Posted inଖେଳ

ଅର୍ଜୁନଙ୍କୁ କିଣିଲା ମୁମ୍ବାଇ ଇଣ୍ଡିଆନ୍ସ : ଜାହିର ଖାନ କହିଲେ ଏମିତି

ଚେନ୍ନାଇ,୧୯।୨ – ଆଗାମୀ ଆଇପିଏଲରେ ଅର୍ଜୁନଙ୍କୁ ପ୍ରମାଣ କରିବାକୁ ପଡ଼ିବ ବୋଲି ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଫ୍ରାଞ୍ଚାଇଜର କ୍ରିକେଟ ଅପରେଶନ୍ସ ନିର୍ଦ୍ଦେଶକ ତଥା ପୂର୍ବତନ ପେସର ଜାହିର ଖାନ କହିଛନ୍ତି। କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ତଥା ଯୁବ ଅଲରାଉଣ୍ଡର ଅର୍ଜୁନ ତେନ୍ଦୁଲକରଙ୍କୁ ୨୦ ଲକ୍ଷ ଟଙ୍କାର ବେସ୍‌ ପ୍ରାଇସରେ କିଣିଛି ମୁମ୍ବାଇ ଇଣ୍ଡିଆନ୍ସ।

” ମୁଁ ନେଟ୍ସରେ ଅର୍ଜୁନଙ୍କ ସହ ବହୁ ସମୟ ବିତାଇଛି ଓ ଆଉ ବୋଲିଂର କିଛି ଟିପ୍ସ ମଧ୍ୟ ଦେଇଛି। ସେ କଠିନ ପରିଶ୍ରମ କରୁଥିବା ଯୁବ ଖେଳାଳି। ସେ ସର୍ବଦା କିଛି ନୂଆ ଶିକ୍ଷା କରିବାକୁ ଚାହଁାନ୍ତି, ଯାହାକି ସବୁଠୁ ଉଲ୍ଲେଖନୀୟ କଥା। କିମ୍ବଦନ୍ତୀ ସଚିନଙ୍କ ପୁଅ ହୋଇଥିବାରୁ ତାଙ୍କ ଉପରେ ଚାପ ସର୍ବଦା ରହିବ। କିନ୍ତୁ ଆମ ଦଳର ପରିବେଶ ତାଙ୍କୁ ଭଲ କ୍ରିକେଟର ଭାବେ ଗଢ଼ି ତୋଳିବାରେ ସହାୟକ ହେବ। ଅର୍ଜୁନଙ୍କୁ ନିଜକୁ ସାବ୍ୟସ୍ତ କରିବାକୁ ପଡ଼ିବ “ ବୋଲି ଜାହିର ଏକ ଭର୍ଚୁଆଲ ଖବରଦାତା ସମ୍ମିଳନୀରେ କହିଛନ୍ତି।

ଆଇପିଏଲର ୫ ଥର ଚାମ୍ପିୟନ ଦଳ ମିନି ଅକ୍‌ଶନରେ ଅର୍ଜୁନଙ୍କ ବ୍ୟତୀତ ନାଥନ କୁଲ୍ଟର ନାଇଲ, ଜିମ୍ମି ନିଶାମ, ଯୁଧବୀର ଚରକ, ମାର୍କୋ ଜନସେନ ଓ ପିୟୂଷ ଚାଓ୍ବାଲଙ୍କୁ କିଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା

ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା…

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri