Posted inଖେଳ

ଉଇକେଟ୍‌ ନ ମିଳିବାକୁ ରାଗିଗଲେ ଅର୍ଜୁନ ତେନ୍ଦୁଲକର: କଲେ ଏମିତି କାମ…

ମୁମ୍ବାଇ,୧୮।୫: ମୁମ୍ବାଇ ଇଣ୍ଡିଆନ୍ସ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କୁ ଲକ୍ଷ୍ନୌ ସୁପର ଜିଆଣ୍ଟସ ବିପକ୍ଷ ମ୍ୟାଚରେ ଖେଳିବାର ସୁଯୋଗ ଦେଇଥିଲା। ଫଳରେ ଅର୍ଜୁନ ଆଇପିଏଲ ୨୦୨୪ରେ ତାଙ୍କର ପ୍ରଥମ ମ୍ୟାଚ ଖେଳିଥିଲେ। ଏହି ମ୍ୟାଚ୍‌ ସେ ଫ୍ଲପ୍‌ ସାବ୍ୟସ୍ତ ହୋଥିଲେ। ସେ ପ୍ରଥମ ଓଭରରେ ୱିକେଟ ପାଇବାକୁ ଯାଉଥିଲେ, କିନ୍ତୁ ରିଭ୍ୟୁ ପରେ ଟିଭି ଅମ୍ପାୟାର ଏହାକୁ ନଟ୍‌ଆଉଟ୍‌ ଘୋଷଣା କରିଥିଲେ। ପ୍ରଥମ ଦୁଇଟି ଓଭର ତାଙ୍କ ପାଇଁ ଜବରଦସ୍ତ ଥିଲା, କିନ୍ତୁ ତୃତୀୟ ଓଭରରେ ପ୍ରଥମ ଦୁଇଟି ବଲରେ ଦୁଇଟି ଛକା ହୋଇଥିଲା। ଯଦିଓ ସେ ଆହତ କାରଣରୁ ମ୍ୟାଚ ମଝିରେ ଡ୍ରେସିଂ ରୁମକୁ ଯାଇଥିଲେ ମଧ୍ୟ ପଡ଼ିଆରେ ମାର୍କସ ଷ୍ଟୋଇନିସଙ୍କୁ ଧମକ ଦେଉଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି।
ଅର୍ଜୁନ ତେନ୍ଦୁଲକର ତାଙ୍କ ସ୍ପେଲର ପ୍ରଥମ ଓଭର ବୋଲିଂ କରିବାକୁ ଆସିଥିଲେ। ଓଭରର ଶେଷ ବଲ୍‌ରେ ମାର୍କସ ଷ୍ଟୋଇନିସ ଡିଫେନ୍ସ ସର୍ଟ ଖେଳିଥିଲେ। ବଲ ଅର୍ଜୁନଙ୍କ ନିକଟକୁ ଫେରିଗଲା ଏବଂ ସେ ଷ୍ଟୋଇନିସଙ୍କୁ ବଲ୍‌ ଫୋପାଡିବା ଇସାରା କରିଥିଲେ। ଆଖିରେ ଆଖିରେ ତାଙ୍କ ଧମକ ଦେଇଥିଲେ। ଏହି ଘଟଣା ଦେଖି ଷ୍ଟୋଇନିସଙ୍କ ମୁହଁରେ ହସ ମଧ୍ୟ ଦେଖିବାକୁ ମିଳିଥିଲା। ତାଙ୍କ ମୁହଁରେ ପ୍ରତିକ୍ରିୟା ବହୁତ ଚକିତ କରିଥିଲା।
୨୦୨୩ରେ ଅର୍ଜୁନ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ୪ଟି ମ୍ୟାଚ ଖେଳିବାର ସୁଯୋଗ ପାଇଥିଲେ।

https://x.com/iamsatypandey2/status/1791473873818694027

 


Enter your email to get our daily news in your inbox.

All Right Reserved By Dharitri.Com

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri