Posted inଖେଳ

ଗୋଆ ପାଇଁ ଖେଳିବେ ଅର୍ଜୁନ

ନୂଆଦିଲ୍ଲୀ,୧୧ା୮: କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଏଣିକି ଗୋଆ ପାଇଁ ଖେଳିବେ। ଏନେଇ ୨୨ ବର୍ଷୀୟ ଅର୍ଜୁନ୍‌ ମୁମ୍ବାଇ କ୍ରିକେଟ ଆସୋସିଏନ ପାଖରୁ ନୋ ଅବଜେକସନ୍‌ ସାର୍ଟିଫିକେଟ ହାସଲ ପାଇଁ ଆବେଦନ କରିଛନ୍ତି। ଆଇପିଏଲ୍‌ ଫ୍ରାଞ୍ଚାଇଜି ମୁମ୍ବାଇ ଇଣ୍ଡିଆନ୍ସର ସଦସ୍ୟ ରହିଥିବା ଅର୍ଜୁନ ମୁମ୍ବାଇ ପକ୍ଷରୁ ଦୁଇଟି ଟି୨୦ ମୁକାବିଲା ଖେଳିଛନ୍ତି। ୨୦୨୧-୨୨ ସିଜିନର ସୟଦ ମୁସ୍ତାକ ଅଲୀ ଟ୍ରଫିରେ ହରିୟାଣା ଓ ପୁଡୁଚେରୀ ବିପକ୍ଷ ମ୍ୟାଚରେ ଅର୍ଜୁନଙ୍କୁ ସୁଯୋଗ ମିଳିଥିଲା। ମୁମ୍ବାଇ ଛାଡି ଗୋଆ ପକ୍ଷରୁ ଖେଳିବା ଦ୍ୱାରା ଅର୍ଜୁନଙ୍କୁ ଅଧିକ ପ୍ରତିଦ୍ୱନ୍ଦିତାପୂର୍ଣ୍ଣ ଖେଳରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିବ। ଗୋଆ କ୍ରିକେଟର ବରିଷ୍ଠ ଅଧିକାରୀ ମଧ୍ୟ ଏହି ଘଟଣାକୁ ସ୍ପଷ୍ଟ କରିଛନ୍ତି। ଗୋଆ କ୍ରିକେଟ ସଂଘର ସଭାପତି ରହିଥିବା ସୁରଜ ଲୋଟଲିକାର ମଧ୍ୟ ଏହି ଖବରକୁ ସ୍ପଷ୍ଟ କରିଛନ୍ତି। ଗୋଆ ଦଳ ଜଣେ ବାମହାରୀ ପେସର ଓ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ ଆବଶ୍ୟକ ରହିଥିଲା। ତେବେ ତେନ୍ଦୁଲକରଙ୍କ ଆଗମନ ପରେ ଏହି ସମସ୍ୟାର ସମାଧାନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri