Posted inଖେଳ

ଆଇପିଏଲ ଅକ୍‌ଶନ: ଶ୍ରୀସନ୍ଥଙ୍କ ବେସ ପ୍ରାଇସ୍‌ ୭୫ ଲକ୍ଷ, ସର୍ବନିମ୍ନ ପାହ୍ୟାରେ ଅର୍ଜୁନ

ଚେନ୍ନାଇ, ୬ା୨- ଫେବୃୟାରୀ ୧୮ରେ ହେବାକୁ ଥିବା ବହୁ ପ୍ରତିକ୍ଷୀତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ନିଲାମ ପ୍ରକ୍ରିୟାରେ ୧୦୯୭ ଜଣ ଖେଳାଳିଙ୍କ ନାମ ପଞ୍ଜୀକୃତ କରାଯାଇଛି। ସେମାନଙ୍କ ମଧ୍ୟରେ ରହିଛନ୍ତି ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ, ବାଂଲାଦେଶ ଅଲରାଉଣ୍ଡର ଶକିବ ଅଲ ହସନ ଏବଂ ପୂର୍ବତନ ଭାରତୀୟ ପେସର ଏସ. ଶ୍ରୀସନ୍ଥ। ଅନ୍ୟପକ୍ଷରେ ଇଂଲଣ୍ଡ ଟେଷ୍ଟ ଅଧିନାୟକ ଜୋ ରୁଟ୍‌ ଏବଂ ଅଷ୍ଟ୍ରେଲିଆନ ଷ୍ଟାର ପେସର ମିଚେଲ ଷ୍ଟାର୍କ ଓହରିଯାଇଛନ୍ତି।

କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନଙ୍କ ବେସ୍‌ ପ୍ରାଇସ୍‌ ୨୦ ଲକ୍ଷ ଟଙ୍କା ରହିଛି। ଏକ ବର୍ଷ ବାସନ୍ଦାଦେଶ ଭୋଗିଥିବା ଶକିବଙ୍କ ବେସ୍‌ ପ୍ରାଇସ୍‌ ସର୍ବୋଚ୍ଚ ୨ କୋଟି ଟଙ୍କା ରଖାଯାଇଛି। ଅନ୍ୟପକ୍ଷରେ ୭ବର୍ଷ ପରେ କ୍ରିକେଟକୁ ଫେରିଥିବା ଶ୍ରୀସନ୍ଥଙ୍କ ବେସ୍‌ ପ୍ରାଇସ୍‌ ୭୫ ଲକ୍ଷ ଟଙ୍କା ରହିଛି। ସୂଚନାଯୋଗ୍ୟ, ୨୦୧୩ ଆଇପିଏଲ୍‌ ସ୍ପଟ୍‌ ଫିକ୍ସିଂ ସ୍କାଣ୍ଡାଲରେ ତାଙ୍କ ଭୂମିକାକୁ ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୩୭ ବର୍ଷୀୟ ଏହି ପେସ୍‌ ବୋଲରଙ୍କୁ ଆଜୀବନ ବାସନ୍ଦ କରିଥିଲା। କିନ୍ତୁ ୨୦୧୯ ଅଗଷ୍ଟରେ ବାସନ୍ଦ ସମୟସୀମା ୭ ବର୍ଷକୁ ହ୍ରାସ କରାଯାଇଥିଲା।

ସବୁଠୁ ଅଧିକ ବେସ ପ୍ରାଇସ୍‌ ଥିବା ଖେଳାଳିଙ୍କ ତାଲିକାରେ ରହିଛନ୍ତି ହରଭଜନ ସିଂ, କେଦାର ଯାଦବ, ଷ୍ଟିଭ ସ୍ମିଥ୍‌, ଗ୍ଲେନ ମାକ୍ସଓ୍ବେଲ, ମୋଇନ ଅଲି, ସାମ୍‌ ବିଲିଙ୍ଗ୍ସ, ଜାସନ ରୟ, ମାର୍କ ଉଡ୍‌, ଲିଆମ ପ୍ଲଙ୍କେଟ ଏବଂ କଲିନ ଇନ୍‌ଗ୍ରାମଙ୍କ ଭଳି ଅନ୍ତର୍ଜାତୀୟ ଖେଳାଳି। ଅନ୍ୟପକ୍ଷରେ ଭାରତୀୟ ଦଳର ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା (୫୦ ଲକ୍ଷ ଟଙ୍କା) ମଧ୍ୟ ନିଜ ନାମ ପଞ୍ଜୀକୃତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri