ତି ‘ମାଷ୍ଟର ଚେଫ’।
ସୂଚନାଯୋଗ୍ୟ, ଚଳିତ ଆଇପିଏଲ ସିଜନରେ ମୁମ୍ବାଇ ଇଣ୍ଡିଆନ୍ସ ୧୧ଟି ମ୍ୟାଚ ମଧ୍ୟରୁ ୯ଟି ମ୍ୟାଚ ପରାସ୍ତ ହୋଇ ପ୍ଲେ ଅଫ ଦୌଡ଼ରୁ ବାଦ୍‌ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri