Posted inଖେଳ

ମୁମ୍ବାଇ ସିନିୟର ଦଳରେ ଅର୍ଜୁନ ତେନ୍ଦୁଲକର

ମୁମ୍ବାଇ,୩।୧(ପି.ଟି.): ପ୍ରଥମଥର ପାଇଁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ମୁମ୍ବାଇ ସିନିୟର ଦଳରେ ସ୍ଥାନ ପାଇଛନ୍ତି। ଯୁବ ବାମହାତୀ ଦ୍ରୁତ ବୋଲର ଅର୍ଜୁନଙ୍କୁ ସୟଦ ମୁସ୍ତାକ ଅଲି ଟ୍ରଫି ପାଇଁ ମୁମ୍ବାଇର ବର୍ଦ୍ଧିତ ୨୨ ଜଣିଆ ଦଳରେ ସାମିଲ କରାଯାଇଛି। ମୁମ୍ବାଇ ଦଳର ମୁଖ୍ୟ ଚୟନକର୍ତ୍ତା ସଲିଲ୍‌ ଆଙ୍କୋଲାଙ୍କ ଶନିବାର ଏ ନେଇ ସୂଚନା ଦେଇଛନ୍ତି। ଅର୍ଜୁନଙ୍କୁ ବାଦ୍‌ ଦେଲେ ଅନ୍ୟତମ ଦ୍ରୁତ ବୋଲର କ୍ରୁତିକ ହାନାଗାଭାଡିଙ୍କୁ ଏହି ଦଳରେ ସାମିଲ କରାଯାଇଛି।
ପ୍ରଥମ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦ଜଣ ଖେଳାଳିଙ୍କୁ ଚୟନ କରିବାକୁ ନିର୍ଦ୍ଦେଶ ଦେଇଥିଲା। ତେବେ ପରେ ବୋର୍ଡ ୨୨ଜଣ ଖେଳାଳିଙ୍କୁ ଦଳରେ ସାମିଲ କରାଯାଇପାରିବ ବୋଲି କହିଥିଲା। ଫଳରେ ଏହି ଦୁଇ ଖେଳାଳିଙ୍କୁ ପରେ ସାମିଲ କରାଯାଇଛି ବୋଲି ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ତରଫରୁ କୁହଯାଇଛି। ଏଥି ସହିତ ୨୧ ବର୍ଷୀୟ ଅର୍ଜୁନ ପ୍ରଥମଥର ପାଇଁ ମୁମ୍ବାଇ ସିନିୟର ଦଳରେ ସାମିଲ ହେବାର ସୌଭାଗ୍ୟ ପାଇଛନ୍ତି। ସେ ପୂର୍ବରୁ ବିଭିନ୍ନ ବୟସ ବର୍ଗରେ ମୁମ୍ବାଇ ତରଫରୁ ବହୁ ଟୁର୍ନାମେଣ୍ଟ ଓ ଆମନ୍ତ୍ରଣୀୟ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଆସୁଥିଲେ। ପୂର୍ବରୁ ସେ ଭାରତୀୟ ଜାତୀୟ ଦଳ ପାଇଁ ନେଟ୍ସରେ ବୋଲିଂ କରିବାର ସୁଯୋଗ ହାସଲ କରିଥିଲେ। ସେ ମଧ୍ୟ ଭାରତୀୟ ୧୯ ବର୍ଷରୁ କମ୍‌ ଦଳରେ ସାମିଲ ହୋଇ ଶ୍ରୀଲଙ୍କା ଗସ୍ତ କରିଥିଲେ। ଯୁବ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ମୁମ୍ବାଇ ତା’ର ସବୁ ମ୍ୟାଚ ରାଜ୍ୟର ରାଜଧାନୀରେ ଖେଳିବ। ଜାନୁୟାରୀ ୧୦ ତାରିଖରୁ ଜାତୀୟ ଟି୨୦ ଚାମ୍ପିୟନଶିପ୍‌ ରୂପେ ବିବେଚିତ ହେଉଥିବା ସୟଦ ମୁସ୍ତାକ ଅଲି ଟି୨୦ ଘରୋଇ ଟୁର୍ନାମେଣ୍ଟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri