Posted inଖେଳ

ବଲ୍‌ବୟରୁ ମୁମ୍ବାଇ ଇଣ୍ଡିଆନ୍ସର ନେଟ୍‌ ବୋଲର୍‌, ଏବେ ଫ୍ରାଞ୍ଚାଇଜ୍‌ କିଣିବା ପରେ ଏଭଳି ପ୍ରତିକ୍ରିୟା ରଖିଲେ ଅର୍ଜୁନ

ଚେନ୍ନାଇ,୧୯।୨: ଆଇପିଏଲ୍‌ର ମିନି ଅକ୍ସନରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଫ୍ରାଞ୍ଚାଇଜ୍‌ କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ତଥା ଯୁବ ଅଲ୍‌ରାଉଣ୍ଡର ଅର୍ଜୁନ ତେନ୍ଦୁଲକରଙ୍କୁ କିଣିଛି। ତାଙ୍କର ବେସ୍‌ ବ୍ରାଇସ୍‌ ୨୦ ଲକ୍ଷ ଟଙ୍କା ରହିଥିଲା। ଚେନ୍ନାଇରେ ଶେଷ ଖେଳାଳି ଭାବେ ତାଙ୍କ ନାମ ଡକାଯାଇଥିଲା। ଫ୍ରାଞ୍ଚାଇଜର କ୍ରିକେଟ ଅପରେଶନ୍ସ ନିର୍ଦ୍ଦେଶକ ତଥା ପୂର୍ବତନ ପେସର ଜାହିର ଖାନ୍‌ ହାତ ଟେକି ତାଙ୍କୁ ଦଳରେ ସାମିଲ କରିଥିଲେ। ତାଙ୍କ ଉପରେ ବିଶ୍ୱାସ ରଖି ସୁଯୋଗ ଦେଇଥିବାରୁ ଅର୍ଜୁନ ମୁମ୍ବାଇର କୋଚ୍‌, ମାଲିକ ଏବଂ ସପୋର୍ଟ ଷ୍ଟାଫ୍‌ଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଅର୍ଜୁନଙ୍କ ପୂର୍ବରୁ ବାପା ସଚିନ ଖେଳାଳିଭାବେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳିଥିଲେ। ସେହିଭଳି ଅର୍ଜୁନ ମଧ୍ୟ ନେଟ୍‌ ବୋଲର୍‌ ଭାବେ ଫ୍ରାଞ୍ଚାଇଜ୍‌ ସହ ଜଡ଼ିତ ଥିଲେ। ଏଥିପାଇଁ ଦଳ ତାଙ୍କୁ କିଣିବ ବୋଲି ତାଙ୍କର ଆଶା ରହିଥିଲା।

ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଟୁଇଟର ଆକାଉଣ୍ଟରେ ଅର୍ଜୁନଙ୍କ ଉଦ୍ଦେଶ୍ୟରେ ଲେଖାଯାଇଛି, ଷ୍ଟାଡିୟମ ପୂର୍ବରୁ ଓ୍ବାଙ୍ଖଡେରେ ବଲ୍‌ବୟ। ଗତ ସିଜନ୍‌ରେ ସପୋର୍ଟ ବୋଲର୍‌। ଏବେ ଦଳର ଖେଳାଳି। ନିଜକୁ ପ୍ରମାଣିତ କରିବାର ସମୟ ଆସିଛି। ଏହାର ଜବାବ ଦେଇ ଅର୍ଜୁନ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri