Posted inଖେଳ

ଦୀପ୍‌ଗ୍ରେସ୍‌ଙ୍କୁ ଅର୍ଜୁନ ପୁରସ୍କାର

ଭୁବନେଶ୍ୱର, ୧୫।୧୧ୟ(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ମହିଳା ହକି ତାରକା ଦୀପ୍‌ଗ୍ରେସ୍‌ ଏକ୍କା ଅର୍ଜୁନ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ସମ୍ପ୍ରତି ଭାରତୀୟ ଦଳର ଉପଅଧିନାୟିକା ଦାୟିତ୍ୱ ତୁଲାଉଥିବା ଦୀପ୍‌ଗ୍ରେସ୍‌ ଓଡ଼ିଶାର ଦ୍ୱାଦଶ ଖେଳାଳି ଭାବେ ଏହି ସମ୍ମାନଜନକ ପୁରସ୍କାର ପାଇବେ। ଚଳିତ ମାସ ୩୦ ତାରିଖରେ ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ଏକ ସ୍ବତନ୍ତ୍ର ଉତ୍ସବରେ ରାଷ୍ଟପ୍ରତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିବେ।
ସୁନ୍ଦରଗଡ଼ ଜିଲା ଲୁଲକିଡିହିରେ ୧୯୯୪ ଜୁନ୍‌ ୩ରେ ଜନ୍ମିତା ଦୀପ୍‌ଗ୍ରେସ୍‌ ୨୦୧୧ରୁ ଏପର୍ଯ୍ୟନ୍ତ ଭାରତ ପକ୍ଷରୁ ୨୪୦ରୁ ଊର୍ଦ୍ଧ୍ୱ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରିସାରିଛନ୍ତି। ସେ ୨୦୧୮ ଜାକର୍ତ୍ତା ଏସିଆନ ଗେମ୍ସରେ ରୌପ୍ୟ ଏବଂ ୨୦୧୪ ଇଞ୍ଚତ୍ଅନରେ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ଦଳର ସଦସ୍ୟା ଥିଲେ। ୨୦୨୨ ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତ ପକ୍ଷରୁ ମଧ୍ୟ ସେ ଖେଳିଥିଲେ। ଏହା ବ୍ୟତୀତ ୨୦୧୭ (ଗିଫୁ) ଏସିଆ କପ୍‌ରେ ସ୍ବର୍ଣ୍ଣ ଏବଂ ୨୦୧୩ (କୁଆଲାଲମ୍ପୁର) ଓ ୨୦୨୨ (ମସ୍କଟ)ରେ ବ୍ରୋଞ୍ଜ ପଦକ ବିଜୟିନୀ ହେବାର ସୌଭାଗ୍ୟ ମଧ୍ୟ ସେ ପାଇଥିଲେ। ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ସେ ୨୦୧୬ (ସିଙ୍ଗାପୁର)ରେ ସ୍ବର୍ଣ୍ଣ, ୨୦୧୩ (କାକାମିଗାହାରା) ଓ ୨୦୧୮ (ଡୋଙ୍ଘାଇ)ରେ ରୌପ୍ୟ ଏବଂ ୨୦୧୩ ମନଚେନ୍‌ଗ୍ଲାଡବ୍ୟାକ୍‌ ଜୁନିୟର ବିଶ୍ୱକପ୍‌ରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ଦଳର ସଦସ୍ୟା ଥିଲେ।
ପୂର୍ବରୁ ପ୍ରମୋଦଙ୍କ ସମେତ ଓଡ଼ିଶାର ୧୧ ଜଣ କ୍ରୀଡ଼ାବିତ୍‌ ଅର୍ଜୁନ ପୁରସ୍କାର ପାଇଥିଲେ। ୧୯୮୦ରେ ସାଇକ୍ଲିଷ୍ଟ ମିନତି ମହାପାତ୍ର ପ୍ରଥମ ଓଡ଼ିଆ ଭାବେ ପାଇଥିଲେ ଅର୍ଜୁନ ସମ୍ମାନ। ପରେ ୧୯୮୨ରେ ଭାରୋତ୍ତୋଳକ ବିଜୟ କୁମାର ଶତପଥୀ, ୧୯୯୮ରେ ଆଥ୍‌ଲେଟ ରଚିତା ମିସ୍ତ୍ରି (ପଣ୍ଡା), ୨୦୦୨ରେ ପୂର୍ବତନ ଭାରତୀୟ ହକି ଅଧିନାୟକ ପଦ୍ମଶ୍ରୀ ଦିଲୀପ ତିର୍କୀ, ୨୦୦୭ରେ ପୂର୍ବତନ ଭାରତୀୟ ମହିଳା ହକି ଅଧିନାୟିକା ଜ୍ୟୋତି ସୁନୀତା କୁଲୁ, ୨୦୦୯ରେ ପୂର୍ବତନ ଭାରତୀୟ ହକି ଅଧିନାୟକ ପଦ୍ମଶ୍ରୀ ଇଗ୍ନେଶ ତିର୍କୀ, ୨୦୧୦ରେ ଭାରୋତ୍ତୋଳକ କେ. ରବିକୁମାର ଏବଂ ୨୦୧୯ରେ ଓଡ଼ିଶାର ପ୍ରଥମ ପାରା ଆଥ୍‌ଲେଟ ଭାବେ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଅର୍ଜୁନ ପୁରସ୍କାର ପାଇଥିଲେ। ୨୦୨୦ରେ ଅର୍ଜୁନ ପୁରସ୍କାରରେ ପୁରସ୍କୃତ ହୋଇଥିଲେ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ। ସେହିପରି ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ହକି ଦଳର ସଦସ୍ୟ ବୀରେନ୍ଦ୍ର ଲାକ୍ରା ଓ ଅମିତ ରୋହିଦାସ ଅର୍ଜୁନ ପୁରସ୍କାର ପାଇଁ ଯୋଗ୍ୟ ହୋଇଥିଲେ। ତେଣୁ ଓଡ଼ିଶାର ଦ୍ୱାଦଶ ଖେଳାଳି ହିସାବରେ ଦୀପ୍‌ଗ୍ରେସ୍‌ ଅର୍ଜୁନ ପୁରସ୍କାର ପାଇବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri